ରକ୍ଷା ବନ୍ଧନ ଅବସରରେ ନବୀନଙ୍କ ହାତରେ ରାକ୍ଷୀ ବାନ୍ଧିଲେ କୁନି କୁନି ଝିଅ ଏବଂ ବିଭିନ୍ନ ଅନୁଷ୍ଠାନର ସଭ୍ୟ

Madhusudan Das Picture
Published On

ଭୁବନେଶ୍ୱର: ରକ୍ଷା ବନ୍ଧନ ଅବସରରେ ନବୀନ ନିବାସରେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇବାକୁ ବିଶେଷ ଭିଡ଼ ହୋଇଥିଲା। କୁନି କୁନି ଝିଅ ମାନଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ଅନୁଷ୍ଠାନର ସଭ୍ୟ ନବୀନଙ୍କ ହାତରେ ରାକ୍ଷୀ ବାନ୍ଧିବାକୁ ସମବେତ ହୋଇଥିଲେ। ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ବ୍ରହ୍ମକୁମାରୀ, ଗାଇଡ୍‌ସର ଛାତ୍ରୀ, ସରସ୍ୱତୀ ଶିଶୁ ମନ୍ଦିର ଛାତ୍ରୀ ଓ ଗୁରୁଜୀଙ୍କ ସହ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ଟୁକୁନି ସାହୁ ପ୍ରମୁଖ ବିରୋଧୀଦଳ ନେତାଙ୍କୁ ରାକ୍ଷୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ। ଶ୍ରୀ ପଟ୍ଟନାୟକ ଶୁଭେଚ୍ଛା ଗ୍ରହଣ କରି ସବୁ ଭେଦଭାବ ଭୁଲି ଆମର ସାମାଜିକ ଓ ସାଂସ୍କୃତିକ ବନ୍ଧନକୁ ସୁଦୃଢ କରିବା ପାଇଁ କାମ କରିବାକୁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। 

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ସୁଦର୍ଶନ ପଟ୍ଟନାୟକଙ୍କ ଅଭିନବ ବାଲୁକା କଳା: ୨୫୦୦ ଦୀପରେ ସଜେଇଲେ ୨୫ ଫୁଟର ପ୍ରତିକୃତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର