ଆସନ୍ତା ଅଗଷ୍ଟ ୩୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

Madhusudan Das Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଧାରିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆସନ୍ତା ଅଗଷ୍ଟ ୩୧ ତାରିଖ (ସୋମବାର) ଦିନ ବନ୍ଦ ରହିବ। ଅନ୍ୟାନ୍ୟ ଜରୁରୀ ସରକାରୀ କାର୍ଯ୍ୟବ୍ୟସ୍ତତା କାରଣରୁ ଏହି କାର୍ଯ୍ୟକ୍ରମକୁ ସ୍ଥଗିତ ରଖିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

ଏହି ବାତିଲ ନିଷ୍ପତ୍ତି ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଏହି ଦିନ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି ହେବାର ଥିଲା, ମାତ୍ର ପ୍ରଶାସନିକ ଏବଂ ସରକାରୀ ବ୍ୟସ୍ତତା ଯୋଗୁଁ ଏହାକୁ ସାମୟିକ ଭାବେ ବନ୍ଦ ରଖାଯାଇଛି। ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ, ପରବର୍ତ୍ତୀ ଜନଶୁଣାଣିର ତାରିଖ ସମ୍ପର୍କରେ ଖବରକାଗଜ ଏବଂ ଅନ୍ୟାନ୍ୟ ଗଣମାଧ୍ୟମ ଜରିଆରେ ସାଧାରଣ ଜନତାଙ୍କୁ ପୂର୍ବରୁ ଅବଗତ କରାଯିବ। 

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର