ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ 'ରାହୁରେଖା ଲାଗି' ନୀତି, ସାଢ଼େ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Madhusudan Das Picture
Published On

ପୁରୀ: ଆସନ୍ତାକାଲି ଅର୍ଥାତ ବୁଧବାର ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ପ୍ରାୟ ସାଢ଼େ ୪ ଘଣ୍ଟା ପାଇଁ ବନ୍ଦ ରହିବ। ଅପରାହ୍ନ ୨ଟା୩୦ ଠାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।  ଶ୍ରୀଜିଉଙ୍କର ଗୁପ୍ତ ନୀତି 'ରାହୁରେଖା ଲାଗି' ଅନୁଷ୍ଠିତ ହେବାକୁ ଥିବାରୁ ଏହି ସମୟ ମଧ୍ୟରେ ସାଧାରଣ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇପାରିବେ ନାହିଁ। 

ଆହୁରି ପଢ଼ନ୍ତୁ: ପୋଲ ଉପରେ ସ୍କୁଟି ରଖି ଦେବୀ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସ୍‌ଜେଟିଏ) ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ବୁଧବାର ଦିନ ଭାଦ୍ରବ କୃଷ୍ଣ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କର ଏହି ବିଶେଷ ନୀତି ଅନୁଷ୍ଠିତ ହେବ। ଦଇତାପତି ସେବାୟତ ମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ । ପ୍ରଥମ ଭୋଗମଣ୍ଡପ ନୀତି ସମ୍ପନ୍ନ ହେବା ପରେ ଦିନ ପ୍ରାୟ ୨ଟା ୩୦ ମିନିଟ୍‌ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ସାମୟିକ ଭାବେ ବନ୍ଦ ରହିବ। ଗୁପ୍ତ ନୀତି ସରିବା ପରେ ପୁନର୍ବାର ଯଥାରୀତି ଦର୍ଶନ ଆରମ୍ଭ ହେବ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ମହାପ୍ରଭୁଙ୍କ ଏହି ପବିତ୍ର ତଥା ଗୁପ୍ତ ନୀତି ଯେପରି ସୁରୁଖୁରୁରେ ଓ ଶୃଙ୍ଖଳାର ସହ ସମ୍ପନ୍ନ ହୋଇପାରିବ, ସେଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଦର୍ଶନ ବନ୍ଦ ରହିବା ସମୟକୁ ଦୃଷ୍ଟିରେ ରଖି ନିଜର ଦର୍ଶନ ସୂଚୀ ପ୍ରସ୍ତୁତ କରିବାକୁ ଏବଂ ମନ୍ଦିର ପ୍ରଶାସନକୁ ପୂର୍ଣ୍ଣ ସହଯୋଗ କରିବାକୁ ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କୁ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର