ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Madhusudan Das Picture
Published On

ପୁରୀ: ଆସନ୍ତାକାଲି ପବିତ୍ର ଜନ୍ମାଷ୍ଟମୀ ଉପଲକ୍ଷେ ଶ୍ରୀମନ୍ଦିରରେ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। କୃଷ୍ଣ ଜନ୍ମ ନୀତି ସହ ଜଡ଼ିତ ସ୍ୱତନ୍ତ୍ର ନୀତିକାନ୍ତି ସମ୍ପନ୍ନ କରାଯିବା ନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ପକ୍ଷରୁ ଏହି ଘୋଷଣା କରାଯାଇଛି। ଏଣୁ ସନ୍ଧ୍ୟାଧୂପ ଭୋଗ ପରେ କୃଷ୍ଣ ଜନ୍ମ ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କର ଏହା ଗୁପ୍ତନୀତି ହୋଇଥିବାରୁ ସଂଧ୍ୟା ୭ଟାରୁ ରାତି ୧୨ ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । 

ଆହୁରି ପଢ଼ନ୍ତୁ: ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ: ରାଜ୍ୟ ସ୍ୱାର୍ଥ ଅପେକ୍ଷା ନିଜ ସ୍ୱାର୍ଥକୁ ବିଜେପିର ସୁରକ୍ଷା, ୧୦ ପ୍ରଶ୍ନର ଜବାବ୍ ମାଗିଲେ ବିଧାୟକ ଅରୁଣ ସାହୁ

ମନ୍ଦିର ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ସେପ୍ଟେମ୍ବର ୪ ତାରିଖ, ୨୦୨୬ (ଶୁକ୍ରବାର) ଦିନ ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ କୃଷ୍ଣ ଜନ୍ମ ନୀତି ଅନୁଷ୍ଠିତ ହେବ। ଏହି କାରଣରୁ ସନ୍ଧ୍ୟା ପ୍ରାୟ ୭:୦୦ ଟାରୁ ରାତି ୧୨:୦୦ଟା ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ସାମୟିକ ଭାବେ ବନ୍ଦ ରଖାଯିବ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଲଗାଣ ବର୍ଷା ଜାରି: ଆଜି ଅତି ପ୍ରବଳ ବର୍ଷା ହେବା ନେଇ ଆଶଙ୍କା

ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ, ସନ୍ଧ୍ୟା ଧୂପ ଭୋଗ ଛେକ ଆରମ୍ଭ ହେବା ସମୟରୁ ଏହି କଟକଣା ଲାଗୁ ହେବ ଏବଂ କୃଷ୍ଣ ଜନ୍ମ ନୀତିର ସମସ୍ତ ବିଧି ଶେଷ ହେବା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ତେଣୁ, ଏହି ସମୟସୀମାକୁ ଦୃଷ୍ଟିରେ ରଖି ନିଜର ଶ୍ରୀମନ୍ଦିର ଯାତ୍ରା ତଥା ଦର୍ଶନ ଯୋଜନା ପ୍ରସ୍ତୁତ କରିବାକୁ ଶ୍ରଦ୍ଧାଳୁମାନଙ୍କୁ ପ୍ରଶାସନ ପକ୍ଷରୁ ବିଶେଷ ଅନୁରୋଧ କରାଯାଇଛି।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର