ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Madhusudan Das Picture
Published On

ସମ୍ବଲପୁର: ବାହାରିଲା ନୂଆଁଖାଇ ଲଗ୍ନ । ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ । ଆସନ୍ତା ୧୫ ତାରିଖ ସକାଳ  ୯.୪୦ ରୁ ୯.୫୪ ସମୟରେ ମା' ସମଲେଶ୍ୱରୀଙ୍କ ନିକଟରେ ଲାଗିବ ନୂଆଁ । ତା' ପରେ ଘରେ ଘରେ ନୂଆଁ ଖାଇବେ ପଶ୍ଚିମ ଓଡ଼ିଶା ବାସୀ । ସମ୍ବଲପୁର ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଏହି ଲଗ୍ନ ନିର୍ଦ୍ଧାରଣ ହୋଇଛି । ବ୍ରହ୍ମପୁରା ମନ୍ଦିର ପରିସରରେ ପଣ୍ଡିତ ମଣ୍ଡଳୀ ବସି ମା’ ସମଲେଶ୍ୱରୀଙ୍କର ରାଶି ନକ୍ଷତ୍ର ଗଣନା କରି ଲଗ୍ନ ଧାର୍ଯ୍ୟ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର