ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

Madhusudan Das Picture
Published On

ଭୁବନେଶ୍ୱର: ଆସନ୍ତା ୯ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଆଗାମୀ ସେପ୍ଟେମ୍ୱର ୯ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷାର ପରିମାଣ ବଢିବା ସହଚକେତେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ସୃଷ୍ଟି ହୋଇଛି। ବର୍ତ୍ତ୍‌ମାନ ମୌସୁମୀ ଜନିତ ଟ୍ରଫ୍‌ ଗଙ୍ଗାନଗର, ଉତ୍ତପପ୍ରଦେଶଠାରୁ ନେଇ ଉତ୍ତରପୂର୍ବ ବଙ୍ଗୋପସାଗର ମଧ୍ୟରେ ରହିଛି। ଏହାଫଳରେ କାଁ ଭାଁ ସ୍ଥାନରେ ବର୍ଷା ହେଉଛି। ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ବିଶେଷ ବର୍ଷା ନ ଥିଲେ ମଧ୍ୟ ଏହି ସମୟରେ କିଛି କିଛି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ମଙ୍ଗଳବାର ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା ଓ ସୁନ୍ଦରଗଡ ଏହି ୧୫ ଜିଲ୍ଲାରେ ବିଜୁଳି ଘଡଘଡି ସହ କାଁ ଭାଁ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ତେବେ ଆସନ୍ତା ୯ ତାରିଖରୁ ବର୍ଷା ବଢିବା ସହ ମୟୂରଭଞ୍ଜ ବାଲେଶ୍ୱର ଓ କେନ୍ଦୁଝରରେ ପ୍ରବଳ ବର୍ଷା ସହ ପରବର୍ତ୍ତୀ ୩ ଦିନ ପର୍ଯ୍ୟନ୍ତ କିଛି କିଛି ଅଞ୍ଚଳରେ ଭଲ ବର୍ଷା ଆଶଙ୍କା କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲା ପାଇଁଁ ୟେଲୋ ଆଲର୍ଟ ଜାରି କରିଛି।  

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

ଅନ୍ୟପଟେ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଏହି ସପ୍ତାହରେ ବଙ୍ଗୋପସାଗରରେ ଏକ ନୂଆ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି। ୯-୧୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ପରେ ୧୦-୧୧ରେ ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ପଶ୍ଚିମ-ମଧ୍ୟ ବଙ୍ଗୋପସାଗର ଓ ଏହାର ନିକଟବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ, ଓଡ଼ିଶା ଉତ୍ତର ଆନ୍ଧ୍ର ଉପକୂଳ ନିକଟରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ସୁଦୃଶ୍ୟ ଲଘୁଚାପରେ ମଧ୍ୟ ପରିଣତ ହୋଇପାରେ। ଏହି ଲଘୁଚାପ ପଶ୍ଚିମରୁ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ଦେଇ ଛତିଶଗଡ଼ ଓ ମଧ୍ୟ ଭାରତ ଆଡ଼କୁ ଗତି କରିପାରେ। ଏବେ ମୌସୁମୀ ସକ୍ରିୟ ରହିଛି ଏବଂ ବଙ୍ଗୋପସାଗରରୁ ପ୍ରଚୁର ଜଳୀୟ ବାଷ୍ପ ଆସୁଛି। ତେଣୁ ଲଘୁଚାପ ଯୋଗୁଁ ବର୍ଷା ବଢ଼ିବାର ସଙ୍କେତ ମିଳୁଛି। ଏହି ଲଘୁଚାପ ପ୍ରଭାବରେ ୯-୧୨ ତାରିଖ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ପ୍ରଥମେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଆଖପାଖ ଉତ୍ତର ଏବଂ ଉତ୍ତର ଉପକୂଳ ଜିଲ୍ଲାରେ ବର୍ଷା ଅଧିକ ହୋଇପାରେ। ପରେ ଉପକୂଳ, କେନ୍ଦ୍ରୀୟ ଓଡ଼ିଶା ଏବଂ ପରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ବଢ଼ିପାରେ। ଏହା ପରେ  ୧୭-୨୦ ସେପ୍ଟେମ୍ୱର ମଧ୍ୟରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ତେଣୁ ୧୯-୨୧ ସେପ୍ଟେମ୍ୱର ବେଳକୁ ଓଡ଼ିଶାରେ ପୁଣି ବର୍ଷା ବଢ଼ିପାରେ।  

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର