ଭୁବନେଶ୍ୱରରେ ଲଜ୍ଜା: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

Madhusudan Das Picture
Published On

ଭୁବନେଶ୍ୱର: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ । ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଜଣେ ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ଅଭିଯୁକ୍ତ ଜଣକ ପୀଡ଼ିତାଙ୍କ ଘରେ ପଶି ତାଙ୍କ ସହ ଜୋରଜବରଦସ୍ତି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ମାଆ ଏହି ଘଟଣା ସମ୍ପର୍କରେ ଜାଣିବା ପରେ ତାଙ୍କୁ ଧରି ଭରତପୁର ଥାନାରେ ପହଞ୍ଚିଥିଲେ। ସେଠାରେ ସେ ଅଭିଯୁକ୍ତଙ୍କ ବିରୋଧରେ ଏକ ଲିଖିତ ଏତଲା ଦାୟର କରିଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ଏହି ଅଭିଯୋଗକୁ ଭିତ୍ତି କରି ପୋଲିସ ତୁରନ୍ତ ତଦନ୍ତ ଆରମ୍ଭ କରିଥିଲା। ଘଟଣାରେ ସମ୍ପୃକ୍ତି ଥିବା ପ୍ରମାଣ ପାଇବା ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ବର୍ତ୍ତମାନ ପୋଲିସ ପକ୍ଷରୁ ଏହି ଘଟଣାର ଅଧିକ ତଦନ୍ତ ଜାରି ରହିଛି ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର