ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷିବ, ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ ଜାରି

Madhusudan Das Picture
Published On

ଭୁବନେଶ୍ୱର: ସୃଷ୍ଟି ହେଲା ଲଘୁଚାପ । ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା । ଉତ୍ତର ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ବାଂଲାଦେଶ ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ୫.୩୦ ମିନିଟରେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦୁଝର ଜିଲ୍ଲା ପାଇଁ ମଧ୍ୟ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଓ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବା ସହିତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ଅନ୍ୟପକ୍ଷରେ, ରାଜ୍ୟର ଅନେକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରେ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର