ପ୍ରେମ ପାଇଁ ଘର ଛାଡ଼ିବା ପରେ ବିଷ ପିଇଦେଲେ ପ୍ରେମୀ ଯୁଗଳ: ନାବାଳିକା ମୃତ, ପ୍ରେମିକଙ୍କ ଅବସ୍ଥା ଗୁରୁତର

Madhusudan Das Picture
Published On

ନୂଆପଡ଼ା: ନୂଆପଡ଼ା ଜିଲ୍ଲାର ସିନାପାଲି ଥାନା ଅଞ୍ଚଳରେ ଜଣେ ନାବାଳିକା ଏବଂ ତାଙ୍କର ୨୨ ବର୍ଷୀୟ ପ୍ରେମିକ ବିଷପାନ କରିଥିବା ଜଣାପଡ଼ିଛି। ଏହି ଘଟଣାରେ ନାବାଳିକାଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରେମିକ ଜଣକ ଏବେ ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି।

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

ପ୍ରାପ୍ତ ସୂଚନା ଅନୁଯାୟୀ, ଗତକାଲି ରାତିରେ ଏହି ପ୍ରେମୀଯୁଗଳ ନିଜ ନିଜ ଘରୁ କେଉଁଆଡ଼େ ପଳାଇ ଯାଇଥିଲେ। ପରେ କୌଣସି କାରଣରୁ ଉଭୟେ ବିଷପାନ କରିଥିଲେ। ତେବେ ଏହି ଚରମ ପଦକ୍ଷେପ ନେବାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରିନାହିଁ। ପରିବାର ଲୋକେ ଉଭୟଙ୍କୁ ଏକ ଧାନ କ୍ଷେତରେ ଯନ୍ତ୍ରଣାରେ ଛଟପଟ ହେଉଥିବା ଅବସ୍ଥାରେ ଦେଖିବାକୁ ପାଇଥିଲେ ଏବଂ ତୁରନ୍ତ ସେମାନଙ୍କୁ ଉଦ୍ଧାର କରିଥିଲେ।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

ପରିବାର ଲୋକେ ଉଭୟଙ୍କୁ ପ୍ରଥମେ ସିନାପାଲି ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଖରିଆର ଡାକ୍ତରଖାନା ଏବଂ ପରେ ଅଧିକ ଚିକିତ୍ସା ପାଇଁ ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଡାକ୍ତରଙ୍କ ଆପ୍ରାଣ ଚେଷ୍ଟା ସତ୍ତ୍ୱେ ନାବାଳିକାଙ୍କର ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ, ତାଙ୍କ ପ୍ରେମିକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ଏବଂ ସେ ଜୀବନ ସହ ସଂଗ୍ରାମ କରୁଛନ୍ତି। ଘଟଣାର ଖବର ପାଇ ସ୍ଥାନୀୟ ପୋଲିସ ତଦନ୍ତ ଆରମ୍ଭ କରିଛି ଏବଂ ଏହି ଆତ୍ମହତ୍ୟା ଉଦ୍ୟମ ପଛର ପ୍ରକୃତ କାରଣ ଖୋଜି ବାହାର କରିବାକୁ ପ୍ରୟାସ ଜାରି ରଖିଛି।

ଆହୁରି ପଢ଼ନ୍ତୁ: ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କୁ ନିର୍ମମ ହତ୍ୟା, ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ପରିବାର ପକ୍ଷରୁ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର