ଅକ୍ଟୋବର ୨୭ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Madhusudan Das Picture
Published On

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୨୭ ଏବଂ ୨୮ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଗସ୍ତ କାଳରେ ସେ ନିଜ ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲାରେ ଆୟୋଜିତ ହେବାକୁ ଥିବା ଏକ ମେଗା ଚକ୍ଷୁ ପରୀକ୍ଷା ଶିବିରରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: UPI ପ୍ରସଙ୍ଗରେ ନବୀନଙ୍କ ବଡ଼ ବୟାନ: 'ସାଧାରଣ ଲୋକ ଓ କ୍ଷୁଦ୍ର ବ୍ୟବସାୟୀଙ୍କ ସ୍ୱାର୍ଥ ସୁରକ୍ଷିତ ରହିବା ଦରକାର'

ସୂଚନା ଅନୁଯାୟୀ, ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଠାରେ ଏହି ବିଶାଳ ଚକ୍ଷୁ ଚିକିତ୍ସା ଶିବିର ଆୟୋଜିତ ହେବ। ଏହି ଶିବିର ଅକ୍ଟୋବର ୨୬ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଶିବିରରେ ନୂଆଦିଲ୍ଲୀରୁ ପ୍ରାୟ ୧୦୦ ଜଣ ବରିଷ୍ଠ ଚକ୍ଷୁ ବିଶେଷଜ୍ଞ ସାମିଲ ହୋଇ ଲୋକମାନଙ୍କୁ ମାଗଣାରେ ସ୍ୱାସ୍ଥ୍ୟ ସେବା ଯୋଗାଇଦେବେ। ରାଷ୍ଟ୍ରପତି ଅକ୍ଟୋବର ୨୭ ତାରିଖରେ ଏହି ଶିବିରରେ ଯୋଗଦେବେ।

ଆହୁରି ପଢ଼ନ୍ତୁ: ଆନ୍ଧ୍ର ଉପକୂଳ ଅତିକ୍ରମ କଲା ଗଭୀର ଅବପାତ: ଦକ୍ଷିଣ ଓଡ଼ିଶାରେ ଝଡ଼ବର୍ଷାର ତାଣ୍ଡବ, ସତର୍କ ସୂଚନା ଜାରି

ମୟୂରଭଞ୍ଜ ଲୋକସଭା ସାଂସଦ ନବ ଚରଣ ମାଝୀ ରାଷ୍ଟ୍ରପତିଙ୍କ ଏହି ଗସ୍ତ ନେଇ ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁସାରେ, ରାଷ୍ଟ୍ରପତି ନିଜର ଦୁଇ ଦିନିଆ ଗସ୍ତ ସାରି ଅକ୍ଟୋବର ୨୮ ତାରିଖରେ ପୁଣିଥରେ ନୂଆଦିଲ୍ଲୀ ଫେରିଯିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ସାହ ଦେଖାଦେବା ସହ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

ଆହୁରି ପଢ଼ନ୍ତୁ: ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ଆହୁରି ୧ ରୁ ୨ ଦିନ ବଢ଼ିପାରେ ସ୍କୁଲ ଛୁଟି: ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର