ଧଉଳିରେ ଯୁବକଙ୍କ ଉପରେ ସଂଘବଦ୍ଧ ଆକ୍ରମଣ ଘଟଣାରେ ୨ ଅଭିଯୁକ୍ତ ଗିରଫ

Madhusudan Das Picture
Published On

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଧଉଳି ଥାନା ଅନ୍ତର୍ଗତ ନଖାଉର ଗାଁରେ ଏକ ଗୋଷ୍ଠୀ ଆକ୍ରମଣ ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି। ପ୍ରେମ ବ୍ୟାପାର ଏବଂ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କ ଉପରେ ଏହି ଆକ୍ରମଣ ହୋଇଥିବା ପୋଲିସ ସୂତ୍ରରୁ ଜଣାପଡିଛି।

ଆହୁରି ପଢ଼ନ୍ତୁ: ଦର୍ଶକଙ୍କ ପାଇଁ ଖୋଲିଲା ନୂଆ ରୂପର 'କଳିଙ୍ଗ ଷ୍ଟୁଡିଓ': ସ୍ନୋ ପାର୍କ ସହ ନେବେ ଭୂତ ବଙ୍ଗଳାର ମଜା, ଜାଣନ୍ତୁ ଟିକେଟ୍ ଦର

ଗତ ସେପ୍ଟେମ୍ବର ୧୩ ତାରିଖ ଦିନ ଧଉଳି ଥାନା ଅଞ୍ଚଳରେ କିଛି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଆକ୍ରମଣ ପରେ ଦୁର୍ବୃତ୍ତମାନେ ଯୁବକଙ୍କ ମୋଟରସାଇକେଲ୍ ଛଡ଼ାଇ ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ତ୍ରିକୋଣୀୟ ପ୍ରେମ (ଲଭ୍ ଟ୍ରାଏଙ୍ଗଲ୍) ଓ ପୂର୍ବ ଶତ୍ରୁତାରୁ ଏହି ଅଭାବନୀୟ କାଣ୍ଡ ଘଟିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିଲା।

ଆହୁରି ପଢ଼ନ୍ତୁ: ଭୀମଭୋଇ ମେଡିକାଲରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ପରିବାରର ପକ୍ଷରୁ ତୀବ୍ର ଉତ୍ତେଜନା

ଅଭିଯୋଗ ପାଇବା ପରେ ପୋଲିସ ତଦନ୍ତ ଆରମ୍ଭ କରିବା ସହ ସ୍ଥାନୀୟ ଅଞ୍ଚଳର ସିସିଟିଭି ଫୁଟେଜ୍ ଯାଞ୍ଚ କରିଥିଲା। ସିସିଟିଭି ଫୁଟେଜ୍ ଆଧାରରେ ପୋଲିସ ଆକ୍ରମଣକାରୀମାନଙ୍କୁ ଚିହ୍ନଟ କରିଥିଲା। ଏହା ପରେ ଏକ ସ୍ୱତନ୍ତ୍ର ପୋଲିସ ଟିମ୍ ଧଉଳି ଥାନା ଅଞ୍ଚଳରେ ଚଢ଼ାଉ କରି ବିଶ୍ୱ ମୋହନ ପ୍ରଧାନ ଏବଂ ସ୍ୱାଗତ ଶୁଭଙ୍କର ପ୍ରଧାନ ନାମକ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ବର୍ତ୍ତମାନ ଫେରାର ଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଧଉଳି ପୋଲିସ ପକ୍ଷରୁ ତଲାସି ଅଭିଯାନ ଜାରି ରହିଛି।

ଆହୁରି ପଢ଼ନ୍ତୁ: କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ; କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍‌ କଟକଣା ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର