ଭୁବନେଶ୍ୱର ଜିଲ୍ଲା ବିଜେଡି ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ ପ୍ରସ୍ତାବ ଆଗତ

The Sakala Picture
Published On

ଭୁବନେଶ୍ୱର: ତୃଣମୂଳସ୍ତରକୁ ଯିବ ବିଜେଡିର ଛାମୁଆ ସଂଗଠନ । ଲୋକଙ୍କ ପାଖରେ ରାଜ୍ୟ ସରକାରଙ୍କ ଯୋଜନାକୁ ପହଞ୍ଚାଇବା ସହିତ ଗରିବଙ୍କ ସହିତ ଠିଆ ହେବ ବିଜୁ ଜନତା ଦଳ। ଭୁବନେଶ୍ବର ଜିଲ୍ଲା ବିଜେଡି ପରିବର୍ଦ୍ଧିତ କାର୍ଯ୍ଯକାରିଣୀରେ ଏପରି ସଂକଳ୍ପ ନେଇଛନ୍ତି ବିଜେଡି ନେତା ଓ କର୍ମୀ । ବିଧାୟକ ତଥା ଭୁବନେଶ୍ବର ସାଙ୍ଗଠନିକ ଜିଲ୍ଲା ସଭାପତି ସୁଶାନ୍ତ ରାଉତଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଭୁବନେଶ୍ବରରେ ଦଳର ସାଂଗଠନିକ ସ୍ଥିତି ସମ୍ପର୍କରେ ଆଲୋଚନା ହେବା ସହିତ ମୁଖ୍ୟମନ୍ତ୍ରୀ ନବୀନ […]

ଭୁବନେଶ୍ୱର: ତୃଣମୂଳସ୍ତରକୁ ଯିବ ବିଜେଡିର ଛାମୁଆ ସଂଗଠନ । ଲୋକଙ୍କ ପାଖରେ ରାଜ୍ୟ ସରକାରଙ୍କ ଯୋଜନାକୁ ପହଞ୍ଚାଇବା ସହିତ ଗରିବଙ୍କ ସହିତ ଠିଆ ହେବ ବିଜୁ ଜନତା ଦଳ। ଭୁବନେଶ୍ବର ଜିଲ୍ଲା ବିଜେଡି ପରିବର୍ଦ୍ଧିତ କାର୍ଯ୍ଯକାରିଣୀରେ ଏପରି ସଂକଳ୍ପ ନେଇଛନ୍ତି ବିଜେଡି ନେତା ଓ କର୍ମୀ । ବିଧାୟକ ତଥା ଭୁବନେଶ୍ବର ସାଙ୍ଗଠନିକ ଜିଲ୍ଲା ସଭାପତି ସୁଶାନ୍ତ ରାଉତଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଭୁବନେଶ୍ବରରେ ଦଳର ସାଂଗଠନିକ ସ୍ଥିତି ସମ୍ପର୍କରେ ଆଲୋଚନା ହେବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ୩ଟି ଧନ୍ୟବାଦ ପ୍ରସ୍ତାବ ଆଗତ କରାଯାଇଛି ।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

କୋଭିଡ ପରିଚାଳନାରେ ସାରା ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହେଉଛନ୍ତି ନବୀନ ପଟ୍ଟନାୟକ । ଏହା ସହିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ପ୍ରଚଳ କରି ସ୍ବାସ୍ଥ୍ୟ କ୍ଷେତ୍ରରେ ନୂଆ ଇତିହାସ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ହକିକୁ ମଧ୍ୟ ନୂଆ ଦିଶା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୩୩ ମସିହା ପର୍ଯ୍ଯନ୍ତ ଓଡ଼ିଶା ହକିର ପ୍ରାୟୋଜକ ଦାୟିତ୍ବ ନେଇଥିବାରୁ ବୈଠକରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଛି । ଆଗକୁ ପଞ୍ଚାୟତ ଓ ପୈାର ନିର୍ବାଚନ ଆସୁଥିବାରୁ ଦଳର ସ୍ଥିତିକୁ ସୁଦୃଢ କରିବାକୁ ଗୁରୁତ୍ବ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

ଦଳ ଯେପରି ଶତ ପ୍ରତିଶତ ସଫଳତା ପାଇବ ସେଥିପାଇଁ କାମ କରିବାକୁ ଆହ୍ୱାନ ଦେଇଛନ୍ତି ବରିଷ୍ଠ ନେତା । ବୈଠକରେ ବିଜେଡି ଉପସଭାପତି ତଥା ପର୍ୟ୍ୟବେକ୍ଷକ ଦେବୀ ପ୍ରସାଦ ମିଶ୍ରଙ୍କ ସମେତ ଶ୍ରୀମତି ପ୍ରମିଳା ମଲ୍ଲିକ, ସାଂସଦ ଅଚ୍ୟୁତ ସାମନ୍ତ, ଓଡ଼ିଶା ମୋ ପିରିବାରର ଅଧ୍ୟକ୍ଷ ଅରୂପ ପଟ୍ଟନାୟକ ଓ ବିଧାୟକ ଅନନ୍ତ ନାରାୟଣ ଜେନା ଉପସ୍ଥିତ ରହିଥିଲେ । ଏମାନଙ୍କ ସହିତ ଦଳର ବହୁ ବରିଷ୍ଠ ନେତା ମଧ୍ୟ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

27 Aug 2021 By The Sakala

ଭୁବନେଶ୍ୱର ଜିଲ୍ଲା ବିଜେଡି ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ ପ୍ରସ୍ତାବ ଆଗତ

ଭୁବନେଶ୍ୱର: ତୃଣମୂଳସ୍ତରକୁ ଯିବ ବିଜେଡିର ଛାମୁଆ ସଂଗଠନ । ଲୋକଙ୍କ ପାଖରେ ରାଜ୍ୟ ସରକାରଙ୍କ ଯୋଜନାକୁ ପହଞ୍ଚାଇବା ସହିତ ଗରିବଙ୍କ ସହିତ ଠିଆ ହେବ ବିଜୁ ଜନତା ଦଳ। ଭୁବନେଶ୍ବର ଜିଲ୍ଲା ବିଜେଡି ପରିବର୍ଦ୍ଧିତ କାର୍ଯ୍ଯକାରିଣୀରେ ଏପରି ସଂକଳ୍ପ ନେଇଛନ୍ତି ବିଜେଡି ନେତା ଓ କର୍ମୀ । ବିଧାୟକ ତଥା ଭୁବନେଶ୍ବର ସାଙ୍ଗଠନିକ ଜିଲ୍ଲା ସଭାପତି ସୁଶାନ୍ତ ରାଉତଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଭୁବନେଶ୍ବରରେ ଦଳର ସାଂଗଠନିକ ସ୍ଥିତି ସମ୍ପର୍କରେ ଆଲୋଚନା ହେବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ୩ଟି ଧନ୍ୟବାଦ ପ୍ରସ୍ତାବ ଆଗତ କରାଯାଇଛି ।

କୋଭିଡ ପରିଚାଳନାରେ ସାରା ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହେଉଛନ୍ତି ନବୀନ ପଟ୍ଟନାୟକ । ଏହା ସହିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ପ୍ରଚଳ କରି ସ୍ବାସ୍ଥ୍ୟ କ୍ଷେତ୍ରରେ ନୂଆ ଇତିହାସ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ହକିକୁ ମଧ୍ୟ ନୂଆ ଦିଶା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୩୩ ମସିହା ପର୍ଯ୍ଯନ୍ତ ଓଡ଼ିଶା ହକିର ପ୍ରାୟୋଜକ ଦାୟିତ୍ବ ନେଇଥିବାରୁ ବୈଠକରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଛି । ଆଗକୁ ପଞ୍ଚାୟତ ଓ ପୈାର ନିର୍ବାଚନ ଆସୁଥିବାରୁ ଦଳର ସ୍ଥିତିକୁ ସୁଦୃଢ କରିବାକୁ ଗୁରୁତ୍ବ ଦିଆଯାଇଛି ।

ଦଳ ଯେପରି ଶତ ପ୍ରତିଶତ ସଫଳତା ପାଇବ ସେଥିପାଇଁ କାମ କରିବାକୁ ଆହ୍ୱାନ ଦେଇଛନ୍ତି ବରିଷ୍ଠ ନେତା । ବୈଠକରେ ବିଜେଡି ଉପସଭାପତି ତଥା ପର୍ୟ୍ୟବେକ୍ଷକ ଦେବୀ ପ୍ରସାଦ ମିଶ୍ରଙ୍କ ସମେତ ଶ୍ରୀମତି ପ୍ରମିଳା ମଲ୍ଲିକ, ସାଂସଦ ଅଚ୍ୟୁତ ସାମନ୍ତ, ଓଡ଼ିଶା ମୋ ପିରିବାରର ଅଧ୍ୟକ୍ଷ ଅରୂପ ପଟ୍ଟନାୟକ ଓ ବିଧାୟକ ଅନନ୍ତ ନାରାୟଣ ଜେନା ଉପସ୍ଥିତ ରହିଥିଲେ । ଏମାନଙ୍କ ସହିତ ଦଳର ବହୁ ବରିଷ୍ଠ ନେତା ମଧ୍ୟ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର