ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ

Madhusudan Das Picture
Published On

ଭୁବନେଶ୍ୱର: ଜାପାନ ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ବିଜେତା ଭାରତୀୟ ହକି ଦଳର ଖେଳାଳିମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ । ଏସୀୟ କ୍ରୀଡ଼ାରେ ଉଲ୍ଲେଖନୀୟ ପ୍ରଦର୍ଶନ ଏବଂ ଦେଶ ପାଇଁ ଗୌରବ ଆଣିଥିବାରୁ ସେ ଖେଳାଳିମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି। ଜାପାନରେ ଅନୁଷ୍ଠିତ ଏସୀୟ କ୍ରୀଡ଼ାରେ ଭାରତୀୟ ହକି ଦଳ ଶ୍ରେଷ୍ଠ ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ହାସଲ କରିଛି । 

ଆହୁରି ପଢ଼ନ୍ତୁ: ପୁଣି କୋଟିଆରେ ଆନ୍ଧ୍ରର ଦାଦାଗିରି; ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି କଲା ଆନ୍ଧ୍ର, ନିଦା ବିଷ୍ଣୁ ସାଜିଛନ୍ତି ଓଡିଶା ସରକାର

ନବୀନ ନିବାସଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନବୀନ ପଟ୍ଟନାୟକ ହକି ତାରକାମାନଙ୍କୁ ଭେଟିଥିଲେ। ବିଶେଷ କରି ଓଡ଼ିଶାର ଗର୍ବ ତଥା ଷ୍ଟାର ଖେଳାଳି ଅମିତ ରୋହିଦାସ ଏବଂ ଅନ୍ୟ ଖେଳାଳିମାନଙ୍କୁ ସେ ଶୁଭେଚ୍ଛା ଜଣାଇଛନ୍ତି । ହକି ଇଣ୍ଡିଆର ଅଧ୍ୟକ୍ଷ ଦିଲୀପ ତିର୍କୀଙ୍କ ଉପସ୍ଥିତିରେ ନବୀନ ପଟ୍ଟନାୟକ ଉଭୟ ପୁରୁଷ ଓ ମହିଳା ଦଳର ଖେଳାଳିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

ଆହୁରି ପଢ଼ନ୍ତୁ: ଦର୍ଶକଙ୍କ ପାଇଁ ଖୋଲିଲା ନୂଆ ରୂପର 'କଳିଙ୍ଗ ଷ୍ଟୁଡିଓ': ସ୍ନୋ ପାର୍କ ସହ ନେବେ ଭୂତ ବଙ୍ଗଳାର ମଜା, ଜାଣନ୍ତୁ ଟିକେଟ୍ ଦର

ଉଲ୍ଲେଖଯୋଗ୍ୟ ଯେ, ଗତ କିଛି ବର୍ଷ ଧରି ଓଡ଼ିଶା ସରକାର ଭାରତୀୟ ହକି ଦଳର ପ୍ରମୁଖ ପ୍ରାୟୋଜକ ରହିଆସିଛନ୍ତି। ନବୀନଙ୍କ ନେତୃତ୍ୱରେ ରାଜ୍ୟରେ ବିଶ୍ୱସ୍ତରୀୟ ଭିତ୍ତିଭୂମି ନିର୍ମାଣ ହେବା ସହ ଖେଳାଳିମାନଙ୍କୁ ସବୁମତେ ସହଯୋଗ ପ୍ରଦାନ କରାଯାଇଛି। ଆଗାମୀ ଦିନରେ ମଧ୍ୟ ଭାରତୀୟ ହକି ତାରକାମାନେ ଅଲିମ୍ପିକ୍ସ ସମେତ ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ଦେଶର ଟେକ ରଖିବେ ବୋଲି ସେ ଦୃଢ଼ ଆଶା ବ୍ୟକ୍ତ କରିଛନ୍ତି।

ଆହୁରି ପଢ଼ନ୍ତୁ: ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର, ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର