ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା: ଅକ୍ଟୋବର ୨୪ ସୁଦ୍ଧା ଉପକୂଳକୁ ଫେରିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

Madhusudan Das Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଥିବା ବେଳେ ଏହା ଅକ୍ଟୋବର ୨୮ ତାରିଖ ସକାଳ ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ମତ୍ସ୍ୟଜୀବୀମାନଙ୍କ ପାଇଁ କଡ଼ା ସତର୍କ ସୂଚନା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଡିଜିଟାଲ୍‌ ଯୁଗରେ ଅଲୋଡ଼ା ହେଉଛି ପୁରୁଣା ବହି, ଅନଲାଇନ ସାଜୁଛି ବାଧକ

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଆଗାମୀ ଦିନରେ ସମୁଦ୍ରର ସ୍ଥିତି ଅଧିକ ଖରାପ ହେବାର ଆଶଙ୍କା ରହିଛି। ଅକ୍ଟୋବର ୨୩ ତାରିଖରେ ପୂର୍ବ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସମୁଦ୍ର ମଧ୍ୟମରୁ ଅଶାନ୍ତ ରହିବ। ସେହିପରି ଅକ୍ଟୋବର ୨୪ ରେ କେନ୍ଦ୍ରୀୟ ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସ୍ଥିତି ଅଧିକ ଅଶାନ୍ତ ହେବ। ଅକ୍ଟୋବର ୨୫ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଢେଉର ଉଚ୍ଚତା ବୃଦ୍ଧି ପାଇବା ସହ ସମୁଦ୍ର ଭୟଙ୍କର ରୂପ ନେବ। ଅକ୍ଟୋବର ୨୬ ରୁ ୨୮ ତାରିଖ ପର୍ଯ୍ୟନ୍ତ ପଶ୍ଚିମ-କେନ୍ଦ୍ରୀୟ, ପୂର୍ବ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସ୍ଥିତି ସାଂଘାତିକ ହେବାର ସମ୍ଭାବନା ରହିଛି। ଏହା ସହିତ ଅକ୍ଟୋବର ୨୭ ରୁ ୨୮ ତାରିଖ ମଧ୍ୟରେ ଆନ୍ଧ୍ରପ୍ରଦେଶ-ଓଡ଼ିଶା ଉପକୂଳରେ ସମୁଦ୍ର ଅଧିକ ଅଶାନ୍ତ ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆହୁରି ପଢ଼ନ୍ତୁ: ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ

ପାଣିପାଗର ଏଭଳି ପ୍ରତିକୂଳ ସ୍ଥିତିକୁ ଦୃଷ୍ଟିରେ ରଖି ସମୁଦ୍ରକୁ ଯାଇଥିବା ସମସ୍ତ ମତ୍ସ୍ୟଜୀବୀଙ୍କୁ ଅକ୍ଟୋବର ୨୪ ତାରିଖ ସକାଳ ସୁଦ୍ଧା ଉପକୂଳକୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି। ଅକ୍ଟୋବର ୨୩ ସନ୍ଧ୍ୟାରୁ ଅକ୍ଟୋବର ୨୬ ପର୍ଯ୍ୟନ୍ତ ପୂର୍ବ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଭିତରକୁ ନଯିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଅକ୍ଟୋବର ୨୬ ରୁ ୨୮ ଯାଏଁ ପଶ୍ଚିମ-କେନ୍ଦ୍ରୀୟ, ଉତ୍ତର-ପଶ୍ଚିମ ଏବଂ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଅକ୍ଟୋବର ୨୭ ରୁ ୨୮ ପର୍ଯ୍ୟନ୍ତ ଆନ୍ଧ୍ର-ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳକୁ ନଯିବାକୁ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା କ୍ରମଶଃ ଶକ୍ତିଶାଳୀ ହୋଇ ଉପକୂଳ ମୁହାଁ ହେଉଥିବାରୁ ଆଇଏମଡି (IMD) ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ସୁରକ୍ଷାକୁ ପ୍ରାଥମିକତା ଦେବା ସହ ଏହି ସତର୍କ ସୂଚନାକୁ ଗୁରୁତ୍ୱର ସହ ନେବାକୁ ଅନୁରୋଧ କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର