କୋଟିଆ ବିବାଦ ପ୍ରସଙ୍ଗ: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ

Madhusudan Das Picture
Published On

ଭୁବନେଶ୍ୱର: କୋଟିଆ ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାକୁ ରାଜନୈତିକ ଦୃଷ୍ଟିକୋଣରୁ ନଦେଖି ସମାଧାନ ପାଇଁ ଗଠନମୂଳକ ପରାମର୍ଶ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଆହ୍ୱାନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ୧୯୩୬ ମସିହାରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଦିନଠାରୁ କୋଟିଆ ଗ୍ରାମପୁଞ୍ଜ ଓଡ଼ିଶାର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇ ରହିଆସିଛି। ରାଜ୍ୟର ଭୌଗୋଳିକ ଅଖଣ୍ଡତା ଓ ସୀମା ସୁରକ୍ଷା ପାଇଁ ବିଜେପି ସରକାର ଦୃଢ଼ ପ୍ରତିଶ୍ରୁତିବଦ୍ଧ। କୋଟିଆରେ ଆନ୍ଧ୍ରର ଅନୁପ୍ରବେଶ ରୋକିବା ପାଇଁ ସୁପ୍ରିମକୋର୍ଟରେ ମାମଲା ଦାୟର ହୋଇଛି, ଯାହା ବର୍ତ୍ତମାନ ବିଚାରାଧୀନ ରହିଛି। ସମସ୍ତ ପକ୍ଷ ନ୍ୟାୟିକ ପ୍ରକ୍ରିୟା ପ୍ରତି ସମ୍ମାନ ପ୍ରଦର୍ଶନ କରିବା ଆବଶ୍ୟକ।

ଆହୁରି ପଢ଼ନ୍ତୁ: କୋଟିଆ ବିବାଦ ନେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ଭକ୍ତ ଦାସ, ଆଲୋଚନା ମାଧ୍ୟମରେ ସମାଧାନ ପାଇଁ ଦାବି

କୋଟିଆ ଅଞ୍ଚଳର ସାମଗ୍ରିକ ବିକାଶ ଓ ଜନସାଧାରଣଙ୍କ ସାମାଜିକ-ଅର୍ଥନୈତିକ ଉନ୍ନତି ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି, ଯାହା ନିୟମିତ କ୍ଷେତ୍ର ଗସ୍ତ କରି ସମୀକ୍ଷା କରୁଛି । 

ଆହୁରି ପଢ଼ନ୍ତୁ: ନିଖୋଜର ୨୪ ଘଣ୍ଟା ପରେ ଶିଶୁକନ୍ୟା ଉଦ୍ଧାର; ସନ୍ଦିଗ୍ଧ ଅଟକ, ପୁଲିସର ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର