IAS ସ୍ତରରେ ବଡ଼ ଅଦଳବଦଳ: ବିଡିଏ ଉପାଧ୍ୟକ୍ଷ ହେଲେ ଶୁଭମ୍ ସକ୍ସେନା, ବ୍ରହ୍ମପୁର ଆରଡିସି ଭାବେ ବିଜୟ ଅମୃତା କୁଲାଙ୍ଗେଙ୍କୁ ନିଯୁକ୍ତି

Madhusudan Das Picture
Published On

ଭୁବନେଶ୍ୱର: ଓଡ଼ିଶା ସରକାର ରାଜ୍ୟ ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମୋଟ ୮ ଜଣ ଆଇଏଏସ୍ (IAS) ଅଧିକାରୀଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରାଯିବା ସହ କିଛି ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ଖାଦ୍ୟ ସୁରକ୍ଷା କମିଶନର ଦାୟିତ୍ୱରେ ଥିବା ଡାକ୍ତର ପୋମା ଟୁଡୁଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ତାଙ୍କୁ ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମର ଅତିରିକ୍ତ ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଛି। 

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା: ଅକ୍ଟୋବର ୨୪ ସୁଦ୍ଧା ଉପକୂଳକୁ ଫେରିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

ଆହୁରି ପଢ଼ନ୍ତୁ: ପୁଅକୁ ଡାକ୍ତର କରିବାକୁ ପଣ: ଋଣ ଶୁଝିବା ଯାଏଁ ଏସ୍‌ଏଚ୍‌ଜି ନିକଟରେ ବାର୍ଦ୍ଧକ୍ୟ କାର୍ଡ ବନ୍ଧକ

କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଥିବା ଶୁଭମ୍ ସକ୍ସେନାଙ୍କୁ ଏବେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଅନ୍ୟପକ୍ଷରେ, ପ୍ରାଣୀସମ୍ପଦ ବିକାଶ ବିଭାଗର ନିର୍ଦ୍ଦେଶକ ଏବଂ ଓମ୍‌ଫେଡ୍ (OMFED)ର ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱରେ ଥିବା ବିଜୟ ଅମୃତା କୁଲାଙ୍ଗେଙ୍କୁ ଦକ୍ଷିଣାଞ୍ଚଳ ଆରଡିସି (ବ୍ରହ୍ମପୁର) ଭାବେ ବଦଳି କରାଯାଇଛି। 

ଆହୁରି ପଢ଼ନ୍ତୁ: ନବୀନଙ୍କ ଅନୁମୋଦନ: ନଭେମ୍ବର ୩୦ ଯାଏଁ ବଢ଼ିଲା ବିଜେଡିର ଜନ ସମ୍ପର୍କ ପଦଯାତ୍ରା

ସେହିପରି କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଡାକ୍ତର ଗାଭାଲି ପରାଗ ହର୍ଷଦଙ୍କୁ ଜାତୀୟ ସ୍ୱାସ୍ଥ୍ୟ ମିଶନ (ଏନଏଚଏମ୍)ର ପରିଚାଳନା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ମିଳିଛି। ସେହିଭଳି ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଭାବେ ନିଯୁକ୍ତ କରାଯାଇଛି । ଏହାସହ ସେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ୱ ମଧ୍ୟ ତୁଲାଇବେ । ପୂର୍ବରୁ ସେ ବ୍ରହ୍ମପୁର ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଦାୟିତ୍ୱରେ ଥିଲେ । 

ଗୃହ ବିଭାଗର ଅତିରିକ୍ତ ଶାସନ ସଚିବ ପ୍ରଣତି ଛୋଟରାୟଙ୍କୁ ଓମ୍‌ଫେଡ୍ (OMFED)ର ନୂତନ ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ବିଭାଗର ନିର୍ଦ୍ଦେଶକ ଚକ୍ରବର୍ତ୍ତୀ ସିଂହ ରାଠୋରଙ୍କୁ ଉଦ୍ୟାନ କୃଷି ନିର୍ଦ୍ଦେଶକର ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିପରି ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ଉନ୍ନୟନ ନିର୍ଦ୍ଦେଶକ ସୁବ୍ର କୁମାର ପଣ୍ଡାଙ୍କୁ ଓଡ଼ିଶା କୃଷି ଶିଳ୍ପ ନିଗମ (ଓଏଆଇସି)ର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର