ବାତ୍ୟା 'ଅର୍ଣ୍ଣବ' ପାଇଁ କଟକରେ ଆଲର୍ଟ: ସମସ୍ତ ସ୍କୁଲ ବନ୍ଦ, ପ୍ରସ୍ତୁତ ରହିଛି ୩୦୦ ଆଶ୍ରୟସ୍ଥଳୀ

Madhusudan Das Picture
Published On

କଟକ: କାଲି କଟକରେ ସବୁ ଶିକ୍ଷାନୁଷ୍ଠାନ ଛୁଟି । ସମ୍ଭାବ୍ୟ ବାତ୍ୟାର ପ୍ରଭାବକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କଲେ ଜିଲ୍ଲାପାଳ । ଆନ୍ଧ୍ରପ୍ରଦେଶ ଉପକୂଳ ଆଡକୁ ଅଗ୍ରସର ହେଉଥିବା ବାତ୍ୟା ଅର୍ଣ୍ଣବକୁ ଦୃଷ୍ଟିରେ ରଖି ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ହାଇଆଲର୍ଟ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ କଟକ ଜିଲ୍ଲାରେ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ଆସନ୍ତାକାଲି ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଛାତ୍ରଛାତ୍ରୀ ଏବଂ କର୍ମଚାରୀଙ୍କ ସୁରକ୍ଷା ପାଇଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ, କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଏହି ଛୁଟି ଘୋଷଣା ପରିସରଭୁକ୍ତ କରାଯାଇଛି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଭୟ: ଓଡ଼ିଶା ମୁହାଁ ହେବ କି ଘୂର୍ଣ୍ଣିବଳୟ?

ବାତ୍ୟା ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ୩୦୦ଟି ଅସ୍ଥାୟୀ ରିଲିଫ୍ ଆଶ୍ରୟସ୍ଥଳୀ ପ୍ରସ୍ତୁତ କରାଯାଇଛି। ତଳିଆ ଏବଂ ବନ୍ୟା ପ୍ରବଣ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗର୍ଭବତୀ ମହିଳାମାନଙ୍କୁ ପ୍ରାଥମିକତା ଭିତ୍ତିରେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସ୍ଥାନାନ୍ତରିତ ହୋଇଥିବା ଲୋକଙ୍କ ପାଇଁ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ଓ ବିଶୁଦ୍ଧ ପାନୀୟ ଜଳ ମହଜୁଦ ରଖାଯାଇଛି।

ଆହୁରି ପଢ଼ନ୍ତୁ: OUSSSC ପକ୍ଷରୁ ୭୨୬୮ କନେଷ୍ଟବଳ ଏବଂ ଅଗ୍ନିଶମ କର୍ମଚାରୀ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

ଜରୁରୀକାଳୀନ ପରିସ୍ଥିତିର ମୁକାବିଲା, ସର୍ଚ୍ଚ ଏବଂ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରେ ୩ଟି ଓଡ୍ରାଫ୍ (ODRAF) ଟିମ୍ ମୁତୟନ କରାଯାଇଛି। ସ୍ଥିତି ଉପରେ ନଜର ରଖିବା ସହ ରିଲିଫ୍ ବଣ୍ଟନକୁ ଶୃଙ୍ଖଳିତ କରିବା ଏବଂ ସାଧାରଣ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ୨ଟି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ସ୍ଥାପନ କରାଯାଇଛି। ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ଦର୍ଶାଇବା ସହ ଲୋକଙ୍କୁ ଘର ଭିତରେ ରହିବାକୁ ଏବଂ ଅତ୍ୟାବଶ୍ୟକ ନଥିଲେ ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ନବୀନଙ୍କ ଅନୁମୋଦନ: ନଭେମ୍ବର ୩୦ ଯାଏଁ ବଢ଼ିଲା ବିଜେଡିର ଜନ ସମ୍ପର୍କ ପଦଯାତ୍ରା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର