ବନ୍ୟା ସ୍ଥିତି ସତ୍ତ୍ୱେ ଘୁଞ୍ଚିବନି OPSC ପରୀକ୍ଷା: ସ୍ପଷ୍ଟ କଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଭାଗରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲେ ମଧ୍ୟ ଓଡ଼ିଶା ଲୋକସେବା ଆୟୋଗ (OPSC) ପରୀକ୍ଷା ସୂଚୀରେ କୌଣସି ପରିବର୍ତ୍ତନ କରାଯିବ ନାହିଁ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ଏହି ପରୀକ୍ଷା ଅନୁଷ୍ଠିତ ହେବ ବୋଲି ଶୁକ୍ରବାର ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସ୍ପଷ୍ଟ କରିଛନ୍ତି।  

ଆହୁରି ପଢ଼ନ୍ତୁ: ବାତ୍ୟା 'ଅର୍ଣ୍ଣବ' ପାଇଁ ଖୋର୍ଦ୍ଧା ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା; ୨୭ ତାରିଖ ଅପରାହ୍ନ ୧ଟାରୁ ୨୮ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି ଯେ ଯଦି ବର୍ତ୍ତମାନ ପରୀକ୍ଷା ସ୍ଥଗିତ ରଖାଯାଏ, ତେବେ ସମଗ୍ର ନିଯୁକ୍ତି ପ୍ରକ୍ରିୟା ପ୍ରାୟ ୬ ମାସ ପଛକୁ ଚାଲିଯିବ। ପରୀକ୍ଷାର୍ଥୀଙ୍କ ଭବିଷ୍ୟତ ଏବଂ ନିଯୁକ୍ତି ପ୍ରକ୍ରିୟାରେ ବିଳମ୍ବକୁ ଏଡ଼ାଇବା ପାଇଁ ସରକାର ପରୀକ୍ଷା ନ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳର ଛାତ୍ରଛାତ୍ରୀ ଯେପରି ସୁରକ୍ଷିତ ଭାବେ ପରୀକ୍ଷା କେନ୍ଦ୍ରରେ ପହଞ୍ଚିପାରିବେ, ସେଥିପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରୁଛନ୍ତି। ମନ୍ତ୍ରୀଙ୍କ ସୂଚନା ଅନୁସାରେ, ବନ୍ୟା ପ୍ରଭାବିତ ଗଞ୍ଜାମ ଜିଲ୍ଲାରୁ ପ୍ରାୟ ୩୨୫ ଜଣ ଏବଂ ଅନ୍ୟାନ୍ୟ ପ୍ରଭାବିତ ଅଞ୍ଚଳରୁ ପ୍ରାୟ ୧୦୦ ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବାକୁ ଥିବା ଜଣାପଡ଼ିଛି। ସରକାର ସେମାନଙ୍କୁ ପରୀକ୍ଷା କେନ୍ଦ୍ରକୁ ପହଞ୍ଚାଇବା ପାଇଁ ସ୍ୱତନ୍ତ୍ର ପରିବହନ ବ୍ୟବସ୍ଥା କରିବେ। ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲେ ମଧ୍ୟ କୌଣସି ପରୀକ୍ଷାର୍ଥୀ ଯେପରି ପରୀକ୍ଷାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ପ୍ରଶାସନ ସଜାଗ ରହିଛି ବୋଲି ସେ ଆଶ୍ୱାସନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ବାତ୍ୟା 'ଅର୍ଣ୍ଣବ' ପ୍ରଭାବ: ଗଞ୍ଜାମରେ ବିପଦ ସଙ୍କେତ ଉପରେ ବହୁଛି ଋଷିକୂଲ୍ୟା, ରାସ୍ତାଘାଟ ଜଳମଗ୍ନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର