ଗଞ୍ଜାମ ବନ୍ୟା ପରିସ୍ଥିତି ସମ୍ପର୍କରେ ଜିଲ୍ଲପାଳଙ୍କଠାରୁ ପଚାରି ବୁଝିଲେ ନବୀନ, ଲୋକଙ୍କ ଦୁଃଖ ସମୟରେ ସେବା ଯୋଗାଇବାକୁ କର୍ମୀଙ୍କୁ ପରାମର୍ଶ

Madhusudan Das Picture
Published On

ଭୁବନେଶ୍ୱର: ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଆଜି ଟେଲିଫୋନ ଯୋଗେ ଗଞ୍ଜାମ ଜିଲ୍ଲାପାଳଙ୍କଠାରୁ  ହିଞ୍ଜିଳି ଓ ଶେରଗଡ଼ ସମେତ ସମଗ୍ର ଜିଲ୍ଳାର ବନ୍ୟା ପରିସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି । ବିପନ୍ନ ଲୋକଙ୍କ ଉଦ୍ଧାର ଓ ରିଲିଫ ସମ୍ପର୍କରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଜିଲ୍ଲପାଳ ବିରୋଧୀଦଳ ନେତାଙ୍କୁ ଅବଗତ କରିଥିଲେ । ଅର୍ଣ୍ଣବ ବାତ୍ୟା ଜନିତ ଏହି ଅଭୁତପୁର୍ବ ବନ୍ୟା ଯୋଗୁଁ ଗଞ୍ଜାମ ବାସୀ ନାହିଁ ନ ଥିବା ଅସୁବିଧା ର ସମ୍ମୁଖୀନ ହୋଇଛନ୍ତି । ଏଥିପାଇଁ ଶ୍ରୀ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ବିପନ୍ନ ଲୋକଙ୍କ ନିକଟରେ ତୁରନ୍ତ ଆବଶ୍ୟକ ରିଲିଫ ଓ ଅନ୍ୟ ସହାୟତା ଯୋଗାଇ ଦେବା ପାଇଁ ପରାମର୍ଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ବାତ୍ୟା 'ଅର୍ଣ୍ଣବ' ପାଇଁ ଖୋର୍ଦ୍ଧା ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା; ୨୭ ତାରିଖ ଅପରାହ୍ନ ୧ଟାରୁ ୨୮ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଗଞ୍ଜାମ ବନ୍ୟା ପରିସ୍ଥିତି ଅନୁଧ୍ୟାନ  କରିବା ପାଇଁ  ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ, ବିରୋଧୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ କୁ ଗଞ୍ଜାମ ପଠାଇଛନ୍ତି । ଏହି ପ୍ରତିନିଧି ଦଳରେ ପ୍ରତାପ ଜେନା, ଟୁକୁନି ସାହୁ, ବିକ୍ରମ ପଣ୍ଡା, ଡ଼. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଚନ୍ଦ୍ର ଶେଖର ସାହୁ, ଭୃଗୁ ବକ୍ସିପାତ୍ର, ଚିନ୍ମୟ ସାହୁ  , ରଂଜିତା ସାହୁ ଓ ସଂଘମିତ୍ରା ଦଳେଇ ଯାଇଛନ୍ତି। ଏହି ପ୍ରତିନିଧି ଦଳ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଗଞ୍ଜାମ ଗସ୍ତ କରି ବିପନ୍ନ ଲୋକଙ୍କୁ ଭେଟିଵା ସହ କ୍ଷୟକ୍ଷତି ଆକଳନ କରିବ । ରିଲିଫ ଓ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ RDC ଓ ଜିଲ୍ଲାପାଳଙ୍କ ସହ ଆଲୋଚନା କରିବ। ପରେ କମିଟି ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ରିପୋର୍ଟ ପ୍ରଦାନ କରିବ। ସେହିପରି ଲୋକଙ୍କ ଏହି ଦୁଃଖ ସମୟରେ ଲୋକଙ୍କ ସହ ରହିବା ଓ ସେମାନଙ୍କ ସେବା କରିବା ପାଇଁ ଶ୍ରୀ ପଟ୍ଟନାୟକ ବିଜେଡି କର୍ମୀମାନଙ୍କୁ ପରାମର୍ଶ ଦେଇଛନ୍ତି  ।

ଆହୁରି ପଢ଼ନ୍ତୁ: ଚାମେଲି ଓଝାଙ୍କୁ ହାଇକୋର୍ଟରୁ ବଡ଼ ଆଶ୍ୱସ୍ତି: ଅନାସ୍ଥା ପ୍ରସ୍ତାବ ପ୍ରକ୍ରିୟାକୁ ବେଆଇନ ଘୋଷଣା କଲେ ଅଦାଲତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର