ବାତ୍ୟା 'ମୁରାସୁ' ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଗଞ୍ଜାମ ଓ ଗଜପତି ପାଇଁ ସତର୍କ ସୂଚନା

Madhusudan Das Picture
Published On

ଭୁବନେଶ୍ୱର: ଭୀଷଣ ବାତ୍ୟାରେ ପରିଣତ ହୋଇ ‘ମୁରାସୁ’ ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିପାରେ । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ପବନର ଆଶଙ୍କା ଦେଖାଦେଇଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ଗଞ୍ଜାମ ଏବଂ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ବ୍ୟତୀତ ରାଜ୍ୟର ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଏବଂ ପ୍ରବଳ ବେଗରେ ପବନ ବହିପାରେ।

ଆହୁରି ପଢ଼ନ୍ତୁ: ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି: ଗଞ୍ଜାମ ଏବଂ ଗଜପତିରେ ଅକ୍ଟୋବର ୩୧ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ବର୍ଷା ସହିତ ଘଡ଼ଘଡ଼ି ଏବଂ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷ କରି ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାରେ ଏହାର ପ୍ରଭାବ ଅଧିକ ରହିପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଧି, କନ୍ଧମାଳ, ନବରଙ୍ଗପୁର ଏବଂ ନୟାଗଡ଼ ଜିଲ୍ଲାରେ ମଧ୍ୟ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ୩୦ ରୁ ୪୦ କିଲୋମିଟର ବେଗରେ ପବନ ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: କାଲି ମିଳିବ ୨୪ତମ ପିଏମ୍ କିଷାନ କିସ୍ତି ଟଙ୍କା, ଉପକୃତ ହେବେ ରାଜ୍ୟର ୩୫ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀ

ଆସନ୍ତା ନଭେମ୍ବର ୩ ଏବଂ ୪ ତାରିଖ ପାଇଁ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ପବନର ବେଗ ଘଣ୍ଟା ପ୍ରତି ୫୦ ରୁ ୬୦ କିଲୋମିଟର ରହିବା ସହ ସର୍ବାଧିକ ୭୦ କିଲୋମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ।

ଆହୁରି ପଢ଼ନ୍ତୁ: ବନ୍ୟା ସ୍ଥିତି ସତ୍ତ୍ୱେ ଘୁଞ୍ଚିବନି OPSC ପରୀକ୍ଷା: ସ୍ପଷ୍ଟ କଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

ପାଣିପାଗ ବିଭାଗ ସତର୍କ କରାଇ ଦେଇଛି ଯେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ବା ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ଏଥିସହିତ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ଥିବାରୁ ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି। ପାଣିପାଗ ବିଭାଗ ସ୍ଥିତି ଉପରେ ନଜର ରଖିଛି ଏବଂ ସ୍ଥାନୀୟ ଲୋକଙ୍କୁ ସୁରକ୍ଷିତ ରହିବାକୁ ପରାମର୍ଶ ଦେଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର