ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ୭ ଦିନ ମଧ୍ୟରେ ସବୁ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ୱର: ସମ୍ଭାବ୍ୟ ମରୁଡି ପରିସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିକରି ଏହାର ମୁକାବିଲା ନିମନ୍ତେ ଚାଷୀ ମାନଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୧୩ଟି ବ୍ଲକରେ ବର୍ଷାର ଅଭାବ ଦେଖାଦେଇଛି । ଯାହାକି କୃଷି କାର୍ଯ୍ୟକ୍ରମକୁ ପ୍ରଭାବିତ କରିବାର ଆଶଙ୍କା ରହିଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇ […]

ଭୁବନେଶ୍ୱର: ସମ୍ଭାବ୍ୟ ମରୁଡି ପରିସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିକରି ଏହାର ମୁକାବିଲା ନିମନ୍ତେ ଚାଷୀ ମାନଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୧୩ଟି ବ୍ଲକରେ ବର୍ଷାର ଅଭାବ ଦେଖାଦେଇଛି । ଯାହାକି କୃଷି କାର୍ଯ୍ୟକ୍ରମକୁ ପ୍ରଭାବିତ କରିବାର ଆଶଙ୍କା ରହିଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇ ଦୈନିକ ଭିତ୍ତିରେ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସମ୍ପୃକ୍ତ ଜିଲ୍ଲାପାଳମାନେ କ୍ଷେତ୍ରସ୍ତରରେ ତୁରନ୍ତ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ଫସଲ ପାଇଁ ଜରୁରୀକାଳୀନ ଯୋଜନା, କେନାଲ ଗୁଡ଼ିକରେ ଜଳ ପ୍ରବାହ ଏବଂ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି କାର୍ଯ୍ୟକ୍ରମ ଗୁଡ଼ିକ ମଧ୍ୟରେ ଉତ୍ତମ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଚାଷୀ ମାନଙ୍କ ଫସଲ ନଷ୍ଟ ହେବା କ୍ଷେତ୍ରରେ ଦ୍ୱିତୀୟ ଫସଲ ପାଇଁ ବିହନ ଓ ମିନିକିଟ୍‌ ଯୋଗାଇ ଦେବା ଏବଂ ଯେଉଁଠାରେ ଫସଲ ଅଛି, ତାକୁ ସୁରକ୍ଷିତ ରଖିବା ପାଇଁ ରିହାତି ଦରରେ ଚାଷୀ ମାନଙ୍କୁ ଡିଜେଲ ପମ୍ପସେଟ୍‌ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ସେହିପରି ଚାଷୀ ମାନଙ୍କ ଜମିକୁ ଜଳ ଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ଗୋଟିଏ ଜାଗାରେ ଅଧ ଏକରରୁ ଅଧିକ ଥିବା ଚାଷ ଜମି ପାଇଁ ପୋଖରୀ (Farm Pond) ଖୋଳିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ସମସ୍ତ ଉଠା ଜଳସେଚନ ପଏଣ୍ଟ ଗୁଡ଼ିକୁ ୭ ଦିନ ମଧ୍ୟରେ ମରାମତି ଓ ପୁନରୁଦ୍ଧାର କରି କାର୍ଯ୍ୟକ୍ଷମ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଛୋଟ ଓ ନାମମାତ୍ର ଚାଷୀ ଓ କୃଷି ଶ୍ରମିକ ମାନଙ୍କୁ ଜୀବିକା ସହାୟତା ଦେବା ପାଇଁ ବିଭିନ୍ନ ରୋଜଗାର ସୃଷ୍ଟିକାରୀ ଯୋଜନା ଉପରେ ପ୍ରାଥମିକତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତଳିଆ ଅଞ୍ଚଳର ଚାଷୀମାନଙ୍କ ପାଇଁ ଜଳ ଯୋଗାଣ ସୁନିଶ୍ଚିତ କରିବା ଓ ଭୂତଳ ଜଳ ପାଇଁ ପଦକ୍ଷେପ ନେବାକୁ ଜଳ ସମ୍ପଦ ବିଭାଗକୁ ପରାମର୍ଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ଜନସାଧାରଣ ଓ ପ୍ରାଣୀ ସମ୍ପଦ ମାନଙ୍କ ପାଇଁ ଯେପରି ପାନୀୟ ଜଳର ଅଭାବ ନ ହୁଏ, ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ଓ ପୌରସଂସ୍ଥା କର୍ତ୍ତୃପକ୍ଷମାନେ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଚାଷୀ ଓ ସାଧାରଣ ଜନତାଙ୍କ ଉପରେ ମରୁଡିର ପ୍ରଭାବ କମ୍‌ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ବୃଷ୍ଟିପାତ ୩୦ ପ୍ରତିଶତ କମ୍‌ ରହିଛି । ଧାନ ଫସଲ ପାଇଁ ସମସ୍ୟା ଦେଖା ଦେଇଥିଲେ ମଧ୍ୟ ଅଣଧାନ ଫସଲ ପାଇଁ କୌଣସି ସମସ୍ୟା ସୃଷ୍ଟି ହୋଇନାହିଁ । ମନରେଗାରେ ଅଧିକ କର୍ମ ନିଯୁକ୍ତି ସୃଷ୍ଟି ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ ।

ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଜଳ ସମ୍ପଦ ବିଭାଗ ନିଜସ୍ୱ ବିକଳ୍ପ ଯୋଜନା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ । କଳାହଣ୍ଡି, ସୁନ୍ଦରଗଡ଼, ଅନୁଗୁଳ ଓ ରାୟଗଡ଼ା ଜିଲ୍ଲାର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ରାଜ୍ୟରେ ବୃଷ୍ଟିପାତ ସମ୍ପର୍କରେ ସୂଚନା ଦେଇ କହିଥିଲେ, ସେପ୍ଟେମ୍ବର ମାସରେ ସ୍ୱାଭାବିକ ବୃଷ୍ଟିପାତ ହୋଇ ୨୨୬.୬ ମି.ମି. ବର୍ଷା ହେବାର ସମ୍ଭାବନା ରହିଛି ।

କାମଧନ୍ଦା ଅଭାବରୁ ବାହାର ରାଜ୍ୟକୁ ଯାଉଥିବା ଲୋକଙ୍କୁ ଯେପରି ରାଜ୍ୟ ମଧ୍ୟରେ କାମ ଯୋଗାଇ ଦିଆଯାଇପାରିବ, ସେ ସମ୍ପର୍କରେ ବୈଠକରେ ଗୁରୁତ୍ୱ ଆରୋପ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ । ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ବୈଠକରେ ଉପସ୍ଥିତ ଥିଲେ ।

31 Aug 2021 By The Sakala

ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ୭ ଦିନ ମଧ୍ୟରେ ସବୁ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ସମ୍ଭାବ୍ୟ ମରୁଡି ପରିସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିକରି ଏହାର ମୁକାବିଲା ନିମନ୍ତେ ଚାଷୀ ମାନଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୧୩ଟି ବ୍ଲକରେ ବର୍ଷାର ଅଭାବ ଦେଖାଦେଇଛି । ଯାହାକି କୃଷି କାର୍ଯ୍ୟକ୍ରମକୁ ପ୍ରଭାବିତ କରିବାର ଆଶଙ୍କା ରହିଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇ ଦୈନିକ ଭିତ୍ତିରେ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସମ୍ପୃକ୍ତ ଜିଲ୍ଲାପାଳମାନେ କ୍ଷେତ୍ରସ୍ତରରେ ତୁରନ୍ତ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି ।

ଫସଲ ପାଇଁ ଜରୁରୀକାଳୀନ ଯୋଜନା, କେନାଲ ଗୁଡ଼ିକରେ ଜଳ ପ୍ରବାହ ଏବଂ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି କାର୍ଯ୍ୟକ୍ରମ ଗୁଡ଼ିକ ମଧ୍ୟରେ ଉତ୍ତମ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଚାଷୀ ମାନଙ୍କ ଫସଲ ନଷ୍ଟ ହେବା କ୍ଷେତ୍ରରେ ଦ୍ୱିତୀୟ ଫସଲ ପାଇଁ ବିହନ ଓ ମିନିକିଟ୍‌ ଯୋଗାଇ ଦେବା ଏବଂ ଯେଉଁଠାରେ ଫସଲ ଅଛି, ତାକୁ ସୁରକ୍ଷିତ ରଖିବା ପାଇଁ ରିହାତି ଦରରେ ଚାଷୀ ମାନଙ୍କୁ ଡିଜେଲ ପମ୍ପସେଟ୍‌ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ଚାଷୀ ମାନଙ୍କ ଜମିକୁ ଜଳ ଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ଗୋଟିଏ ଜାଗାରେ ଅଧ ଏକରରୁ ଅଧିକ ଥିବା ଚାଷ ଜମି ପାଇଁ ପୋଖରୀ (Farm Pond) ଖୋଳିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ସମସ୍ତ ଉଠା ଜଳସେଚନ ପଏଣ୍ଟ ଗୁଡ଼ିକୁ ୭ ଦିନ ମଧ୍ୟରେ ମରାମତି ଓ ପୁନରୁଦ୍ଧାର କରି କାର୍ଯ୍ୟକ୍ଷମ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଛୋଟ ଓ ନାମମାତ୍ର ଚାଷୀ ଓ କୃଷି ଶ୍ରମିକ ମାନଙ୍କୁ ଜୀବିକା ସହାୟତା ଦେବା ପାଇଁ ବିଭିନ୍ନ ରୋଜଗାର ସୃଷ୍ଟିକାରୀ ଯୋଜନା ଉପରେ ପ୍ରାଥମିକତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତଳିଆ ଅଞ୍ଚଳର ଚାଷୀମାନଙ୍କ ପାଇଁ ଜଳ ଯୋଗାଣ ସୁନିଶ୍ଚିତ କରିବା ଓ ଭୂତଳ ଜଳ ପାଇଁ ପଦକ୍ଷେପ ନେବାକୁ ଜଳ ସମ୍ପଦ ବିଭାଗକୁ ପରାମର୍ଶ ଦେଇଛନ୍ତି ।

ଜନସାଧାରଣ ଓ ପ୍ରାଣୀ ସମ୍ପଦ ମାନଙ୍କ ପାଇଁ ଯେପରି ପାନୀୟ ଜଳର ଅଭାବ ନ ହୁଏ, ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ଓ ପୌରସଂସ୍ଥା କର୍ତ୍ତୃପକ୍ଷମାନେ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଚାଷୀ ଓ ସାଧାରଣ ଜନତାଙ୍କ ଉପରେ ମରୁଡିର ପ୍ରଭାବ କମ୍‌ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ବୃଷ୍ଟିପାତ ୩୦ ପ୍ରତିଶତ କମ୍‌ ରହିଛି । ଧାନ ଫସଲ ପାଇଁ ସମସ୍ୟା ଦେଖା ଦେଇଥିଲେ ମଧ୍ୟ ଅଣଧାନ ଫସଲ ପାଇଁ କୌଣସି ସମସ୍ୟା ସୃଷ୍ଟି ହୋଇନାହିଁ । ମନରେଗାରେ ଅଧିକ କର୍ମ ନିଯୁକ୍ତି ସୃଷ୍ଟି ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ ।

ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଜଳ ସମ୍ପଦ ବିଭାଗ ନିଜସ୍ୱ ବିକଳ୍ପ ଯୋଜନା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ । କଳାହଣ୍ଡି, ସୁନ୍ଦରଗଡ଼, ଅନୁଗୁଳ ଓ ରାୟଗଡ଼ା ଜିଲ୍ଲାର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ରାଜ୍ୟରେ ବୃଷ୍ଟିପାତ ସମ୍ପର୍କରେ ସୂଚନା ଦେଇ କହିଥିଲେ, ସେପ୍ଟେମ୍ବର ମାସରେ ସ୍ୱାଭାବିକ ବୃଷ୍ଟିପାତ ହୋଇ ୨୨୬.୬ ମି.ମି. ବର୍ଷା ହେବାର ସମ୍ଭାବନା ରହିଛି ।

କାମଧନ୍ଦା ଅଭାବରୁ ବାହାର ରାଜ୍ୟକୁ ଯାଉଥିବା ଲୋକଙ୍କୁ ଯେପରି ରାଜ୍ୟ ମଧ୍ୟରେ କାମ ଯୋଗାଇ ଦିଆଯାଇପାରିବ, ସେ ସମ୍ପର୍କରେ ବୈଠକରେ ଗୁରୁତ୍ୱ ଆରୋପ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ । ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ବୈଠକରେ ଉପସ୍ଥିତ ଥିଲେ ।

https://www.thesakala.in/latest-odisha-news/cm-naveen-patnaik-reviewed-drought-situation-in-state/article-5065
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର