ଚଳିତ ମାସରେ ବଙ୍ଗୋପସାଗରରେ ୩ ଲଘୁଚାପ ସମ୍ଭାବନା: ରାଜ୍ୟରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ

The Sakala Picture
Published On

ଭୁବନେଶ୍ୱର: ଚଳିତ ମାସରେ ରାଜ୍ୟକୁ ଭଲ ବର୍ଷା ମିଳିବ ବୋଲି ଆଶା କରାଯାଉଛି। ଘନ ଘନ ଲଘୁଚାପ ସହିତ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହେବ। ଫଳରେ ରାଜ୍ୟର ଜଳଭାଣ୍ଡାରଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବାର ସମ୍ଭାନବା ରହିଛି। ଦୁଇ ସପ୍ତାହରେ ଦୁଇଟି ଲଘୁଚାପ ହେଉଥିବାରୁ ସେପ୍ଟେମ୍ବର ତୃତୀୟ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ ଅଧିକ ରହିବାର ସମ୍ଭାବନା ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ସମେତ […]

ଭୁବନେଶ୍ୱର: ଚଳିତ ମାସରେ ରାଜ୍ୟକୁ ଭଲ ବର୍ଷା ମିଳିବ ବୋଲି ଆଶା କରାଯାଉଛି। ଘନ ଘନ ଲଘୁଚାପ ସହିତ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହେବ। ଫଳରେ ରାଜ୍ୟର ଜଳଭାଣ୍ଡାରଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବାର ସମ୍ଭାନବା ରହିଛି। ଦୁଇ ସପ୍ତାହରେ ଦୁଇଟି ଲଘୁଚାପ ହେଉଥିବାରୁ ସେପ୍ଟେମ୍ବର ତୃତୀୟ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ ଅଧିକ ରହିବାର ସମ୍ଭାବନା ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୬ ତାରିଖରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ ଏବଂ କଟକରେ ପ୍ରବଳ ବର୍ଷା ପାଇଁ ସତର୍କତା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ପୂର୍ବ ଆକଳନ ମୁତାବକ ଚଳିତ ସପ୍ତାହରେ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଦ୍ୱିତୀୟ ସପ୍ତାହରେ ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବ। ତେବେ ତୃତୀୟ ସପ୍ତାହରେ ଲଘୁଚାପ ଜନିତ ସକ୍ରିୟ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭବତଃ ସେପ୍ଟେମ୍ବର ମାସରେ ରାଜ୍ୟରେ ସ୍ୱାଭାବିକ (୨୪୨.୫ମିମି)ଠାରୁ ଅଧିକ ବର୍ଷା ହେବ। ଅନ୍ୟପଟେ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସଙ୍କ କହିବା ଅନୁଯାୟୀ ଆନ୍ଧ୍ର ଉପକୂଳ ଓ ପୂବ କେନ୍ଦ୍ରୀୟ ବଙ୍ଗୋପସାଗରେ ୨ ଟି ଘୂର୍ଣ୍ଣିବଳୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୬ ତାରିଖ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବ। ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏଥିପାଇଁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ଜନ୍ମକଲା ପୁଅକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲା ବାପା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର