ବିଧାନସଭାରେ ଅସୁସ୍ଥ ହୋଇପଡ଼ିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି

The Sakala Picture
Published On

ଭୁବନେଶ୍ୱର: ବିଧାନସଭାରେ ଅସୁସ୍ଥ ହୋଇପଡ଼ିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ବାଚସ୍ପତିଙ୍କ ପୋଡ଼ିୟମ ତଳେ ଚେୟାର ଉପରେ ଚଢ଼ି ପ୍ରତିବାଦ କରୁଥିଲେ ତାରା । ଏହି ସମୟରେ ତାରା ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ । ପରେ ସହଯୋଗୀ ବିଧାୟକ ତାଙ୍କୁ ପାଣି ପିଇବାକୁ ଦେଇ ଚେୟାରରେ ବସାଇଥିଲେ । ନିକଟରେ ସେ କୋଭିଡରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ । ତାରାଙ୍କୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ଓ ଅନ୍ୟ ବିଧାୟକ […]

ଭୁବନେଶ୍ୱର: ବିଧାନସଭାରେ ଅସୁସ୍ଥ ହୋଇପଡ଼ିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ବାଚସ୍ପତିଙ୍କ ପୋଡ଼ିୟମ ତଳେ ଚେୟାର ଉପରେ ଚଢ଼ି ପ୍ରତିବାଦ କରୁଥିଲେ ତାରା । ଏହି ସମୟରେ ତାରା ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ । ପରେ ସହଯୋଗୀ ବିଧାୟକ ତାଙ୍କୁ ପାଣି ପିଇବାକୁ ଦେଇ ଚେୟାରରେ ବସାଇଥିଲେ । ନିକଟରେ ସେ କୋଭିଡରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ । ତାରାଙ୍କୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ଓ ଅନ୍ୟ ବିଧାୟକ ଚେୟାରରେ ବସାଇଥିଲେ । ବିଧାନସଭା ପରିସରରେ ଥିବା ଡାକ୍ତର ତାଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କରିଛନ୍ତି । ସ୍ୱାସ୍ଥ୍ୟ ଯାଞ୍ଚ ପରେ ତାରା ବାହିନୀପତି ତାଙ୍କ ବାସଭବନକୁ ଯାଇଥିବା ଜଣାପଡ଼ିଛି । ଅପରାହ୍ଣରେ ଗୃହରେ ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ ବିଲ୍-୨୦୨୧ ପାରିତ ହୋଇଥିଲା । ସେହି ସମୟରେ ବାଚସ୍ପତିଙ୍କ ପୋଡ଼ିୟମ ତଳେ ଚେୟାର ଉପରେ ଚଢ଼ି ପ୍ରତିବାଦ କରୁଥିଲେ ତାରା ।

ଆହୁରି ପଢ଼ନ୍ତୁ: କୋଟି କୋଟି ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ରାଜ୍ୟର ୬ ରେସ୍ତୋରାଁରେ IT ଚଢ଼ାଉ

04 Sep 2021 By The Sakala

ବିଧାନସଭାରେ ଅସୁସ୍ଥ ହୋଇପଡ଼ିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି

ଭୁବନେଶ୍ୱର: ବିଧାନସଭାରେ ଅସୁସ୍ଥ ହୋଇପଡ଼ିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ବାଚସ୍ପତିଙ୍କ ପୋଡ଼ିୟମ ତଳେ ଚେୟାର ଉପରେ ଚଢ଼ି ପ୍ରତିବାଦ କରୁଥିଲେ ତାରା । ଏହି ସମୟରେ ତାରା ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ । ପରେ ସହଯୋଗୀ ବିଧାୟକ ତାଙ୍କୁ ପାଣି ପିଇବାକୁ ଦେଇ ଚେୟାରରେ ବସାଇଥିଲେ । ନିକଟରେ ସେ କୋଭିଡରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ । ତାରାଙ୍କୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ଓ ଅନ୍ୟ ବିଧାୟକ ଚେୟାରରେ ବସାଇଥିଲେ । ବିଧାନସଭା ପରିସରରେ ଥିବା ଡାକ୍ତର ତାଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କରିଛନ୍ତି । ସ୍ୱାସ୍ଥ୍ୟ ଯାଞ୍ଚ ପରେ ତାରା ବାହିନୀପତି ତାଙ୍କ ବାସଭବନକୁ ଯାଇଥିବା ଜଣାପଡ଼ିଛି । ଅପରାହ୍ଣରେ ଗୃହରେ ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ ବିଲ୍-୨୦୨୧ ପାରିତ ହୋଇଥିଲା । ସେହି ସମୟରେ ବାଚସ୍ପତିଙ୍କ ପୋଡ଼ିୟମ ତଳେ ଚେୟାର ଉପରେ ଚଢ଼ି ପ୍ରତିବାଦ କରୁଥିଲେ ତାରା ।

https://www.thesakala.in/latest-odisha-news/congress-mla-tara-prasad-bahinipati-fell-ill-in-the-assembly/article-5181
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର