ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ୍‌ଙ୍କୁ ୬କୋଟି ଟଙ୍କାର ଆର୍ଥିକ ପୁରସ୍କାର

The Sakala Picture
Published On

ଭୁବନେଶ୍ୱର: ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ୍‌ଙ୍କୁ ୬କୋଟି ଟଙ୍କାର ଆର୍ଥିକ ପୁରସ୍କାର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନା ଯୋଗ୍ୟ ଯେ, ଗତ ଜୁଲାଇ ୮ ତାରିଖରେ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବାକୁ ଥିବା ଓଡ଼ିଆ ଅଲିମ୍ପିଆନ୍ ଓ ପରା ଅଲିମ୍ପିଆନଙ୍କ ସହ କଥା ହୋଇ ସେମାନଙ୍କୁ ଉତ୍ସାହିତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ବିଜେତାଙ୍କୁ ୬କୋଟି, ରୌପ୍ୟ ପଦକ ବିଜେତାଙ୍କୁ ୪କୋଟି ଓ ବ୍ରୋଞ୍ଜ ପଦକ ବିଜେତାଙ୍କ ପାଇଁ […]

ଭୁବନେଶ୍ୱର: ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ୍‌ଙ୍କୁ ୬କୋଟି ଟଙ୍କାର ଆର୍ଥିକ ପୁରସ୍କାର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନା ଯୋଗ୍ୟ ଯେ, ଗତ ଜୁଲାଇ ୮ ତାରିଖରେ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବାକୁ ଥିବା ଓଡ଼ିଆ ଅଲିମ୍ପିଆନ୍ ଓ ପରା ଅଲିମ୍ପିଆନଙ୍କ ସହ କଥା ହୋଇ ସେମାନଙ୍କୁ ଉତ୍ସାହିତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ବିଜେତାଙ୍କୁ ୬କୋଟି, ରୌପ୍ୟ ପଦକ ବିଜେତାଙ୍କୁ ୪କୋଟି ଓ ବ୍ରୋଞ୍ଜ ପଦକ ବିଜେତାଙ୍କ ପାଇଁ ୨.୫ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଥିଲେ । ଏଥିସହିତ ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ଉଭୟ ଅଲିମ୍ପିଆନ୍ ଓ ପାରା ଅଲିମ୍ପିଆନଙ୍କ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ପୂର୍ବ ଘୋଷଣା ମୁତାବକ ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଦଳର ଓଡ଼ିଆ ସଦସ୍ୟ ବିରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହିଦାସଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଢ଼େଇ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ମାତ୍ରେ ତାଙ୍କୁ ଏହି ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ସେହିଭଳି ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତି ଐତିହାସିକ ସଫଳତା ହାସଲ କରିଥିବା ପ୍ରମୋଦ ଭଗତ୍‌ଙ୍କୁ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ୬ କୋଟି ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ । ଏଥିସହ ଗ୍ରୁପ ‘A’ ଲେବୁଲର ସରକାରୀ ଚାକିରି ଦେବାକୁ ମଧ୍ୟ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଭୁବନେଶ୍ୱର ଫେରିବା ପରେ ପ୍ରମୋଦଙ୍କୁ ଚେକ୍ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

08 Sep 2021 By The Sakala

ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ୍‌ଙ୍କୁ ୬କୋଟି ଟଙ୍କାର ଆର୍ଥିକ ପୁରସ୍କାର

ଭୁବନେଶ୍ୱର: ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ୍‌ଙ୍କୁ ୬କୋଟି ଟଙ୍କାର ଆର୍ଥିକ ପୁରସ୍କାର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନା ଯୋଗ୍ୟ ଯେ, ଗତ ଜୁଲାଇ ୮ ତାରିଖରେ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବାକୁ ଥିବା ଓଡ଼ିଆ ଅଲିମ୍ପିଆନ୍ ଓ ପରା ଅଲିମ୍ପିଆନଙ୍କ ସହ କଥା ହୋଇ ସେମାନଙ୍କୁ ଉତ୍ସାହିତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ବିଜେତାଙ୍କୁ ୬କୋଟି, ରୌପ୍ୟ ପଦକ ବିଜେତାଙ୍କୁ ୪କୋଟି ଓ ବ୍ରୋଞ୍ଜ ପଦକ ବିଜେତାଙ୍କ ପାଇଁ ୨.୫ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଥିଲେ । ଏଥିସହିତ ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ଉଭୟ ଅଲିମ୍ପିଆନ୍ ଓ ପାରା ଅଲିମ୍ପିଆନଙ୍କ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦେଇଥିଲେ ।

ପୂର୍ବ ଘୋଷଣା ମୁତାବକ ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଦଳର ଓଡ଼ିଆ ସଦସ୍ୟ ବିରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହିଦାସଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଢ଼େଇ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ମାତ୍ରେ ତାଙ୍କୁ ଏହି ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ସେହିଭଳି ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତି ଐତିହାସିକ ସଫଳତା ହାସଲ କରିଥିବା ପ୍ରମୋଦ ଭଗତ୍‌ଙ୍କୁ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ୬ କୋଟି ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ । ଏଥିସହ ଗ୍ରୁପ ‘A’ ଲେବୁଲର ସରକାରୀ ଚାକିରି ଦେବାକୁ ମଧ୍ୟ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଭୁବନେଶ୍ୱର ଫେରିବା ପରେ ପ୍ରମୋଦଙ୍କୁ ଚେକ୍ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

https://www.thesakala.in/latest-odisha-news/odisha-govt-announces-cash-award-of-rs-6-crore-for-paralympics-gold-medalist-pramod-bhagat/article-5286
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର