ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି; ଉପକୂଳ ଓଡ଼ିଶାର ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ୱର: ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜାରି ରହିଛି ବର୍ଷା । ଏନେଇ ରାଜ୍ୟର ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ ଏବଂ ନୟାଗଡ଼ ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ୱେଲ ମାର୍କଡ ଲୋ ପ୍ରେସର । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି […]

ଭୁବନେଶ୍ୱର: ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜାରି ରହିଛି ବର୍ଷା । ଏନେଇ ରାଜ୍ୟର ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ ଏବଂ ନୟାଗଡ଼ ରହିଛି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ୱେଲ ମାର୍କଡ ଲୋ ପ୍ରେସର । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୧୨ ଘଣ୍ଟାରେ ଅବପାତର ରୂପ ନେବ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ୧୪ ତାରିଖ ଯାଏଁ ପ୍ରବଳ ବର୍ଷା ଲାଗି ରହିବ । ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

୧୩ ତାରିଖ ପାଇଁ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖ ପାଇଁ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ରେଡ୍ ୱାର୍ଣ୍ଣିଂ ଜିଲ୍ଲାରେ ତଳିଆ ଅଞ୍ଚଳ ଜଳମଗ୍ନ ହେବା ଆଶଙ୍କା ରହିଛି । ମାଟି ରାସ୍ତା ଓ ଘର ଭୁଶୁଡ଼ିପାରେ । ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟରେ ବେଗରେ ବହିପାରେ । ସମୁଦ୍ର ଅଶାନ୍ତ ରହୁଥିବାରୁ ୧୪ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

12 Sep 2021 By The Sakala

ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି; ଉପକୂଳ ଓଡ଼ିଶାର ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜାରି ରହିଛି ବର୍ଷା । ଏନେଇ ରାଜ୍ୟର ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ ଏବଂ ନୟାଗଡ଼ ରହିଛି ।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ୱେଲ ମାର୍କଡ ଲୋ ପ୍ରେସର । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୧୨ ଘଣ୍ଟାରେ ଅବପାତର ରୂପ ନେବ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ୧୪ ତାରିଖ ଯାଏଁ ପ୍ରବଳ ବର୍ଷା ଲାଗି ରହିବ । ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

୧୩ ତାରିଖ ପାଇଁ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖ ପାଇଁ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଦିଆଯାଇଛି ।

ରେଡ୍ ୱାର୍ଣ୍ଣିଂ ଜିଲ୍ଲାରେ ତଳିଆ ଅଞ୍ଚଳ ଜଳମଗ୍ନ ହେବା ଆଶଙ୍କା ରହିଛି । ମାଟି ରାସ୍ତା ଓ ଘର ଭୁଶୁଡ଼ିପାରେ । ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟରେ ବେଗରେ ବହିପାରେ । ସମୁଦ୍ର ଅଶାନ୍ତ ରହୁଥିବାରୁ ୧୪ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

https://www.thesakala.in/latest-odisha-news/red-alert-for-7-districts-heavy-rains-in-odisha/article-5352
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର