ଆଜିଠୁ ରାଜ୍ୟରେ ପୁଣି ଲଘୁଚାପ ବର୍ଷା

The Sakala Picture
Published On

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ପୁଣିଥରେ ଆରମ୍ଭ ହୋଇଯିବ ଲଘୁଚାପ ବର୍ଷା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଘୁଣ୍ଣିବଳୟ ରହିଥିବାରୁ ଏଭଳି ଅନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାର ପ୍ରଭାବରେ ଆଜି ସନ୍ଧ୍ୟା ପରଠୁ ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପୁଣି ଲଘୁଚାପବର୍ଷା ଲାଗିରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ […]

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ପୁଣିଥରେ ଆରମ୍ଭ ହୋଇଯିବ ଲଘୁଚାପ ବର୍ଷା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଘୁଣ୍ଣିବଳୟ ରହିଥିବାରୁ ଏଭଳି ଅନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାର ପ୍ରଭାବରେ ଆଜି ସନ୍ଧ୍ୟା ପରଠୁ ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପୁଣି ଲଘୁଚାପବର୍ଷା ଲାଗିରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଙ୍ଗ କରିଥିବା ବିଧାୟକଙ୍କ ସଭ୍ୟପଦ ରଦ୍ଦ ହେଉ: ପ୍ରସନ୍ନ ଆଚାର୍ଯ୍ୟ

ବିଶେଷକରି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ତେବେ କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା କାଲି ଓ ୨୦ତାରିଖରେ କେତେକ ସ୍ଥାନରେ ଲଗାଣ ବର୍ଷା ସହିତ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ । ସେହିପରି ସେପ୍ଟେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ବଲଙ୍ଗୀର, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୁବର୍ଣ୍ଣପୁର ଆଦି ରହିଛି।

ଆହୁରି ପଢ଼ନ୍ତୁ: ଖୋର୍ଦ୍ଧା ଜିଲ୍ଲାରେ କାଲିଠୁ ସାଢ଼େ ୬ରୁ ସାଢ଼େ ୯ଟା ପର୍ଯ୍ୟନ୍ତ ସ୍କୁଲ୍‌

18 Sep 2021 By The Sakala

ଆଜିଠୁ ରାଜ୍ୟରେ ପୁଣି ଲଘୁଚାପ ବର୍ଷା

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ପୁଣିଥରେ ଆରମ୍ଭ ହୋଇଯିବ ଲଘୁଚାପ ବର୍ଷା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଘୁଣ୍ଣିବଳୟ ରହିଥିବାରୁ ଏଭଳି ଅନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାର ପ୍ରଭାବରେ ଆଜି ସନ୍ଧ୍ୟା ପରଠୁ ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପୁଣି ଲଘୁଚାପବର୍ଷା ଲାଗିରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବିଶେଷକରି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ତେବେ କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା କାଲି ଓ ୨୦ତାରିଖରେ କେତେକ ସ୍ଥାନରେ ଲଗାଣ ବର୍ଷା ସହିତ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ । ସେହିପରି ସେପ୍ଟେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ବଲଙ୍ଗୀର, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୁବର୍ଣ୍ଣପୁର ଆଦି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର