ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୫୧୦ ନୂଆ ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୧୦ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୯୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୧୩ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୦୭୫୪ କୁ ବୃଦ୍ଧି ପାଇଥିବା ବେଳେ ୧୦୦୭୦୬୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୪୯୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ […]

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୧୦ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୯୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୧୩ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୦୭୫୪ କୁ ବୃଦ୍ଧି ପାଇଥିବା ବେଳେ ୧୦୦୭୦୬୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୪୯୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୯ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ଚିହ୍ନଟ ହୋଇଥିବା ସଂକ୍ରମିତ ମଧ୍ୟରୁ ୧୯୭ ଜଣ, କଟକରୁ ୭୮ ଜଣ, ବାଲେଶ୍ବରରୁ ୩୩ ଜଣ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ୨୨ ଜଣ ଲେଖାଏଁ, ପୁରୀରୁ ୨୦ ଜଣ, ମୟୂରଭଞ୍ଜରୁ ୧୪ ଜଣ, ଗଞ୍ଜାମରୁ ୧୨ ଜଣ, ଭଦ୍ରକ ଓ ସମ୍ବଲପୁର ଜିଲ୍ଲାରୁ ୯ ଜଣ ଲେଖାଏଁ, ଝାରସୁଗୁଡ଼ାରୁ ୮ ଜଣ, ଗଜପତି ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ ଜଣ ଲେଖାଏଁ, କନ୍ଧମାଳ ଓ ମାଲକାନଗିରି ଜିଲ୍ଲାରୁ ୪ ଜଣ ଲେଖାଏଁ, ଅନୁଗୁଳ, କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲରୁ ୩ ଜଣ ଲେଖାଏଁ,ବଲାଙ୍ଗୀର, ବୌଦ୍ଧ,କଳାହାଣ୍ଡି , କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୪୭ ଜଣ ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର