୨୬ରେ ପୁଣି ଲଘୁଚାପ: ୩ ଦିନ ଲାଗିରହିବ ବର୍ଷା

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨୬ ତାରିଖଠାରୁ ପୁଣି ଥରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଲଘୁଚାପ ପ୍ରଭାବରେ ଏହି ବର୍ଷା ହେବା ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ୨୬-୨୮ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ବିଶେଷ କରି ଦକ୍ଷିଣ, ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ। କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୨୬ରେ ପୁରୀ, ଗଞ୍ଜାମ, ଗଜପତି, ମଲାକାନଗିରି ଓ କୋରାପୁଟ ଜିଲ୍ଲାରେ […]

ଭୁବନେଶ୍ୱର: ଆସନ୍ତା ୨୬ ତାରିଖଠାରୁ ପୁଣି ଥରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଲଘୁଚାପ ପ୍ରଭାବରେ ଏହି ବର୍ଷା ହେବା ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ୨୬-୨୮ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ବିଶେଷ କରି ଦକ୍ଷିଣ, ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ। କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଗଣେଶ ଚତୁର୍ଥୀ, ଅଗ୍ରପୂଜ୍ୟଙ୍କ ଆରାଧନା ପାଇଁ ଉତ୍ସବମୁଖର ଗାଁଠୁ ସହର

ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୨୬ରେ ପୁରୀ, ଗଞ୍ଜାମ, ଗଜପତି, ମଲାକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହିତ ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼, ରାୟଗଡ଼ା, କନ୍ଧମାଳ, କଟକ ଓ ନବରଙ୍ଗପୁରରେ ମଧ୍ୟ ବର୍ଷାର ପ୍ରକୋପ ଅଧିକ ରହିବ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: କାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ: ବିଭିନ୍ନ ପ୍ରସଙ୍ଗରେ ପ୍ରବଳ ବିରୋଧର ସମ୍ମୁଖୀନ ହୋଇପାରନ୍ତି ରାଜ୍ୟ ସରକାର

ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ, ମ୍ୟାମାର ୟାଙ୍ଗୁନର ଦକ୍ଷିଣ ଉପକୂଳରେ ବଙ୍ଗୋପ ସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ ଦିଗରେ ଗତି କରି୨୬ ତାରିଖରେ ଉତ୍ତର ଭାରତରେ ଥିବା ଲଘୁଚାପ ବଳୟ ସହିତ ମିଶ୍ରିତ ହେବ। ଦକ୍ଷିଣ ଓଡ଼ିଶାରେ ୨୫ ରାତିରୁ ଓ ଉପକୂଳ ଓଡ଼ିଶାରେ ୨୬ ରାତିରୁ ବର୍ଷା ହେବ। ୨୮ ସନ୍ଧ୍ୟା ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ରହିବ। ପ୍ରଫେସର ପଶୁପାଳଙ୍କ କହିବା ଅନୁସାରେ ଉତ୍ତର ଓଡ଼ିଶା ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା କମ୍ ରହିବ। ଜଗତସିଂହପୁର ଜିଲ୍ଲାର ଦକ୍ଷିଣରେ ଥିବା ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ମଧ୍ୟମ ଧରଣର ଏବଂ କେତେକ ସ୍ଥାନରେ ପ୍ରାୟତଃ ଭାରି (୫୦ ମିମି ପର୍ଯ୍ୟନ୍ତ) ବର୍ଷାର ସମ୍ଭବନା ରହିଛି। ଆଭ୍ୟନ୍ତରୀଣ ଦକ୍ଷିଣରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି । ଲଘୁଚାପ ଯୋଗୁଁ ଉତ୍ତର ବଙ୍ଗୋପସାଗର ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୪୦-୫୦ କିମି ରହିବ । ବେଳେ ବେଳେ ଏହା ବୃଦ୍ଧି ପାଇ ୬୦ କିମି ପହଞ୍ଚିବ। ଏହାକୁ ଦୃଷ୍ଟିରେ ରଖ୍ ଗଭୀର ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ସଂଶୋଧିତ ଖଣି ଆଇନରେ ରାଜ୍ୟର କ୍ଷତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ପୁଣି ନବୀନଙ୍କ ଚିଠି: ବିଧାନସଭାରେ ଆଣନ୍ତୁ ପ୍ରତ୍ୟାହାର ପ୍ରସ୍ତାବ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର