ପାଣିପାଗ କେନ୍ଦ୍ରର ପୂର୍ବାନୁମାନ: ୨୯ରୁ ପ୍ରବଳ ବର୍ଷା, ଆଗକୁ ଏକାଧିକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ଆସନ୍ତା ୨୯ ଓ ୩୦ ତାରିଖର ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍ ଆର୍ ବିଶ୍ଵାସଙ୍କ ସୂଚନା ଅନୁଯାୟୀ ବାଂଲାଦେଶ ଉପକୂଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଥିବା ବେଳେ ଏହା ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଗତି କରିବ। ଯାହାର ପ୍ରଭାବ ଉତ୍ତର ଓଡ଼ିଶା ଉପରେ ପଡ଼ିବାର ସମ୍ଭାବନା ରହିଛି। ଫଳତଃ ୨୮ ତାରିଖରେ କେନ୍ଦୁଝର, […]

ଭୁବନେଶ୍ବର: ଆସନ୍ତା ୨୯ ଓ ୩୦ ତାରିଖର ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍ ଆର୍ ବିଶ୍ଵାସଙ୍କ ସୂଚନା ଅନୁଯାୟୀ ବାଂଲାଦେଶ ଉପକୂଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଥିବା ବେଳେ ଏହା ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଗତି କରିବ। ଯାହାର ପ୍ରଭାବ ଉତ୍ତର ଓଡ଼ିଶା ଉପରେ ପଡ଼ିବାର ସମ୍ଭାବନା ରହିଛି। ଫଳତଃ ୨୮ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

ଆହୁରି ପଢ଼ନ୍ତୁ: ନଦୀରେ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ପାଣିରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ

ତେବେ ୨୯ ତାରିଖରେ ବର୍ଷାର ପରିମାଣ ବଢ଼ିବା ସହ ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଏବଂ ସୁନ୍ଦରଗଡ଼ରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ସେହିପରି ୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଉପରୋକ୍ତ ଜିଲ୍ଲାମାନଙ୍କୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି ବେଦାନ୍ତର ପ୍ରକଳ୍ପ ସଙ୍ଗମ

ଅନ୍ୟପକ୍ଷରେ ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ଚଳିତ ସେପ୍ଟେମ୍ବର ମାସରେ ସ୍ବାଭାବିକଠାରୁ ପ୍ରାୟ ୭୦ ପ୍ରତିଶତ ଅଧିକ ବର୍ଷା ହୋଇଥିବା ଡ ବିଶ୍ୱାସ କହିଛନ୍ତି | ତେବେ ଚଳିତ ବର୍ଷ ସେପ୍ଟେମ୍ବର୨୭ ତାରିଖ ସୁଦ୍ଧା ସ୍ବାଭାବିକଠାରୁ ମାତ୍ର ୧୦ପ୍ରତିଶତ ବର୍ଷା କମ୍ ହୋଇଛି। ୨୭ ତାରିଖ ସୁଦ୍ଧା ଅଧିକାଂଶ ଜିଲ୍ଲାରେ ନିଅଣ୍ଟିଆ ସ୍ଥିତିର ଭଗଣା ହୋଇଥିବା ବେଳେ ୨ଟି ଜିଲ୍ଲାରେ ଆବଶ୍ୟକତାଠାରୁ ବହୁ ପରିମାଣରେ ଅଧିକ ବର୍ଷା କିଛି ରେକର୍ଡ କରାଯାଇଛି ବୋଲି ସେ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଉତ୍ତର ଆଣ୍ଡାମାନରେ ପଶିଲା ଘୂର୍ଣ୍ଣିବଳୟ; ଆଜି ସନ୍ଧ୍ୟା ସୁଦ୍ଧା ଲଘୁଚାପ ସମ୍ଭାବନା, ୨୨ରୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ଅନ୍ୟପକ୍ଷରେ ବରିଷ୍ଠ ପାଣିପାଗ ବିଜ୍ଞାନୀ ପ୍ରଫେସର ସୁରେନ୍ଦ୍ର ନାଥ ପଶୁପାଳକଙ୍କ ଆକଳନ ଅନୁଯାୟୀ ବର୍ତ୍ତମାନ ପାଣିପାଗ ଅନୁକୂଳ ଥିବାରୁ ବଙ୍ଗୋପସାଗରରେ ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ଏକାଧୂକ ସିଷ୍ଟମ ( ଲଘୁଚାପ କ୍ଷେତ୍ର ପାଇଁ ବାତାବରଣ) ସୃଷ୍ଟି ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ଉତ୍ତର ପୂର୍ବ ବଙ୍ଗୋପସାଗରରେ ରହିଥିବା ଲଘୁଚାପ ବଳୟ ୨୯ ତାରିଖରେ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଉତ୍ତର ଆଡ଼କୁ ଗତି କରିବ । କ୍ରମଶଃ ଏହା ଉତ୍ତର ବିହାର ଏବଂ ସଂଲଗ୍ନ ଉତ୍ତର ପଶ୍ଚିମବଙ୍ଗ ଉପରେ ଅକ୍ଟୋବର ୪ ତାରିଖରେ ଅବପାତରେ ପରିଣତ ହୋଇପାରେ ବୋଲି ପ୍ରଫେସର ପଶୁପାଳକ ଆକଳନ କରିଛନ୍ତି। ଏହା ଫଳରେ ଉପକୂଳରେ ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଅକ୍ଟୋବର ୧ରୁ ୫ ପର୍ଯ୍ୟନ୍ତ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ | ଉତ୍ତର ଉପକୂଳରେ ଅକ୍ଟୋବର ୧ରୁ ୩ ପର୍ଯୟନ୍ତ ମଧ୍ୟମ ଧରଣର ବର୍ଷା ଏବଂ ସ୍ଥାନେ ସ୍ଥାନେ ଭାରୀ ବର୍ଷା ହୋଇପାରେ ବୋଲି ସେ ସୂଚନା ଦେଇଛନ୍ତି।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର