ରାତି ପାହିଲେ ପିପିଲି ଭୋଟ୍‌ : ପ୍ରସ୍ତୁତ ଇଭିଏମ୍ ଓ ଭଭିପାଟ୍, ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ପିଲିଲି ଭୋଟର

The Sakala Picture
Published On

ଭୁବନେଶ୍ବର : କାଲି ବିଧାୟକ ବାଛିବେ ପିପିଲିବାସୀ। ରାତି ପାହିଲେ ପିପିଲି ଉପନିର୍ବାଚନ ପାଇଁ ହେବ ମତଗ୍ରହଣ । ଭୋଟ୍ ଗ୍ରହଣ ପାଇଁ ରାଜ୍ୟର ଏହି ସମ୍ବେଦନଶୀଳ ନିର୍ବାଚନ ମଣ୍ଡଳିରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଅଧିକାଂଶ ବୁଥରୁ ୱେବକାଷ୍ଟିଂ ହେଉଥିବାରୁ ମତଦାନ ମୁକ୍ତ ଓ ନିରପେକ୍ଷ ହେବ । ୨୩ଟି ବୁଥରେ ମାଇକ୍ରୋ ଅବଜରଭର ରହିଥିବା ବେଳେ ୧୨ଟି ବୁଥରେ ଭିଡିଓଗ୍ରାଫି କରାଯିବ । ଭୋର ୫ଟା ୩୦ରେ ସମସ୍ତ ରାଜନୈତିକ ଦଳର ଏଜେଣ୍ଟଙ୍କ […]

ଭୁବନେଶ୍ବର : କାଲି ବିଧାୟକ ବାଛିବେ ପିପିଲିବାସୀ। ରାତି ପାହିଲେ ପିପିଲି ଉପନିର୍ବାଚନ ପାଇଁ ହେବ ମତଗ୍ରହଣ । ଭୋଟ୍ ଗ୍ରହଣ ପାଇଁ ରାଜ୍ୟର ଏହି ସମ୍ବେଦନଶୀଳ ନିର୍ବାଚନ ମଣ୍ଡଳିରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଅଧିକାଂଶ ବୁଥରୁ ୱେବକାଷ୍ଟିଂ ହେଉଥିବାରୁ ମତଦାନ ମୁକ୍ତ ଓ ନିରପେକ୍ଷ ହେବ । ୨୩ଟି ବୁଥରେ ମାଇକ୍ରୋ ଅବଜରଭର ରହିଥିବା ବେଳେ ୧୨ଟି ବୁଥରେ ଭିଡିଓଗ୍ରାଫି କରାଯିବ । ଭୋର ୫ଟା ୩୦ରେ ସମସ୍ତ ରାଜନୈତିକ ଦଳର ଏଜେଣ୍ଟଙ୍କ ଆଗରେ ଇଭିଏମ୍‌, ଭିଭିପାଟ୍‌ ଖୋଲାଯାଇ ପ୍ରଥମେ ମକ୍‌ ଭୋଟିଂ ହେବ । ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏ ଚାଲିବ ମତଦାନ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

କୋରୋନା ମହାମାରୀ ଦୃଷ୍ଟିରୁ ନିର୍ବାଚନ କମିଶନଙ୍କ ଦ୍ୱାରା ଜାରି ଗାଇଡଲାଇନ ଅନୁସାରେ ଭୋଟ୍ ଗ୍ରହଣ ହେବ। ମତଦାନ କେନ୍ଦ୍ରରେ ଗ୍ଲୋବସ, ମାସ୍କ ଦିଆଯିବ। ତେବେ କୋଭିଡ୍ ଲକ୍ଷଣ ଥିବା ଭୋଟରଙ୍କୁ ଶେଷ ଏକ ଘଣ୍ଟାରେ ମତଦାନର ସୁଯୋଗ ମିଳିବ। ସେ ସମୟରେ ଭୋଟିଂ ଅଧିକାରୀ ପିପିଇ କିଟ୍‌ ପିନ୍ଧିବେ । ସୁରକ୍ଷା, ଆଇନ୍ ଶୃଙ୍ଖଳା ଦୃଷ୍ଟିରୁ ପିପିଲିରେ ମୋଟ ୨୫ ପ୍ଲାଟୁନ୍ ଫୋର୍ସ ସହ ୩ କମ୍ପାନୀ ସିଏପିଏଫ୍ ମୁତୟନ ହୋଇଛନ୍ତି । ଏସପି, ଅତିରିକ୍ତ ଏସପି, ଡିଏସପି ଓ ଇନ୍ସପେକ୍ଟର ରାଙ୍କର ୩୫ ଅଧିକାରୀ ତଦାରଖ କରିବେ । ୩୪୮ଟି ବୁଥକୁ ୪ଟି ଜୋନରେ ବିଭକ୍ତ କରାଯାଇଛି । ୪ ଜଣ ଡେପୁଟି ଏସପିଙ୍କ ସହାୟତାରେ ୩ ଜଣ ଅତିରିକ୍ତ ଏସପିଙ୍କୁ ଦାୟିତ୍ୱ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ସମସ୍ତ ମତଦାନ କେନ୍ଦ୍ରରେ କଡା ପୁଲିସ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ସମଗ୍ର ନିର୍ବାଚନମଣ୍ଡଳୀର ୧୦ଟି ପ୍ରବେଶ ପଥରେ ପୁଲିସ ପକ୍ଷରୁ କଡା ଯାଞ୍ଚର ବ୍ୟବସ୍ଥା କରାଯାଇଛି। ବିନା କାରଣରେ ବାହାର ଅଞ୍ଚଳ ଲୋକଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି । ନିର୍ବାଚନମଣ୍ଡଳୀ ମଧ୍ୟରେ ଭୋଟରଙ୍କ ବ୍ୟତୀତ କୌଣସି ବାହାର ଅଞ୍ଚଳ ଲୋକଙ୍କ ରହିବା ଉପରେ ପ୍ରତିବନ୍ଧକ ଲଗାଯାଇଛି । ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶ ଅନୁଯାଇ ଏହି ନିର୍ବାଚନ ପାଇଁ ୨୮ ତାରିଖ ସଂନ୍ଧ୍ୟା ୬ଟାରୁ ଜିଲାର ସମସ୍ତ ମଦଦୋକନକୁ ବନ୍ଦ ରଖାଯାଇଛି। ଉପର୍ନିବାଚନ ପାଇଁ ମୋଟ ୩୪୮ଟି ବୁଥରେ ମତଦାନ ହେବ। ସେଥିରୁ ୧୭୫ଟି ସମ୍ବେଦନଶୀଳ ତାଲିକାରେ ରହିଛ। ୧୦୨ଟି ଅତି ସମ୍ବେଦନଶୀଳ ଓ ୭୩ଟି ସମ୍ବେଦନଶୀଳ ତାଲିକାରେ ରହିଛି। ୧୭୫ ବୁଥରୁ ମତଦାନର ସିଧାପ୍ରସାରଣ କରିବାକୁ ନିଷ୍ପତ୍ତି ନେଇଛି ପ୍ରଶାସନ। ସେହିପରି ପୋଲିଂ ବୁଥ୍‌ ଗୁଡିକରେ ସିସିଟିଭି କ୍ୟାମେରା ଲଗାଯାଇଛି। ନିର୍ବାଚନକୁ ଶୃଙ୍ଖଳିତ କରିବା ପାଇଁ ୧୯୮୩ ସୁରକ୍ଷାକର୍ମୀ ଓ ୩୨ ମୋବାଇଲ୍‌ ଟିମ ନିୟୋଜିତ ହୋଇଛନ୍ତି। ସମ୍ବେଦନଶୀଳ କେନ୍ଦ୍ର ଓ ଅତିସମ୍ବେଦନଶୀଳ କେନ୍ଦ୍ର ଗୁଡିକରେ ଅର୍ଦ୍ଧସାମରିକ ବାହିନୀ ଓ ସଶସ୍ତ୍ର ପୋଲିସ ମୂତୟନ କରାଯାଇଛି।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

୧୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨ ଲକ୍ଷ ୨୯ ହଜାର ୯୯୮ ଜଣ ଭୋଟର। ଉପନିର୍ବାଚନରେ ମୋଟ୍‍ ୧୦ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ବିଜେଡିରୁ ରୁଦ୍ରପ୍ରତାପ ମହାରଥୀ, ବିଜେପିରୁ ଆଶ୍ରୀତ ପଟ୍ଟନାୟକ, କଂଗ୍ରେସରୁ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର, ସିପିଆଇ(ଏମ୍‍ଏଲ୍‍)ରୁ ଅଶୋକ କୁମାର ପ୍ରଧାନ, ଅଖିଳ ଭାରତ ହିନ୍ଦୁ ମହାସଭାରୁ ଜୟପ୍ରକାଶ ସେଠୀ, କଳିଙ୍ଗ ସେନାରୁ ପିଙ୍କଲିନ୍‍ ମହାନ୍ତି, ରିପବ୍ଲିକାନ ପାର୍ଟି ଅଫ୍‍ ଇଣ୍ଡିଆରୁ ମହମ୍ମଦ ଇମ୍ମାମ୍‍ଉଦ୍ଦିନ ଓ ସ୍ୱାଧିନ ପ୍ରାର୍ଥୀଭାବେ ନଗେନ୍ଦ୍ର ନାଥ ମିଶ୍ର, ସୁଲୋଚନା ସାହୁ ଓ ସ୍ୱପ୍ନେଶ୍ୱର ନାୟକ ପ୍ରତିଦ୍ୱନ୍ଦିତା କରୁଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର