ରାଜ୍ଯରେ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେଉଛି । ଏହି ସ୍ଥିତି ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ମଙ୍ଗଳବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେଉଛି । ଏହି ସ୍ଥିତି ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ମଙ୍ଗଳବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଗଣେଷ ମୂର୍ତ୍ତି ବିସର୍ଜନ ବେଳେ ପୋଖରୀରେ ବୁଡି ନବନ ଶ୍ରେଣୀ ଛାତ୍ର ମୃତ

ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ବୁଧବାର ମଧ୍ୟ କିଛି ଜିଲ୍ଲାରେ ଏହି ସ୍ଥିତି ଜାରି ରହିବ ବୋଲି କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚଆର ବିଶ୍ବାସ କହିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ପାରଳାଖେମୁଣ୍ଡିରେ ରାଜ୍ୟର ସର୍ବାଧିକ ବର୍ଷା ୨୫ ମିମି ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ବରରେ ୧୦ ୬ ମିମି ବର୍ଷା ହୋଇଛି। ଦେଶରେ ୬ ତାରିଖଠାରୁ ମୌସୁମୀ ଅପସାରଣ ପାଇଁ ପାଗ ସମ୍ପୂର୍ଣ୍ଣ ଅନକୂଳ ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୨୨କୁ ଶୁଣାଣି ଘୁଞ୍ଚାଇଲେ ସୁପ୍ରିମକୋର୍ଟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର