ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି: ପୁଣି ଆଉ ୪ ଅଧିକାରୀଙ୍କୁ ଦେଲେ ବାଧ୍ୟତାମୂଳକ ଅବସର

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ରାଜ୍ୟର ୪ ଜଣ ଅଧିକାରୀଙ୍କୁ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ଆହୁରି ପଢ଼ନ୍ତୁ: ମଧ୍ୟ ପ୍ରାଚ୍ୟରେ ଫସିରହିଥିବା ଓଡ଼ିଆ ଲୋକଙ୍କୁ ସୁରକ୍ଷିତ ଫେରାଇ ଆଣିବାକୁ ସରକାରଙ୍କୁ ଅନୁରୋଧ କଲେ ନବୀନ

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ରାଜ୍ୟର ୪ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏଥିରେ ଦୁଇ ଜଣ ଓଡିଶା ପ୍ରଶାସନିକ ଅଧିକାରୀ ରହିଥିବା ବେଳେ, ଜଣେ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଓ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ରହିଛନ୍ତି । ଏ ସମସ୍ତଙ୍କ ନାମରେ ଦୁର୍ନୀତି ଅଭିଯୋଗ ରହିଛି ।
ଏହି ୪ ଜଣଙ୍କ ମଧ୍ୟରୁ ଅନୁଗୁଳର ଡେପୁଟି କଲେକ୍ଟର ଜାନକୀନାଥ ମିଶ୍ରଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲା ରହିଥିବା ବେଳେ, ୯ଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ କରାଯାଇଛି। ଦୁର୍ନୀତିଗ୍ରସ୍ତ ହେବା ସହିତ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରମାଣିତ ହୋଇଛି। ଏଥିପାଇଁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଗଜପତି ଜିଲ୍ଲାର ନୂଆଗଡ ତହସିଲଦାର ଆକୁଳ ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଥିବା ବେଳେ ତାଙ୍କ ବିରୋଧରେ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ କରାଯାଇଛି। କାର୍ଯ୍ୟ କ୍ଷେତ୍ରରେ ଅପାରଗ ଥିବା ସହିତ ସେ ସରକାରୀ ପାଣ୍ଠି ଆତ୍ମସାତ କରିଥିଲେ। ଏହି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଆହୁରି ପଢ଼ନ୍ତୁ: କମ୍‌‌ ପଇସାରେ ହାଲୁକା ନିଶା: କଫ୍‌‌ ସିରପ୍‌‌ ମାୟାରେ ଟୁଇନସିଟିର ଯୁବପିଢ଼ି

ଢେଙ୍କାନାଳର ଜିଲ୍ଲା ସବ୍‌ ରେଜିଷ୍ଟ୍ରାର  ଲଲାଟେନ୍ଦୁ ଶତପଥୀଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲ ରହିଛି । ତା ସହିତ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ ମଧ୍ୟ ରହିଛି । ତାଙ୍କର ସାଧୁତା ସନ୍ଦେହଜନକ ରହିଥିଲା ଏବଂ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରତିପାଦିତ ହୋଇଥିବାରୁ, ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ପରିଶେଷରେ ନୂଆପଡାର ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ଡଃ ତ୍ରିଲୋଚନ ଧଳଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ନିକଟରେ ବହୁ ପରିମାଣରେ ହିସାବ ବହିର୍ଭୁତ ଟଙ୍କା ମିଳିଥିଲା ଏବଂ ସେଥିପାଇଁ ତାଙ୍କ ବିରୋଧରେ ଦୁର୍ନୀତି ମାମଲା କରାଯାଇଥିଲା । ଅସାଧୁତା ଓ ଅପାରଗତା କାରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଉପରୋକ୍ତ ୪ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୨୨ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।

05 Oct 2021 By The Sakala

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି: ପୁଣି ଆଉ ୪ ଅଧିକାରୀଙ୍କୁ ଦେଲେ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ରାଜ୍ୟର ୪ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏଥିରେ ଦୁଇ ଜଣ ଓଡିଶା ପ୍ରଶାସନିକ ଅଧିକାରୀ ରହିଥିବା ବେଳେ, ଜଣେ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଓ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ରହିଛନ୍ତି । ଏ ସମସ୍ତଙ୍କ ନାମରେ ଦୁର୍ନୀତି ଅଭିଯୋଗ ରହିଛି ।
ଏହି ୪ ଜଣଙ୍କ ମଧ୍ୟରୁ ଅନୁଗୁଳର ଡେପୁଟି କଲେକ୍ଟର ଜାନକୀନାଥ ମିଶ୍ରଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲା ରହିଥିବା ବେଳେ, ୯ଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ କରାଯାଇଛି। ଦୁର୍ନୀତିଗ୍ରସ୍ତ ହେବା ସହିତ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରମାଣିତ ହୋଇଛି। ଏଥିପାଇଁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଗଜପତି ଜିଲ୍ଲାର ନୂଆଗଡ ତହସିଲଦାର ଆକୁଳ ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଥିବା ବେଳେ ତାଙ୍କ ବିରୋଧରେ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ କରାଯାଇଛି। କାର୍ଯ୍ୟ କ୍ଷେତ୍ରରେ ଅପାରଗ ଥିବା ସହିତ ସେ ସରକାରୀ ପାଣ୍ଠି ଆତ୍ମସାତ କରିଥିଲେ। ଏହି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଢେଙ୍କାନାଳର ଜିଲ୍ଲା ସବ୍‌ ରେଜିଷ୍ଟ୍ରାର  ଲଲାଟେନ୍ଦୁ ଶତପଥୀଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲ ରହିଛି । ତା ସହିତ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ ମଧ୍ୟ ରହିଛି । ତାଙ୍କର ସାଧୁତା ସନ୍ଦେହଜନକ ରହିଥିଲା ଏବଂ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରତିପାଦିତ ହୋଇଥିବାରୁ, ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ପରିଶେଷରେ ନୂଆପଡାର ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ଡଃ ତ୍ରିଲୋଚନ ଧଳଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ନିକଟରେ ବହୁ ପରିମାଣରେ ହିସାବ ବହିର୍ଭୁତ ଟଙ୍କା ମିଳିଥିଲା ଏବଂ ସେଥିପାଇଁ ତାଙ୍କ ବିରୋଧରେ ଦୁର୍ନୀତି ମାମଲା କରାଯାଇଥିଲା । ଅସାଧୁତା ଓ ଅପାରଗତା କାରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଉପରୋକ୍ତ ୪ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୨୨ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର