ନୂଆରୂପ ପାଇବ କଳିଙ୍ଗ ଷ୍ଟୁଡିଓ, ନବକଳେବର ପାଇଁ ୨୦୦ କୋଟି ଘୋଷଣା କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ବର: ରାଜ୍ୟ ସରକାର କଳିଙ୍ଗ ଷ୍ଟୁଡ଼ିଓକୁ ନୂଆ ରୂପ ଦେବାପାଇଁ ପଦକ୍ଷେପ ନେଇଛନ୍ତି। କଳିଙ୍ଗ ଷ୍ଟୁଡିଓରେ ‘ଷ୍ଟେଟ୍‌ ଅଫ୍‌ ଦି ଆର୍ଟ’ ଆଧୁନିକ ସିନେମା ଷ୍ଟୁଡିଓ ‌ପ୍ରତିଷ୍ଠା ହେବ। ଷ୍ଟୁଡିଓକୁ ନୂଆ ରୂପରେଖ ଦେବା ପାଇଁ ପ୍ରାୟ ୨୦୦ ‌କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଷ୍ଟୁଡ଼ିଓକୁ ଏକ ନିଯୁକ୍ତି ସୃଷ୍ଟିକାରୀ ୟୁନିଟରେ ପରିଣତ କରିବା ଲାଗି ଲକ୍ଷ୍ୟ ରଖିଛନ୍ତି। ସେହିଭଳି ପ୍ରତି‌ଯୋଗିତାମୂଳକ ଓ ବ୍ୟବସାୟୀକ ଢଙ୍ଗରେ ଷ୍ଟୁଡ଼ିଓକୁ ବିକଶିତ କରାଯିବ। ‌ଷ୍ଟୁଡିଓକୁ ପର୍ଯ୍ୟଟକ ଓ […]

ଭୁବନେଶ୍ବର: ରାଜ୍ୟ ସରକାର କଳିଙ୍ଗ ଷ୍ଟୁଡ଼ିଓକୁ ନୂଆ ରୂପ ଦେବାପାଇଁ ପଦକ୍ଷେପ ନେଇଛନ୍ତି। କଳିଙ୍ଗ ଷ୍ଟୁଡିଓରେ ‘ଷ୍ଟେଟ୍‌ ଅଫ୍‌ ଦି ଆର୍ଟ’ ଆଧୁନିକ ସିନେମା ଷ୍ଟୁଡିଓ ‌ପ୍ରତିଷ୍ଠା ହେବ। ଷ୍ଟୁଡିଓକୁ ନୂଆ ରୂପରେଖ ଦେବା ପାଇଁ ପ୍ରାୟ ୨୦୦ ‌କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଷ୍ଟୁଡ଼ିଓକୁ ଏକ ନିଯୁକ୍ତି ସୃଷ୍ଟିକାରୀ ୟୁନିଟରେ ପରିଣତ କରିବା ଲାଗି ଲକ୍ଷ୍ୟ ରଖିଛନ୍ତି। ସେହିଭଳି ପ୍ରତି‌ଯୋଗିତାମୂଳକ ଓ ବ୍ୟବସାୟୀକ ଢଙ୍ଗରେ ଷ୍ଟୁଡ଼ିଓକୁ ବିକଶିତ କରାଯିବ। ‌ଷ୍ଟୁଡିଓକୁ ପର୍ଯ୍ୟଟକ ଓ ସାମାଜିକ କେନ୍ଦ୍ର ଭାବେ ବିକଶିତ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଉଚ୍ଚସ୍ତରୀୟ ବୈଠକରେ ପୁନର୍ବିନ୍ୟାସ ଯୋଜନାକୁ ଅନୁମତି ମଳିିବ।

ଆହୁରି ପଢ଼ନ୍ତୁ: ଓଡ଼ିଶାର ପ୍ରତି ଚାଷୀ ପରିବାର ଉପରେ ୩୨,୭୨୧ଟଙ୍କା ଋଣ: କେନ୍ଦ୍ର

କଳିଙ୍ଗ ଷ୍ଟୁଡ଼ିଓର ବିକାଶ ଲାଗି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ବୈଠକ ଅନୁଷ୍ଠିତ ହୋଇଥିଲା। ସମୀକ୍ଷା ବୈଠକ ପୂର୍ବରୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଗତ ରବିବାର କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରିଥିଲେ। ସେଠାରେ ସେ ଫିଲ୍ଡର ପରିସ୍ଥିତି ଉପରେ ସମୀକ୍ଷା କରିଥିଲେ। ଏଥି ସହିତ ଶ୍ରୀ ମହାପାତ୍ର ଶିଳ୍ପ ବିଭାଗକୁ ପୁନର୍ବିନ୍ୟାସ ଯୋଜନା ଦିଗରେ କାମ କରିବାକୁ ନି‌ର୍ଦ୍ଦେଶ ଦେଇଥିଲେ।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର