ରାଜଧାନୀରେ ବଢୁଥିବା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କଲେ ରାଜ୍ଯ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

The Sakala Picture
Published On

ଭୁବନେଶ୍ୱର: ରାଜଧାନୀ  ଭୁବନେଶ୍ବରରେ ବଢୁଥିବା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ଯ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ରାଜ୍ୟରେ ଚିହ୍ନଟ ହେଉଥିବା ଦୈନିକ ସଂକ୍ରମଣର ୪୦ ପ୍ରତିଶତ କେବଳ ଭୁବନେଶ୍ୱରରୁ ଆସୁଥିବା ସେ କହିଛନ୍ତି। ପାର୍ବଣ ସମୟରେ ଗହଳି ନ କରିବା ପାଇଁ ଆମେ ଲୋକମାନଙ୍କୁ ସଚେତନ କରାଇବା ସତେ ହାଟ ଓ ବଜାରରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି । ଏହା ଦ୍ୱାରା ପୁଣି ଥରେ ସଂକ୍ରମଣ ବଢିବାର ସମ୍ଭାବନା ଦେଖାଯାଉଛି । […]

ଭୁବନେଶ୍ୱର: ରାଜଧାନୀ  ଭୁବନେଶ୍ବରରେ ବଢୁଥିବା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ଯ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ରାଜ୍ୟରେ ଚିହ୍ନଟ ହେଉଥିବା ଦୈନିକ ସଂକ୍ରମଣର ୪୦ ପ୍ରତିଶତ କେବଳ ଭୁବନେଶ୍ୱରରୁ ଆସୁଥିବା ସେ କହିଛନ୍ତି।

ଆହୁରି ପଢ଼ନ୍ତୁ: ଦୁଗ୍ଧ ଚାଷୀଙ୍କୁ ଲିଟର ପିଛା ୨ ଟଙ୍କା ଅଧିକ ଦେବାକୁ ଓମ୍‌ଫେଡ୍ ପକ୍ଷରୁ ନିଷ୍ପତ୍ତି, ସେପ୍ଟେମ୍ବର ୧୧ରୁ ଲାଗୁ

ପାର୍ବଣ ସମୟରେ ଗହଳି ନ କରିବା ପାଇଁ ଆମେ ଲୋକମାନଙ୍କୁ ସଚେତନ କରାଇବା ସତେ ହାଟ ଓ ବଜାରରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି । ଏହା ଦ୍ୱାରା ପୁଣି ଥରେ ସଂକ୍ରମଣ ବଢିବାର ସମ୍ଭାବନା ଦେଖାଯାଉଛି । ଗତକାଲି ଭୁବନେଶ୍ୱରରେ ସଂକ୍ରମଣ ଉପର ମୁହାଁ ହୋଇଥିବାର ନଜିର ସାମ୍ନାକୁ ଆସିଛି । ମାତ୍ର ଏପରି ସ୍ଥିତିରେ ଲୋକମାନେ ସଚେତନ ହେଉନଥିବାରୁ ଆମେ କମିଶନରେଟ ପୋଲିସକୁ କଟକଣା ବଢ଼ାଇବା ପାଇଁ କୁହାଯାଇଛି । କିପରି ଲୋକମାନେ ବାହାରେ ଗହଳି ନକରିବେ, ଭିଡ଼କୁ ରୋକି ହେବ ସେ ନେଇ ପ୍ଲାନ କରିବାକୁ ଆମେ ନିର୍ଦେଶ ଦେଇଛୁ। ବାହାରେ ଅଯଥା ଗହଳି କରନ୍ତୁ ନାହିଁ ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର