ଆସନ୍ତା ୨୨ରେ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ସ୍ମାର୍ଟ କାର୍ଡ ବଣ୍ଟନ ସହ କରିବେ ପ୍ରାୟ ୨୨ଶହ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ

The Sakala Picture
Published On

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ ତାରିଖରେ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଜିଲ୍ଲାର ୬ଲକ୍ଷ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରାଯିବ। ଏଥିସହ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ମୟୂରଭଞ୍ଜରେ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୨୧ଶହ ୫୫କୋଟି ଟଙ୍କାର […]

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ ତାରିଖରେ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଜିଲ୍ଲାର ୬ଲକ୍ଷ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରାଯିବ। ଏଥିସହ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

ମୟୂରଭଞ୍ଜରେ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୨୧ଶହ ୫୫କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ୩୨୦କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଆଖିରେ ରଖି ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ୨୬ ବ୍ଲକରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ତଥା ବିଜେଡି ସାଂଗଠନିକ ସଂପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜୋରଦାର ପ୍ରସ୍ତୁତି କରାଯାଉଛି ।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

ଅର୍ଥ ଅଭାବରୁ କାହାର ଜୀବନ ଯିବ ନାହିଁ । ଚିକିତ୍ସା ପାଇଁ ଜମିବାଡ଼ି, ଗହଣା ବିକିବାକୁ ପଡ଼ିବ ନାହିଁ। କେବଳ ଗୋଟିଏ କାର୍ଡ ଦେଖାଇଲେ ମାଗଣାରେ ମିଳିବ ଚିକିତ୍ସା ସୁବିଧା । ସରକାରୀ ହସ୍ପିଟାଲରୁ ଆରମ୍ଭ କରି ବେସରକାରୀ ହସ୍ପିଟାଲ, ବିନା ଟଙ୍କାରେ ଚିକିତ୍ସା ସୁବିଧା ପାଇବେ ରାଜ୍ୟର ଗରିବ ଲୋକ । ଟଙ୍କିକିଆ ଚାଉଳ, ଆହାର ଭଳି ନବୀନଙ୍କ ଜନକଲ୍ୟାଣକାରୀ ଯୋଜନା ଭିତରୁ ଅନ୍ୟତମ ଯୋଜନା ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟର  ୯୬ ଲକ୍ଷ ପରିବାର ପାଖରେ ପହଞ୍ଚିବ। ନିଜେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲା ଗସ୍ତ କରି ରାଜ୍ୟର ସ୍ୱାସ୍ଥ୍ୟ କ୍ଷେତ୍ରରେ ସଞ୍ଜିବନୀ କୁହାଯାଉଥିବା ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡର ବଣ୍ଟନ କରୁଛନ୍ତି। ରାଜ୍ୟର ୯୬ ଦଶମିକ ୫ଲକ୍ଷ ପରିବାରକୁ କାର୍ଡ ମିଳିବାକୁ ଥିବା ବେଳେ ଏଥିରେ ସାଢ଼େ ତିନି କୋଟି ଲୋକ ଉପକୃତ ହେବେ। ରାଜ୍ୟ ଓ ରାଜ୍ୟ ବାହାରର ୨୦୦ରୁ ଅଧିକ ଘରୋଇ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ହିତାଧିକାରୀ । ପୁରୁଷଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡରେ ମିଳିବ।

ଆହୁରି ପଢ଼ନ୍ତୁ: ଓସମା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ: ଲୋୟର ପିଏମଜିରେ ଗର୍ଜିଲେ ଶତାଧିକ କର୍ମଚାରୀ

18 Oct 2021 By The Sakala

ଆସନ୍ତା ୨୨ରେ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ସ୍ମାର୍ଟ କାର୍ଡ ବଣ୍ଟନ ସହ କରିବେ ପ୍ରାୟ ୨୨ଶହ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ ତାରିଖରେ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଜିଲ୍ଲାର ୬ଲକ୍ଷ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରାଯିବ। ଏଥିସହ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

ମୟୂରଭଞ୍ଜରେ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୨୧ଶହ ୫୫କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ୩୨୦କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଆଖିରେ ରଖି ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ୨୬ ବ୍ଲକରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ତଥା ବିଜେଡି ସାଂଗଠନିକ ସଂପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜୋରଦାର ପ୍ରସ୍ତୁତି କରାଯାଉଛି ।

ଅର୍ଥ ଅଭାବରୁ କାହାର ଜୀବନ ଯିବ ନାହିଁ । ଚିକିତ୍ସା ପାଇଁ ଜମିବାଡ଼ି, ଗହଣା ବିକିବାକୁ ପଡ଼ିବ ନାହିଁ। କେବଳ ଗୋଟିଏ କାର୍ଡ ଦେଖାଇଲେ ମାଗଣାରେ ମିଳିବ ଚିକିତ୍ସା ସୁବିଧା । ସରକାରୀ ହସ୍ପିଟାଲରୁ ଆରମ୍ଭ କରି ବେସରକାରୀ ହସ୍ପିଟାଲ, ବିନା ଟଙ୍କାରେ ଚିକିତ୍ସା ସୁବିଧା ପାଇବେ ରାଜ୍ୟର ଗରିବ ଲୋକ । ଟଙ୍କିକିଆ ଚାଉଳ, ଆହାର ଭଳି ନବୀନଙ୍କ ଜନକଲ୍ୟାଣକାରୀ ଯୋଜନା ଭିତରୁ ଅନ୍ୟତମ ଯୋଜନା ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟର  ୯୬ ଲକ୍ଷ ପରିବାର ପାଖରେ ପହଞ୍ଚିବ। ନିଜେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲା ଗସ୍ତ କରି ରାଜ୍ୟର ସ୍ୱାସ୍ଥ୍ୟ କ୍ଷେତ୍ରରେ ସଞ୍ଜିବନୀ କୁହାଯାଉଥିବା ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡର ବଣ୍ଟନ କରୁଛନ୍ତି। ରାଜ୍ୟର ୯୬ ଦଶମିକ ୫ଲକ୍ଷ ପରିବାରକୁ କାର୍ଡ ମିଳିବାକୁ ଥିବା ବେଳେ ଏଥିରେ ସାଢ଼େ ତିନି କୋଟି ଲୋକ ଉପକୃତ ହେବେ। ରାଜ୍ୟ ଓ ରାଜ୍ୟ ବାହାରର ୨୦୦ରୁ ଅଧିକ ଘରୋଇ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ହିତାଧିକାରୀ । ପୁରୁଷଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡରେ ମିଳିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର