କୁଚିଣ୍ଡାରେ ମୁଖ୍ୟମନ୍ତ୍ରୀ, ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ସହ ୧୫୫୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର କଲେ ଉଦଘାଟନ ଓ ଶିଳାନ୍ୟାସ

The Sakala Picture
Published On

ସମ୍ବଲପୁର : ସମ୍ବଲପୁର କୁଚିଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୁଚିଣ୍ଡା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନିଜ ହାତରେ ସ୍ମାର୍ଟ ହେଲ୍‌ଥ କାର୍ଡକୁ ବାଣ୍ଟିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ ସମ୍ବଲପୁରର ବିକାଶ ଓ ଉନ୍ନତିକରଣ ପାଇଁ ୧୫୫୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର କଲେ ଉଦଘାଟନ ଓ ଶିଳାନ୍ୟାସ  କରିଛନ୍ତି। ୧୫୫୩ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟରୁ ୩୫୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପକୁ ଉଦଘାଟନ କରାଯାଇଛି। ମୁଖ୍ୟତଃ ଧନକଉଡା ବ୍ଳକର ଦ୍ବୀପ ଭାବେ ପରିଚିତ ଥିବା […]

ସମ୍ବଲପୁର : ସମ୍ବଲପୁର କୁଚିଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୁଚିଣ୍ଡା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନିଜ ହାତରେ ସ୍ମାର୍ଟ ହେଲ୍‌ଥ କାର୍ଡକୁ ବାଣ୍ଟିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ ସମ୍ବଲପୁରର ବିକାଶ ଓ ଉନ୍ନତିକରଣ ପାଇଁ ୧୫୫୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର କଲେ ଉଦଘାଟନ ଓ ଶିଳାନ୍ୟାସ  କରିଛନ୍ତି। ୧୫୫୩ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟରୁ ୩୫୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପକୁ ଉଦଘାଟନ କରାଯାଇଛି। ମୁଖ୍ୟତଃ ଧନକଉଡା ବ୍ଳକର ଦ୍ବୀପ ଭାବେ ପରିଚିତ ଥିବା କୁଦଗୁଣ୍ଡେରପୁରକୁ ନିର୍ମିତ ସେତୁର ଲୋକାର୍ପଣ, ଗୋଶାଳାର ସୈନିକ ସ୍କୁଲ କୋଠାର ଲୋକାର୍ପଣ ସହିତ ବୁର୍ଲାର ପାରା ମେଡିକାଲ ହଷ୍ଟେଲ କୋଠାର ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନରେ ମାଆ ସମଲେଶ୍ୱରୀଙ୍କ ପୀଠକୁ ଆସି ଆଜି ବହୁତ ଖୁସି ଥିବା କହିଛନ୍ତି। ଇତିହାସ, ଅର୍ଥନୀତି, ରାଜନୀତି ଶିକ୍ଷା, ସଂସ୍କୃତିରେ ସମ୍ବଲପୁରର ବିଶେଷ ଅବଦାନ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମ୍ବଲପୁରୀ ଭାଷା ପରି ସମ୍ବଲପୁରର ଗୀତ ଏବଂ ଶାଡ଼ି ସାରା ବିଶ୍ୱରେ ବେଶ ଆଦର ସାଉଣ୍ଟିଛି। ବିଶ୍ୱ ଦରବାରରେ ଆଜି ଶାଢ଼ି ପାଇଁ ସମ୍ବଲପୁର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ସେପଟେ ମାଆ ସମଲେଶ୍ୱରୀଙ୍କ ସୌନ୍ଦର୍ଯ୍ୟକରଣ ଏବଂ ବିକାଶମୂଳକ କାର୍ଯ୍ୟକୁ ସରକାର ନିଜ ହାତକୁ ଦେଇଛନ୍ତି। ଯାହାଦ୍ୱାରା ଏଠାରୁ ଆସୁଥିବା ପର୍ଯ୍ୟଟକ ବେଶ ସୁବିଧା ପାଇପାରିବେ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ସେ ଆହୁରି ମଧ୍ୟ କହିଛନ୍ତି ସମସ୍ତଙ୍କୁ ସୁସ୍ଥ ପାଣି ଯୋଗାଇବା ପାଇଁ ସରକାର ଅଧିକ ଉଦ୍ୟମ କରୁଛନ୍ତି। ସେଥିପାଇଁ ସମ୍ବଲପୁର ଜିଲ୍ଲାରୁ ଏକ ହଜାର କୋଟି ଟଙ୍କା ପାଣି ପାଇଁ ପ୍ରକଳ୍ପ ଯୋଗାଇ ଦିଆଯାଇଛି। ୨୦୨୨ ସୁଦ୍ଧା ଜିଲ୍ଲାର ସବୁ ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଆଜି ସମ୍ବଲପୁର ଏହି କାର୍ଡ ପାଉଥିବାରୁ ସେ ବହୁତ ଖୁସି। ସମ୍ବଲପୁରର ୭ ଲକ୍ଷ ୭୦ ହଜାର ଲୋକ ଏହି ସୁବିଧା ପାଇବେ। ତେବେ ଏହି ହେଲ୍ଥ ସେବା ହେଉଛି ଦେଶର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ମାଇଲ ଷ୍ଟୋନ୍‌। ସ୍ୱାସ୍ଥ୍ୟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ସେଥିପାଇଁ ପରିବାରର କେହି ଅସୁସ୍ଥ ହେଲେ ଟେନସନ ବଢ଼ିଯାଏ। ଚିକିତ୍ସା ପାଇଁ କିଏ ଜମି ତ କିଏ ଗହଣା ବିକି ଅର୍ଥ ଯୋଗାଡ଼ କରିଥାନ୍ତି। ଏପରିକି ପିଲାଙ୍କ ପାଠପଢ଼ାରେ ବି ଡୋରି ଲାଗିଯାଏ। ଯାହା ତାଙ୍କୁ ଖୁବ ଦୁଃଖ ଦିଏ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏଣିକି ଆଉ କାହାକୁ ଏପରି ଅସୁବିଧା ଭୋଗିବାକୁ ପଡ଼ିବନି। ସ୍ମାର୍ଟ କାର୍ଡରେ ସୁବିଧାରେ ମିଳିବ ସମସ୍ତ ଚିକିତ୍ସା ସହାୟତା। ସମ୍ବଲପୁରର ପ୍ରତି ବ୍ଲକରେ ଜଣେ ଲେଖାଏଁ ମନ୍ତ୍ରୀଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ ପାଇଁ ଦାୟିତ୍ୱ ଦିଆଯାଇଛି। ୯ଟି ବ୍ଲକ ସହିତ ମହାନଗର ନିଗମ ଅଞ୍ଚଳର ମୋଟ ୨ଲକ୍ଷ ୨୮ହଜାର ୨୧୩ ଜଣ ବିଏସକେଓ୍ୱାଇ କାର୍ଡ ପାଇବେ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ସ୍ମାର୍ଟ ହେଲ୍‌ଥ କାର୍ଡରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଉପକୃତ ହେବେ। ଏହାଦ୍ୱାରା ଗରିବ ଲୋକେ ମାଗଣାରେ ଉତ୍ତମ ସ୍ୱାସ୍ଥ୍ୟ ସେବା ପାଇପାରିବେ। ଗୋଟିଏ କାର୍ଡରେ ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ କୌଣସି ଡକ୍ୟୁମେଣ୍ଟ ନେଇ ଯିବାକୁ ପଡ଼ିବାନାହିଁ। କେବଳ କାର୍ଡ ନେଲେ ହୋଇପାରିବ ଚିକିତ୍ସା। କୋଭିଡ ଓ ଅଣକୋଭିଡ ଚିକିତ୍ସା ବିନା କାଗଜପତ୍ରରେ ଅବିଳମ୍ବେ ଏହି ସୁବିଧା ମିଳିବ। ତେଣୁ ସଂଚିତ ଅର୍ଥ ରୋଗ ପାଇଁ ଖର୍ଚ୍ଚ ନହୋଇ ପିଲାଙ୍କ ପଢ଼ାରେ ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି। ପ୍ରତି ଜୀବନ ମୂଲ୍ୟବାନ ବୋଲି ନବୀନ କହିଥିବାବେଳେ ଗାଁ ହେଉ କି ସହର ସମସ୍ତେ ସୁସ୍ଥରେ ରୁହନ୍ତୁ ବୋଲି କହିଛନ୍ତି। ଚିକିତ୍ସା ପାଇଁ ଅର୍ଥ ବାଧକ ନ ହେଉ ବୋଲି କହିଛନ୍ତି। ସୁସ୍ଥ ରହି ନିଜ ପରିବାରର ଉନ୍ନତି ପାଇଁ କାମ କରନ୍ତୁ। ପରିବାରର ଉନ୍ନତି ହେଲେ ରାଜ୍ୟର ଉନ୍ନତି ହେବ ବୋଲି କହିଛନ୍ତି ନବୀନ।

02 Nov 2021 By The Sakala

କୁଚିଣ୍ଡାରେ ମୁଖ୍ୟମନ୍ତ୍ରୀ, ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ସହ ୧୫୫୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର କଲେ ଉଦଘାଟନ ଓ ଶିଳାନ୍ୟାସ

ସମ୍ବଲପୁର : ସମ୍ବଲପୁର କୁଚିଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୁଚିଣ୍ଡା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନିଜ ହାତରେ ସ୍ମାର୍ଟ ହେଲ୍‌ଥ କାର୍ଡକୁ ବାଣ୍ଟିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ ସମ୍ବଲପୁରର ବିକାଶ ଓ ଉନ୍ନତିକରଣ ପାଇଁ ୧୫୫୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର କଲେ ଉଦଘାଟନ ଓ ଶିଳାନ୍ୟାସ  କରିଛନ୍ତି। ୧୫୫୩ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟରୁ ୩୫୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପକୁ ଉଦଘାଟନ କରାଯାଇଛି। ମୁଖ୍ୟତଃ ଧନକଉଡା ବ୍ଳକର ଦ୍ବୀପ ଭାବେ ପରିଚିତ ଥିବା କୁଦଗୁଣ୍ଡେରପୁରକୁ ନିର୍ମିତ ସେତୁର ଲୋକାର୍ପଣ, ଗୋଶାଳାର ସୈନିକ ସ୍କୁଲ କୋଠାର ଲୋକାର୍ପଣ ସହିତ ବୁର୍ଲାର ପାରା ମେଡିକାଲ ହଷ୍ଟେଲ କୋଠାର ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନରେ ମାଆ ସମଲେଶ୍ୱରୀଙ୍କ ପୀଠକୁ ଆସି ଆଜି ବହୁତ ଖୁସି ଥିବା କହିଛନ୍ତି। ଇତିହାସ, ଅର୍ଥନୀତି, ରାଜନୀତି ଶିକ୍ଷା, ସଂସ୍କୃତିରେ ସମ୍ବଲପୁରର ବିଶେଷ ଅବଦାନ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମ୍ବଲପୁରୀ ଭାଷା ପରି ସମ୍ବଲପୁରର ଗୀତ ଏବଂ ଶାଡ଼ି ସାରା ବିଶ୍ୱରେ ବେଶ ଆଦର ସାଉଣ୍ଟିଛି। ବିଶ୍ୱ ଦରବାରରେ ଆଜି ଶାଢ଼ି ପାଇଁ ସମ୍ବଲପୁର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ସେପଟେ ମାଆ ସମଲେଶ୍ୱରୀଙ୍କ ସୌନ୍ଦର୍ଯ୍ୟକରଣ ଏବଂ ବିକାଶମୂଳକ କାର୍ଯ୍ୟକୁ ସରକାର ନିଜ ହାତକୁ ଦେଇଛନ୍ତି। ଯାହାଦ୍ୱାରା ଏଠାରୁ ଆସୁଥିବା ପର୍ଯ୍ୟଟକ ବେଶ ସୁବିଧା ପାଇପାରିବେ।

ସେ ଆହୁରି ମଧ୍ୟ କହିଛନ୍ତି ସମସ୍ତଙ୍କୁ ସୁସ୍ଥ ପାଣି ଯୋଗାଇବା ପାଇଁ ସରକାର ଅଧିକ ଉଦ୍ୟମ କରୁଛନ୍ତି। ସେଥିପାଇଁ ସମ୍ବଲପୁର ଜିଲ୍ଲାରୁ ଏକ ହଜାର କୋଟି ଟଙ୍କା ପାଣି ପାଇଁ ପ୍ରକଳ୍ପ ଯୋଗାଇ ଦିଆଯାଇଛି। ୨୦୨୨ ସୁଦ୍ଧା ଜିଲ୍ଲାର ସବୁ ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଆଜି ସମ୍ବଲପୁର ଏହି କାର୍ଡ ପାଉଥିବାରୁ ସେ ବହୁତ ଖୁସି। ସମ୍ବଲପୁରର ୭ ଲକ୍ଷ ୭୦ ହଜାର ଲୋକ ଏହି ସୁବିଧା ପାଇବେ। ତେବେ ଏହି ହେଲ୍ଥ ସେବା ହେଉଛି ଦେଶର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ମାଇଲ ଷ୍ଟୋନ୍‌। ସ୍ୱାସ୍ଥ୍ୟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ସେଥିପାଇଁ ପରିବାରର କେହି ଅସୁସ୍ଥ ହେଲେ ଟେନସନ ବଢ଼ିଯାଏ। ଚିକିତ୍ସା ପାଇଁ କିଏ ଜମି ତ କିଏ ଗହଣା ବିକି ଅର୍ଥ ଯୋଗାଡ଼ କରିଥାନ୍ତି। ଏପରିକି ପିଲାଙ୍କ ପାଠପଢ଼ାରେ ବି ଡୋରି ଲାଗିଯାଏ। ଯାହା ତାଙ୍କୁ ଖୁବ ଦୁଃଖ ଦିଏ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏଣିକି ଆଉ କାହାକୁ ଏପରି ଅସୁବିଧା ଭୋଗିବାକୁ ପଡ଼ିବନି। ସ୍ମାର୍ଟ କାର୍ଡରେ ସୁବିଧାରେ ମିଳିବ ସମସ୍ତ ଚିକିତ୍ସା ସହାୟତା। ସମ୍ବଲପୁରର ପ୍ରତି ବ୍ଲକରେ ଜଣେ ଲେଖାଏଁ ମନ୍ତ୍ରୀଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ ପାଇଁ ଦାୟିତ୍ୱ ଦିଆଯାଇଛି। ୯ଟି ବ୍ଲକ ସହିତ ମହାନଗର ନିଗମ ଅଞ୍ଚଳର ମୋଟ ୨ଲକ୍ଷ ୨୮ହଜାର ୨୧୩ ଜଣ ବିଏସକେଓ୍ୱାଇ କାର୍ଡ ପାଇବେ।

ସ୍ମାର୍ଟ ହେଲ୍‌ଥ କାର୍ଡରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଉପକୃତ ହେବେ। ଏହାଦ୍ୱାରା ଗରିବ ଲୋକେ ମାଗଣାରେ ଉତ୍ତମ ସ୍ୱାସ୍ଥ୍ୟ ସେବା ପାଇପାରିବେ। ଗୋଟିଏ କାର୍ଡରେ ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ କୌଣସି ଡକ୍ୟୁମେଣ୍ଟ ନେଇ ଯିବାକୁ ପଡ଼ିବାନାହିଁ। କେବଳ କାର୍ଡ ନେଲେ ହୋଇପାରିବ ଚିକିତ୍ସା। କୋଭିଡ ଓ ଅଣକୋଭିଡ ଚିକିତ୍ସା ବିନା କାଗଜପତ୍ରରେ ଅବିଳମ୍ବେ ଏହି ସୁବିଧା ମିଳିବ। ତେଣୁ ସଂଚିତ ଅର୍ଥ ରୋଗ ପାଇଁ ଖର୍ଚ୍ଚ ନହୋଇ ପିଲାଙ୍କ ପଢ଼ାରେ ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି। ପ୍ରତି ଜୀବନ ମୂଲ୍ୟବାନ ବୋଲି ନବୀନ କହିଥିବାବେଳେ ଗାଁ ହେଉ କି ସହର ସମସ୍ତେ ସୁସ୍ଥରେ ରୁହନ୍ତୁ ବୋଲି କହିଛନ୍ତି। ଚିକିତ୍ସା ପାଇଁ ଅର୍ଥ ବାଧକ ନ ହେଉ ବୋଲି କହିଛନ୍ତି। ସୁସ୍ଥ ରହି ନିଜ ପରିବାରର ଉନ୍ନତି ପାଇଁ କାମ କରନ୍ତୁ। ପରିବାରର ଉନ୍ନତି ହେଲେ ରାଜ୍ୟର ଉନ୍ନତି ହେବ ବୋଲି କହିଛନ୍ତି ନବୀନ।

https://www.thesakala.in/latest-odisha-news/cm-distributes-bsky-smart-health-cards-and-inaugurated-and-laid-the-foundation-stone-of-various-projects-rs-1554-crore-in-sambalpur/article-6544
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର