ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କଲେ ରାଜ୍ଯସରକାର

The Sakala Picture
Published On

ଭୁବନେଶ୍ବର: ପେଟ୍ରୋଲ ଓ ଡିଜେଲର ମହଙ୍ଗା ଦରରେ ହନ୍ତସନ୍ତ ହେଉଥିବା ରାଜ୍ୟବାସୀଙ୍କ ପାଇଁ ଆସିଛି ଖୁସି ଖବର। ରାଜ୍ଯ ସରକାର ଆଜି ପେଟ୍ରୋଲ ଏବଂ ଡିଜେଲ ଉପରୁ ଭାଟ୍ ହ୍ରାସ କରିଛନ୍ତି। ଉଭୟ ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ ହ୍ରାସ କରାଯାଇଛି। ଏହା ୫ତାରିଖ ମଧ୍ଯ ମଧ୍ୟରାତ୍ରିରୁ ଲାଗୁ ହେବ । ଏ ନେଇ ମୁଖ୍ୟମନ୍ତ୍ରୀ  ଘୋଷଣା କରିଛନ୍ତି। କିଛି ଦିନ ମଧ୍ୟରେ ଦେଶରେ ପେଟ୍ରୋଲ ମୂଲ୍ୟ ଆହେତୁକ ବୃଦ୍ଧି ହୋଇଥିଲା । […]

ଭୁବନେଶ୍ବର: ପେଟ୍ରୋଲ ଓ ଡିଜେଲର ମହଙ୍ଗା ଦରରେ ହନ୍ତସନ୍ତ ହେଉଥିବା ରାଜ୍ୟବାସୀଙ୍କ ପାଇଁ ଆସିଛି ଖୁସି ଖବର। ରାଜ୍ଯ ସରକାର ଆଜି ପେଟ୍ରୋଲ ଏବଂ ଡିଜେଲ ଉପରୁ ଭାଟ୍ ହ୍ରାସ କରିଛନ୍ତି। ଉଭୟ ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ ହ୍ରାସ କରାଯାଇଛି। ଏହା ୫ତାରିଖ ମଧ୍ଯ ମଧ୍ୟରାତ୍ରିରୁ ଲାଗୁ ହେବ । ଏ ନେଇ ମୁଖ୍ୟମନ୍ତ୍ରୀ  ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ହୀରାକୁଦରେ ବଢୁଛି ଜଳସ୍ତର, ମୋଟ ୧୦ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

କିଛି ଦିନ ମଧ୍ୟରେ ଦେଶରେ ପେଟ୍ରୋଲ ମୂଲ୍ୟ ଆହେତୁକ ବୃଦ୍ଧି ହୋଇଥିଲା । ଯାହାଦ୍ୱାରା ପନି ପରିବା ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧି ହୋଇଛି । କେନ୍ଦ୍ର ସରକାର ଗତକାଲି ରାତିରେ ପେଟ୍ରୋଲ ଓ ଡିଜେଲ ଉପରୁ ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିବାକୁ ଘୋଷଣା କରିଥିଲେ । ଆଜି ରାଜ୍ୟ ସରକାରଙ୍କ ଘୋଷଣା ଦ୍ୱାରା ରାଜ୍ୟବାସୀ ଅତିରିକ୍ତ ୩ ଟଙ୍କାର ରିହାତି ପାଇବେ ।

ଆହୁରି ପଢ଼ନ୍ତୁ: ଅସୁସ୍ଥ ବାପାଙ୍କୁ ଡାକ୍ତରଖାନା ନେବା ବେଳେ ଗଛରେ ପିଟି ହେଲା କାର୍, ଗୋଟିଏ ପରିବାରର ୩ ମୃତ

ତେବେ ୩ଟଙ୍କାର ଏହି ଛାଡ ପାଇଁ ରାଜ୍ୟ ରାଜକୋଷ ଉପରେ ଅତିରିକ୍ତ ୧୪ଶହ କୋଟିର ଭାର ପଡିବ । କେବଳ ୩ ଟଙ୍କା ଭାଟ୍ ହ୍ରାସ ଦ୍ୱାରା ଏହି କ୍ଷତି ରାଜ୍ୟ ସରକାରଙ୍କୁ ବହନ କରିବାକୁ ପଡିବ । ଅନ୍ୟପକ୍ଷରେ କେନ୍ଦ୍ର ସରକାରଙ୍କ ଏକ୍ସସାଇଜ୍ ଡ୍ୟୁଟି ହ୍ରାସ ଯୋଗୁ ରାଜ୍ୟ ସରକାରଙ୍କୁ ଅତିରିକ୍ତ ୭ଶହ କୋଟି ଟଙ୍କା ହରାଇବାକୁ ପଡିବ । ତେଣୁ ରାଜ୍ୟ ସରକାରଙ୍କୁ ମୋଟ ପ୍ରାୟ ୨ ହଜାର କୋଟି ଟଙ୍କାର ରାଜସ୍ୱ ହରାଇବାକୁ ପଡିବ । ତେବେ ୩ ଟଙ୍କା ଭାଟ୍ ହ୍ରାସ ରାଜ୍ୟବାସୀଙ୍କ ପାଇଁ ଏକ ବଡ ଆଶ୍ୱସ୍ତୀକର ଖବର ।

ଆହୁରି ପଢ଼ନ୍ତୁ: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା: ଜନ୍ମବେଦୀରୁ ଶ୍ରୀମନ୍ଦିର ରତ୍ନସିଂହାସନ ଅଭିମୁଖେ ବାହାରିବେ ଚତୁର୍ଦ୍ଧାମୂରତି

04 Nov 2021 By The Sakala

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କଲେ ରାଜ୍ଯସରକାର

ଭୁବନେଶ୍ବର: ପେଟ୍ରୋଲ ଓ ଡିଜେଲର ମହଙ୍ଗା ଦରରେ ହନ୍ତସନ୍ତ ହେଉଥିବା ରାଜ୍ୟବାସୀଙ୍କ ପାଇଁ ଆସିଛି ଖୁସି ଖବର। ରାଜ୍ଯ ସରକାର ଆଜି ପେଟ୍ରୋଲ ଏବଂ ଡିଜେଲ ଉପରୁ ଭାଟ୍ ହ୍ରାସ କରିଛନ୍ତି। ଉଭୟ ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ ହ୍ରାସ କରାଯାଇଛି। ଏହା ୫ତାରିଖ ମଧ୍ଯ ମଧ୍ୟରାତ୍ରିରୁ ଲାଗୁ ହେବ । ଏ ନେଇ ମୁଖ୍ୟମନ୍ତ୍ରୀ  ଘୋଷଣା କରିଛନ୍ତି।

କିଛି ଦିନ ମଧ୍ୟରେ ଦେଶରେ ପେଟ୍ରୋଲ ମୂଲ୍ୟ ଆହେତୁକ ବୃଦ୍ଧି ହୋଇଥିଲା । ଯାହାଦ୍ୱାରା ପନି ପରିବା ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧି ହୋଇଛି । କେନ୍ଦ୍ର ସରକାର ଗତକାଲି ରାତିରେ ପେଟ୍ରୋଲ ଓ ଡିଜେଲ ଉପରୁ ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିବାକୁ ଘୋଷଣା କରିଥିଲେ । ଆଜି ରାଜ୍ୟ ସରକାରଙ୍କ ଘୋଷଣା ଦ୍ୱାରା ରାଜ୍ୟବାସୀ ଅତିରିକ୍ତ ୩ ଟଙ୍କାର ରିହାତି ପାଇବେ ।

ତେବେ ୩ଟଙ୍କାର ଏହି ଛାଡ ପାଇଁ ରାଜ୍ୟ ରାଜକୋଷ ଉପରେ ଅତିରିକ୍ତ ୧୪ଶହ କୋଟିର ଭାର ପଡିବ । କେବଳ ୩ ଟଙ୍କା ଭାଟ୍ ହ୍ରାସ ଦ୍ୱାରା ଏହି କ୍ଷତି ରାଜ୍ୟ ସରକାରଙ୍କୁ ବହନ କରିବାକୁ ପଡିବ । ଅନ୍ୟପକ୍ଷରେ କେନ୍ଦ୍ର ସରକାରଙ୍କ ଏକ୍ସସାଇଜ୍ ଡ୍ୟୁଟି ହ୍ରାସ ଯୋଗୁ ରାଜ୍ୟ ସରକାରଙ୍କୁ ଅତିରିକ୍ତ ୭ଶହ କୋଟି ଟଙ୍କା ହରାଇବାକୁ ପଡିବ । ତେଣୁ ରାଜ୍ୟ ସରକାରଙ୍କୁ ମୋଟ ପ୍ରାୟ ୨ ହଜାର କୋଟି ଟଙ୍କାର ରାଜସ୍ୱ ହରାଇବାକୁ ପଡିବ । ତେବେ ୩ ଟଙ୍କା ଭାଟ୍ ହ୍ରାସ ରାଜ୍ୟବାସୀଙ୍କ ପାଇଁ ଏକ ବଡ ଆଶ୍ୱସ୍ତୀକର ଖବର ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର