ଆସୁଛି ଆଉ ଏକ ଲଘୁଚାପ, ବଢିବ ଶୀତ

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ ଆସନ୍ତା ୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ। ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଯାହାଫଳରେ ଆସନ୍ତା ୯ ତାରିଖ ପରେ ରାଜ୍ୟରେ ଶୀତ ବଢ଼ିବାର ସମ୍ଭାବନା […]

ଭୁବନେଶ୍ୱର: ରାଜ୍ଯରେ ଆସନ୍ତା ୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ। ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ଯାହାଫଳରେ ଆସନ୍ତା ୯ ତାରିଖ ପରେ ରାଜ୍ୟରେ ଶୀତ ବଢ଼ିବାର ସମ୍ଭାବନା ରହିଛି। ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଉଭୟ ଦିନ ଓ ରାତିର ତାପମାତ୍ରା କମିବ । ୧୦ ତାରିଖ ବେଳକୁ ରାତିର ତାପମାତ୍ରା ସ୍ୱାଭାବିକ ଠାରୁ ୨-୩ଡିଗ୍ରୀ କମିବ। ବିଶେଷକରି ପାହାଡ଼ିଆ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ହେବ। ବର୍ତ୍ତମାନ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ରହିଛି।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

05 Nov 2021 By The Sakala

ଆସୁଛି ଆଉ ଏକ ଲଘୁଚାପ, ବଢିବ ଶୀତ

ଭୁବନେଶ୍ୱର: ରାଜ୍ଯରେ ଆସନ୍ତା ୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ। ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଯାହାଫଳରେ ଆସନ୍ତା ୯ ତାରିଖ ପରେ ରାଜ୍ୟରେ ଶୀତ ବଢ଼ିବାର ସମ୍ଭାବନା ରହିଛି। ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଉଭୟ ଦିନ ଓ ରାତିର ତାପମାତ୍ରା କମିବ । ୧୦ ତାରିଖ ବେଳକୁ ରାତିର ତାପମାତ୍ରା ସ୍ୱାଭାବିକ ଠାରୁ ୨-୩ଡିଗ୍ରୀ କମିବ। ବିଶେଷକରି ପାହାଡ଼ିଆ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ହେବ। ବର୍ତ୍ତମାନ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର