ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି: ପୁଣି ଆଉ ୮ ଅଧିକାରୀଙ୍କୁ ଦେଲେ ବାଧ୍ୟତାମୂଳକ ଅବସର

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ କଠୋର ପଦକ୍ଷେପ ଜାରି ରଖିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ କଠୋର ପଦକ୍ଷେପ ଜାରି ରଖିଛନ୍ତି।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଏବେ ଆଉ ୮ ଜଣ ସରକାରୀ ଅଧିକାରୀଙ୍କୁ ସେମାନଙ୍କର ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏହି ୮ ଜଣଙ୍କୁ ମିଶାଇ ବର୍ତ୍ତମନ ସୁଦ୍ଧା ୧୩୦ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରିରୁ ବହିସ୍କାର କରାଗଲାଣି ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

ଏହି ୮ ଜଣଙ୍କ ମଧ୍ୟରୁ ନିମାପଡାର ପୂର୍ବତନ ତହସିଲଦାର ତଥା ସବ୍‌ ରେଜିଷ୍ଟର ଦାୟିତ୍ବରେ ଥିବା ଓ.ଏ.ଏସ୍‌ ଅଧିକାରୀ ଶ୍ରୀ ରାମଚନ୍ଦ୍ର ଜେନାଙ୍କ ବିରୁଦ୍ଧରେ ୩ଟି ଦୁର୍ନୀତି ଅଭିଯୋଗ ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତଲାସି କରାଯାଇଥିବା ସମୟରେ ତାଙ୍କ ନିକଟରୁ ଏକାଧିକ ପ୍ୟାନ୍‌ କାର୍ଡ ସହିତ ୫ ଲକ୍ଷ ଟଙ୍କା ଜବତ କରାଯାଇଥିଲା । ଏହାପର ଠାରୁ ସେ ଚାକିରୀରୁ ନିଲମ୍ବିତ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଲଜ୍ଜା: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ସେହିପରି, ଜଗତସିଂହପୁରର ପୂର୍ବତନ ଡ଼େପୁଟି କଲେକ୍ଟର ଓ.ଏ.ଏସ୍‌ ଅଧିକାରୀ ଶ୍ରୀ ଗୌରାଙ୍ଗ ଚରଣ ମହାନ୍ତିଙ୍କ ବିରୁଦ୍ଧରେ ୭ଟି ଦୁର୍ନୀତି ଅଭିଯୋଗ ଥିଲା । ତାଙ୍କ ନାମରେ ସରକାରୀ ପାଣ୍ଠି ଆତ୍ମସାତ ତଥା ସରକାରୀ ଯୋଜନାର ସୁବିଧା ଆବଣ୍ଟନରେ ଅନିୟମିତତାର ଅଭିଯୋଗ ଥିଲା ।

ସୁନ୍ଦରଗଡ ଲାଠିକଟାର ପୂର୍ବତନ ତହସିଲଦାର ଏବଂ ବର୍ତ୍ତମାନ ବରଗଡର ଅମ୍ବାଭୋନାରେ ବି.ଡି.ଓ ଥିବା ଓ.ଏ.ଏସ୍‌ ଅଧିକାରୀ ଶ୍ରୀ ଆଲଫୋନ୍‌ସ ବିଲୁଙ୍ଗଙ୍କ ନାମରେ ୩ଟି ଦୁର୍ନୀତି ଅଭିଯୋଗ ରହିଛି । ସେ ଜମିର କିସମ ପରିବର୍ତ୍ତନ ତଥା ରାଜସ୍ବ ଆଦାୟ କ୍ଷେତ୍ରରେ ଅନୁଚିତ ଅନୁଗ୍ରହ ପ୍ରଦାନ କରି ସରକାରଙ୍କୁ କ୍ଷତି ପହଞ୍ଚାଇଥିଲେ ।

ସେହିପରି କେନ୍ଦୁଝର ଜଳସେଚନ ବିଭାଗ ବୈତରଣୀ ଡିଭିଜନର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ଶ୍ରୀ ବିଧାନ ଚନ୍ଦ୍ର ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦୨୧ ଅକ୍ଟୋବର ମାସରେ ସେ ବହୁ ପରିମାଣର ଟଙ୍କା ଧରି ଯାଉଥିବାର ଖବର ପାଇ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତାଙ୍କୁ ହଠାତ୍‌ ଯାଞ୍ଚ କରାଯାଇଥିଲା ଏବଂ ତାଙ୍କ ନିକଟରୁ ୧୦ ଲକ୍ଷ ଟଙ୍କା ଜବତ କରିଥିଲା। ଏହାପରେ ତାଙ୍କ ସମ୍ପତ୍ତି ଉପରେ ଚଢଉ କରାଗଲା ବେଳେ ଅନେକ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରାଯାଇଥିଲା ।

କଳାହାଣ୍ଡି ଲାଞ୍ଜିଗଡ ବ୍ଲକ୍‌ର ବିଶ୍ବନାଥପୁରଠାରେ ସମନ୍ବିତ ଶିଶୁ ବିକାଶ ଯୋଜନାର ସିଡିପିଓ ଶ୍ରୀମତୀ ମୀନା ପାତ୍ର ୨୦୨୧ ଅକ୍ଟୋବର ୪ ତାରିଖରେ ଦୁଇଟି ସ୍ବୟଂ ସହାୟତା ଗୋଷ୍ଠୀ ଠାରୁ ଛତୁଆ ଯୋଗାଣ ପାଇଁ ୮୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ, ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢଉ କରି ତାଙ୍କୁ ଧରା ଯାଇଥିଲା । ଭବାନୀପାଟଣାରେ ତାଙ୍କର ଦୁଇଟି କୋଠାଘର ଓ ୬ଟି ପ୍ଲଟ୍‌ ରହିଛି । ତାଙ୍କର ସମୁଦାୟ ସମ୍ପତ୍ତିର ମୂଲ୍ୟ ପ୍ରାୟ ୧ କୋଟି ୮୦ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି।

ସେହିପରି କଳାହାଣ୍ଡି ଥୁଆମୂଳ ରାମପୁର ବ୍ଲକ୍‌ର ସମନ୍ବିତ ଶିଶୁ ବିକାଶ ଯୋଜନାର ସିଡିପିଓ ଶ୍ରୀମତୀ ପୁଷ୍ପାଞ୍ଚଳୀ ରଥ ୨୦୨୧ ଅକ୍ଟୋବର ୨୫ ତାରିଖରେ ଗୋଟିଏ କର୍ମୀ ନିଯୁକ୍ତି ପାଇଁ ୧ ଲକ୍ଷ ଟଙ୍କା ଦାବୀ କରି ଲାଞ୍ଚ ଗ୍ରହଣ କରୁଥିବା ବେଳେ, ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତାଙ୍କୁ ଧରା ଯାଇଥିଲା । ତଲାସୀ ସମୟରେ ତାଙ୍କ ନିକଟରେ ବହୁ ପରିମାଣର ସମ୍ପତ୍ତି ଠାବ କରାଯାଇଥିଲା । ସେଥିମଧ୍ୟରୁ ବଲାଙ୍ଗୀରରେ ଗୋଟିଏ ଦ୍ବିତଳ ପ୍ରାସାଦ, ଗୋଟିଏ ଟାଟା ନେକ୍‌ସନ କାର୍‌, ୩ଟି ପ୍ଲଟ୍‌ ଏବଂ ତାସହିତ ନିଜର ଓ ପରିବାରର ସଦସ୍ୟଙ୍କ ନାମରେ ଅନେକ ପୁଞ୍ଜି ବିନିଯୋଗ କରାଯାଇଛି।

ଓଡିଶା ଅବକାରୀ ସେବା ଅଧିନରେ କାମ କରୁଥିବା ଦେବଗଡର ପୂର୍ବତନ ଡେପୁଟି ଅବକାରୀ ସୁପରିଟେଣ୍ଡେଣ୍ଟ ଶ୍ରୀ ଅଜିତ କୁମାର ମହାପାତ୍ର ୨୦୨୧ ସେପ୍ଟେମ୍ବର ୨୯ ତାରିଖ ଦିନ ଦେଢ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଧରା ଯାଇଥିଲା । ତଳାସୀ ସମୟରେ ବର୍ତ୍ତମାନ ସୁଦ୍ଧା ତାଙ୍କ ନିକଟରୁ ଧରା ଯାଇଥିବା ସଂପତି ଗୁଡିକ ହେଉଛି (୧) ବ୍ରହ୍ମପୁର ସହରରେ ୬୦ ଲକ୍ଷ ଟଙ୍କା ବିଶିଷ୍ଟ ଏକ ମହଲା ବିଶିଷ୍ଟ କୋଠାଘର, (୨) ବ୍ରହ୍ମପୁର ତହସିଲରେ ତାଙ୍କ ପତ୍ନୀଙ୍କ ନାମରେ ଦୁଇଟି ପ୍ଲଟ ଓ ଅନେକ ସୁନା ଅଳଙ୍କାର ।

ଭଦ୍ରକ ଜିଲ୍ଲା ତିହିଡି ବ୍ଲକ୍ରେ କ୍ୟାସିଅର ଭାବରେ କାମ କରୁଥିବା ଶ୍ରୀ ପ୍ରଭାକର ପ୍ରଧାନ ବିଭିନ୍ନ ହିତାଧିକାରୀଙ୍କ ଠାରୁ ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଇଥିଲେ । ସେ ସରକାରୀ ଅର୍ଥକୁ ତାଙ୍କ ପତ୍ନୀ ଓ ବନ୍ଧୁବାନ୍ଧବଙ୍କ ଆକାଉଣ୍ଟରେ ଜମା କରିଦେଇଥିଲେ । ତାଙ୍କ ନାମର ଦୁଇଟି ଅଭିଯୋଗ ରହିଛି । ତାଙ୍କ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତରେ ରଖାଯାଇଛି ।

ଉପରୋକ୍ତ ୮ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୩୦ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର