ପ୍ରଥମ ଓଡ଼ିଆ କ୍ରୀଡ଼ାବିତ୍ ଭାବେ ‘ଖେଳ ରତ୍ନ’ ପୁରସ୍କାର ପାଇଲେ ପ୍ରମୋଦ ଭଗତ, ସ୍ୱତନ୍ତ୍ର ଉତ୍ସବରେ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

The Sakala Picture
Published On

ନୂଆଦିଲ୍ଲୀ: ଟୋକିଓ ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣପଦକ ଜିତିଥିବା ଓଡିଆ ପୁଅ ପ୍ରମୋଦ ଭଗତଙ୍କୁ ମିଳିଲା ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ପ୍ରଥମ ଓଡ଼ିଆ ଭାବେ ପ୍ରମୋଦ ଏହି ପୁରସ୍କାର ପାଇଛନ୍ତି। ଏହା ପୂର୍ବରୁ ପାରା ବ୍ୟାଡମିଣ୍ଟନରେ ଉଲ୍ଲେଖନୀୟ ସଫଳତା ପାଇଁ ତାଙ୍କୁ ଅର୍ଜୁନ ପୁରସ୍କାର ମିଳିଥିଲା। President Ram Nath Kovind confers Major Dhyan […]

ନୂଆଦିଲ୍ଲୀ: ଟୋକିଓ ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣପଦକ ଜିତିଥିବା ଓଡିଆ ପୁଅ ପ୍ରମୋଦ ଭଗତଙ୍କୁ ମିଳିଲା ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ପ୍ରଥମ ଓଡ଼ିଆ ଭାବେ ପ୍ରମୋଦ ଏହି ପୁରସ୍କାର ପାଇଛନ୍ତି। ଏହା ପୂର୍ବରୁ ପାରା ବ୍ୟାଡମିଣ୍ଟନରେ ଉଲ୍ଲେଖନୀୟ ସଫଳତା ପାଇଁ ତାଙ୍କୁ ଅର୍ଜୁନ ପୁରସ୍କାର ମିଳିଥିଲା।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଏକାସଙ୍ଗେ ୧୨ ଜଣଙ୍କୁ ମିଳିଛି ଖେଳରତ୍ନ ପୁରସ୍କାର ।ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଏକାସଙ୍ଗେ ୧୨ ଜଣଙ୍କୁ ମିଳିଲା ଖେଳରତ୍ନ ପୁରସ୍କାର ।ଖେଳରତ୍ନ ପାଇଥିବା ଥିବା ଅନ୍ୟ ଖେଳାଳିମାନେ ହେଲେ ଅଲିମ୍ପିକ୍ସ କୁସ୍ତି ରୋପ୍ୟ ପଦକ ବିଜେତା ରବି ଦାହିୟା, ହକି ଖେଳାଳି ପିଆର ଶ୍ରୀଜେସ୍, ବକ୍ସର ଲଭଲିନା ବର୍ଗୋଇଁ, ଫୁଟବଲ ଖେଳାଳି ସୁନୀଲ ଛେତ୍ରୀ, ମହିଳା କ୍ରିକେଟ ଖେଳାଳି ମିତାଲି ରାଜ, ଜାଭେଲିନ ଫିଙ୍ଗାଳି ସୁମିତ ଅନ୍ତିଲ, ସୁଟର ଅବନ୍ତି ଲଖେରା, ବ୍ୟାଡମିଣ୍ଟନ ଖେଳାଳି କ୍ରିଷ୍ଣା ନାଗର, ସୁଟର ଏମ.ନରଓ୍ବାଲ ଓ ହକି ଖେଳାଳି ମନପ୍ରୀତ ସିଂ ।

ସେହିପରି ୩୫ ଜଣ ଖେଳାଳିଙ୍କୁ ଅର୍ଜୁନ ପୁରସ୍କାର ଦିଆଯାଇଛି । ପ୍ରମୋଦଙ୍କ ବ୍ୟତୀତ ଚଳିତ ବର୍ଷ ଓଡ଼ିଆ ହକି ଷ୍ଟାର୍ ବୀରେନ୍ଦ୍ର ଲାକ୍ରା ଓ ଅମିତ୍ ରୋହିଦାସ ଅର୍ଜୁନ ପୁରସ୍କାର ଗ୍ରହଣ କରିଛନ୍ତି। ଅର୍ଜୁନ ପୁରସ୍କାର ପାଇଥିବା ଅନ୍ୟମାନଙ୍କ ମଧ୍ୟରେ କ୍ରିକେଟ ଖେଳାଳି ଶିଖର ଧଓ୍ବନ, ପାରା ବ୍ୟାଡମିଣ୍ଟନ ଖେଳାଳି ସୁହାସ ୟତିରାଜ ଓ ହାଇଜମ୍ପର ନିଷାଦ କୁମାର । ଏହାଛଡ଼ା ଅଲିମ୍ପିକ୍ସ ବ୍ରୋଞ୍ଜ ବିଜେତା ଭାରତୀୟ ହକିଦଳର ସଦସ୍ୟମାନଙ୍କୁ ଅର୍ଜୁନ ପୁରସ୍କାର ଦିଆଯାଇଛି ।

13 Nov 2021 By The Sakala

https://www.thesakala.in/latest-odisha-news/pramod-bhagat-the-first-odia-athlete-to-receive-the-khel-ratna-award/article-6818
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର