ଶିଶୁ ଦିବସ ଅବସରରେ ୪ଟି ଜିଲ୍ଲାର ୧୩୮ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ବଦଳୁଛି ଶିକ୍ଷା ବ୍ୟବସ୍ତା । 5T ଅଧିନରେ ସ୍କୁଲ ଟ୍ରାନ୍ସଫର୍ମେସନ ଜରିଆରେ ବଦଳିବାରେ ଲାଗିଛି ହାଇସ୍କୁଲର ଚେହେରା, ପରିବର୍ତ୍ତିତ ହୋଇଚାଲିଛି କ୍ୟାମ୍ପସର ନକ୍ସା। ଶିକ୍ଷାୟତନର ପରିସରରେ ଦେଖାଦେବାରେ ଲାଗିଛି ରୂପାନ୍ତରଣର ଝଲକ। ସବୁଠୁ ବଡ଼ କଥା ହେଲା ଛାତ୍ରଛାତ୍ରୀ ପାଇବେ ଯୁଗପଯୋଗୀ ଓ ଆଧୁନିକ ଶିକ୍ଷା। ପିଲାଙ୍କୁ ସରକାରୀ ସ୍କୁଲ ପ୍ରତି ଆକୃଷ୍ଟ କରିବାକୁ ଅତ୍ୟାଧୁନିକ ଜ୍ଞାନ କୌଶଳରେ ପାଠପଢ଼ା । ଯେକୌଣସି ବ୍ୟୟବହୁଳ ଘରୋଇ ଅଥବା ଇଂରାଜୀ ମାଧ୍ୟମ ବିଦ୍ୟାଳୟର ପରିବେଶ ଠାରୁ […]

ଭୁବନେଶ୍ୱର: ରାଜ୍ୟରେ ବଦଳୁଛି ଶିକ୍ଷା ବ୍ୟବସ୍ତା । 5T ଅଧିନରେ ସ୍କୁଲ ଟ୍ରାନ୍ସଫର୍ମେସନ ଜରିଆରେ ବଦଳିବାରେ ଲାଗିଛି ହାଇସ୍କୁଲର ଚେହେରା, ପରିବର୍ତ୍ତିତ ହୋଇଚାଲିଛି କ୍ୟାମ୍ପସର ନକ୍ସା। ଶିକ୍ଷାୟତନର ପରିସରରେ ଦେଖାଦେବାରେ ଲାଗିଛି ରୂପାନ୍ତରଣର ଝଲକ। ସବୁଠୁ ବଡ଼ କଥା ହେଲା ଛାତ୍ରଛାତ୍ରୀ ପାଇବେ ଯୁଗପଯୋଗୀ ଓ ଆଧୁନିକ ଶିକ୍ଷା। ପିଲାଙ୍କୁ ସରକାରୀ ସ୍କୁଲ ପ୍ରତି ଆକୃଷ୍ଟ କରିବାକୁ ଅତ୍ୟାଧୁନିକ ଜ୍ଞାନ କୌଶଳରେ ପାଠପଢ଼ା । ଯେକୌଣସି ବ୍ୟୟବହୁଳ ଘରୋଇ ଅଥବା ଇଂରାଜୀ ମାଧ୍ୟମ ବିଦ୍ୟାଳୟର ପରିବେଶ ଠାରୁ କୌଣସି ଗୁଣରେ କମ୍‍ ରହିବନି ସରକାରୀ ହାଇସ୍କୁଲ କ୍ୟାମ୍ପସ୍‍। ବିଦ୍ୟାଳୟର ପରିବେଶ ଏମିତି ସଜାଡ଼ି ହେବାରେ ଲାଗିଛି ଯେ ଛାତ୍ରଛାତ୍ରୀଙ୍କୁ ଏହା ଶିକ୍ଷା ନିମନ୍ତେ ଆକୃଷ୍ଟ କରୁଛି। ଆଜି ଶିଶୁ ଦିବସ ଅବସରରେ ୪ଟି ଜିଲ୍ଲାର ୧୩୮ ହାଇସ୍କୁଲ ହେବ ରୂପାନ୍ତରଣ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ରୂପାନ୍ତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ଆଜି ବୌଦ୍ଧ ଜିଲ୍ଲାର ୧୦ ହାଇସ୍କୁଲ୍, ସୋନପୁରର ୧୧ ହାଇସ୍କୁଲ୍, ଭଦ୍ରକର ୧୭ ହାଇସ୍କୁଲ୍, କେନ୍ଦୁଝର ଜିଲ୍ଲାର ୧୦୦ ହାଇସ୍କୁଲ ହେବ ରୂପାନ୍ତରଣ । ପ୍ରତି ପିଲାଙ୍କ ଭିତରେ ରହିଛି ବିପୁଳ ସମ୍ଭାବନା । ସେ ପ୍ରତିଭା ଓ ସମ୍ଭାବନା ପୂର୍ଣ୍ଣପ୍ରାଣରେ ବିକଶିତ ହେଉ ଏହା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ । ରାଜ୍ୟରେ ସ୍କୁଲ ଟ୍ରାନ୍ସଫରମେସନ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିବା ସହ ତାଙ୍କ ସ୍ୱପ୍ନକୁ ସାକାର କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

14 Nov 2021 By The Sakala

ଶିଶୁ ଦିବସ ଅବସରରେ ୪ଟି ଜିଲ୍ଲାର ୧୩୮ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବଦଳୁଛି ଶିକ୍ଷା ବ୍ୟବସ୍ତା । 5T ଅଧିନରେ ସ୍କୁଲ ଟ୍ରାନ୍ସଫର୍ମେସନ ଜରିଆରେ ବଦଳିବାରେ ଲାଗିଛି ହାଇସ୍କୁଲର ଚେହେରା, ପରିବର୍ତ୍ତିତ ହୋଇଚାଲିଛି କ୍ୟାମ୍ପସର ନକ୍ସା। ଶିକ୍ଷାୟତନର ପରିସରରେ ଦେଖାଦେବାରେ ଲାଗିଛି ରୂପାନ୍ତରଣର ଝଲକ। ସବୁଠୁ ବଡ଼ କଥା ହେଲା ଛାତ୍ରଛାତ୍ରୀ ପାଇବେ ଯୁଗପଯୋଗୀ ଓ ଆଧୁନିକ ଶିକ୍ଷା। ପିଲାଙ୍କୁ ସରକାରୀ ସ୍କୁଲ ପ୍ରତି ଆକୃଷ୍ଟ କରିବାକୁ ଅତ୍ୟାଧୁନିକ ଜ୍ଞାନ କୌଶଳରେ ପାଠପଢ଼ା । ଯେକୌଣସି ବ୍ୟୟବହୁଳ ଘରୋଇ ଅଥବା ଇଂରାଜୀ ମାଧ୍ୟମ ବିଦ୍ୟାଳୟର ପରିବେଶ ଠାରୁ କୌଣସି ଗୁଣରେ କମ୍‍ ରହିବନି ସରକାରୀ ହାଇସ୍କୁଲ କ୍ୟାମ୍ପସ୍‍। ବିଦ୍ୟାଳୟର ପରିବେଶ ଏମିତି ସଜାଡ଼ି ହେବାରେ ଲାଗିଛି ଯେ ଛାତ୍ରଛାତ୍ରୀଙ୍କୁ ଏହା ଶିକ୍ଷା ନିମନ୍ତେ ଆକୃଷ୍ଟ କରୁଛି। ଆଜି ଶିଶୁ ଦିବସ ଅବସରରେ ୪ଟି ଜିଲ୍ଲାର ୧୩୮ ହାଇସ୍କୁଲ ହେବ ରୂପାନ୍ତରଣ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ରୂପାନ୍ତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ।

ଆଜି ବୌଦ୍ଧ ଜିଲ୍ଲାର ୧୦ ହାଇସ୍କୁଲ୍, ସୋନପୁରର ୧୧ ହାଇସ୍କୁଲ୍, ଭଦ୍ରକର ୧୭ ହାଇସ୍କୁଲ୍, କେନ୍ଦୁଝର ଜିଲ୍ଲାର ୧୦୦ ହାଇସ୍କୁଲ ହେବ ରୂପାନ୍ତରଣ । ପ୍ରତି ପିଲାଙ୍କ ଭିତରେ ରହିଛି ବିପୁଳ ସମ୍ଭାବନା । ସେ ପ୍ରତିଭା ଓ ସମ୍ଭାବନା ପୂର୍ଣ୍ଣପ୍ରାଣରେ ବିକଶିତ ହେଉ ଏହା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ । ରାଜ୍ୟରେ ସ୍କୁଲ ଟ୍ରାନ୍ସଫରମେସନ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିବା ସହ ତାଙ୍କ ସ୍ୱପ୍ନକୁ ସାକାର କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

https://www.thesakala.in/latest-odisha-news/today-cm-naveen-to-inaugurates-138-transformed-high-school/article-6839
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର