ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିପାରିଛି: ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରିର ୬ଟି ସ୍କୁଲ, ଝାରସୁଗୁଡାର ୨୫ଟି, କଳାହାଣ୍ଡିର ୨୯ଟି, ମୟୁରଭଞ୍ଜର ୬୦ଟି ଓ ଖୋର୍ଦ୍ଧାର ୩୮ଟି ସ୍କୁଲ ରହିଛି । ଆଜି ସୁଦ୍ଧା ୬୮୯ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ସ୍କୁଲ […]

ଭୁବନେଶ୍ବର: ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରିର ୬ଟି ସ୍କୁଲ, ଝାରସୁଗୁଡାର ୨୫ଟି, କଳାହାଣ୍ଡିର ୨୯ଟି, ମୟୁରଭଞ୍ଜର ୬୦ଟି ଓ ଖୋର୍ଦ୍ଧାର ୩୮ଟି ସ୍କୁଲ ରହିଛି ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ଆଜି ସୁଦ୍ଧା ୬୮୯ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଏବେ ରାଜ୍ୟର ୧୦୭୫ଟି ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ଜାରି ରହିଛି । ଆସନ୍ତା ୨୪ ତାରିଖ ଦିନ ଏହା ସଂପୂର୍ଣ୍ଣ ହେବ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ । ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି ।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ମାଲକାନଗିରିର ପାପୁନି ମାଣ୍ଡି, ଝାରସୁଗୁଡାର ଶାଳିନୀ ତ୍ରିପାଠୀ, କଳାହାଣ୍ଡିର କୁମୁଦିନୀ ବନ୍ଦିଛୋଡ, ମୟୁରଭଞ୍ଜର ମଧୁସ୍ମିତା ସାହୁ ଏବଂ ଖୋର୍ଦ୍ଧା ଜିଲ୍ଲାର ଉଦୟ ପ୍ରକାଶ ବେହେରା ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ଗାଁ ଭିତରେ ସ୍କୁଲ ହିଁ ବର୍ତ୍ତମାନ ଆମର ସବୁଠାରୁ ବଡ ଆକର୍ଷଣ। ଏହି ରୂପାନ୍ତରିତ ସ୍କୁଲରେ ଉପଲବ୍‌ଧ ଥିବା ସ୍ମାର୍ଟ ସୁବିଧା ଆମକୁ ଉତ୍ସାହିତ କରିଛି। ଏହା ଆମର ଲକ୍ଷ୍ୟ ପୂରଣ ପାଇଁ ଆମର ମନୋବଳକୁ ଦୃଢ କରିଛି । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍‌ ଅଫିସର, ଶିକ୍ଷକ, ଡାକ୍ତର ଇଞ୍ଜିନିୟର, ସମାଜସେବୀ, ସାମ୍ବାଦିକ ହେବେ ବୋଲି କହିଥିଲେ ।

କାର୍ଯ୍ୟକ୍ରମରେ ମାଲକାନଗିରିରେ ନବରଂଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ, ଝାରସୁଗୁଡାରେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି, କଳାହାଣ୍ଡିରେ ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଦିବ୍ୟଶଂକର ମିଶ୍ର, ମୟୁରଭଂଜରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଏବଂ ଖୋର୍ଦ୍ଧାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ମାନସିକତାରେ ଏହା ଏକ ମୌଳିକ ପରିବର୍ତ୍ତନ ଆଣିଛି ବୋଲି ସେମାନେ ଅନୁଭବ କରୁଛନ୍ତି ବୋଲି କହିଥିଲେ । ଶିକ୍ଷା କ୍ଷେତ୍ରରେ ଏହି ପରିବର୍ତ୍ତନ ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିବ ବୋଲି ସେମାନେ ଦୃଢୋକ୍ତି ପ୍ରକାଶ କରିଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ ।

ଏହି ଅବସରରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ନିଜର ସଫଳତାରେ ସ୍କୁଲର ଅବଦାନ ସଂପର୍କରେ ଆଲୋକପାତ କରିଥିଲେ। ଛାତ୍ର ଜୀବନର ଅନୁଭୂତି ବର୍ଣ୍ଣନା କରି ପିଲାମାନଙ୍କୁ ଲକ୍ଷ୍ୟ ପୂରଣ ପାଇଁ ଦୃଢ ମନୋବଳ ସହିତ କଠିନ ପରିଶ୍ରମ କରିବାକୁ ପରାମର୍ଶ ଦେଇଥିଲେ। ରୂପାନ୍ତରିତ ସ୍କୁଲର ମିଳୁଥିବା ଆଧୁନିକ ସୁବିଧାର ସଂପୂର୍ଣ୍ଣ ଉପଯୋଗ କରିବା ପାଇଁ ସେ ଶିକ୍ଷକ ଓ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ସାହୁ କଳାହାଣ୍ଡିର ମାଣିକେଶ୍ବରୀ ହାଇସ୍କୁଲ ଛାତ୍ର ଥିଲା ବେଳେ ସୌମେନ୍ଦ୍ର ପ୍ରିୟଦର୍ଶୀ ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲର ଛାତ୍ର ଥିଲେ ।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଉପରୋକ୍ତ ଦୁଇ ପଦସ୍ଥ ଅଧିକାରୀଙ୍କ ଅଭିଜ୍ଞତା ଛାତ୍ରଛାତ୍ରୀଙ୍କ ସ୍ବପ୍ନକୁ ବାସ୍ତବ ରୂପ ଦେବାରେ ସହାୟକ ହେବ ବୋଲି ପାଣ୍ଡିଆନ ଆଶାବ୍ୟକ୍ତ କରିଥିଲେ ।

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା ।

କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ପି.କେ. ଜେନା ଓ କୃଷି ଉତ୍ପାଦନ କମିଶନର ଆର୍‌.କେ ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

18 Nov 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର