୨ ଦିନ ପରେ ବଢ଼ିବ ଶୀତ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ । ତେଣୁ ଏହି ସମୟ ମଧ୍ୟରେ ଥଣ୍ଡା ବଢ଼ିବ ନାହିଁ । ତେବେ ଦୁଇ ଦିନ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖୁଲା ରହିଛି ଏହା ସହିତ ରାଜ୍ୟରେ କିଛି ସ୍ଥାନରେ ତାପମାତ୍ରା ସାମାନ୍ୟ ହ୍ରାସ ହୋଇଛି । […]

ଭୁବନେଶ୍ୱର: ଆସନ୍ତା ୨ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ । ତେଣୁ ଏହି ସମୟ ମଧ୍ୟରେ ଥଣ୍ଡା ବଢ଼ିବ ନାହିଁ । ତେବେ ଦୁଇ ଦିନ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖୁଲା ରହିଛି ଏହା ସହିତ ରାଜ୍ୟରେ କିଛି ସ୍ଥାନରେ ତାପମାତ୍ରା ସାମାନ୍ୟ ହ୍ରାସ ହୋଇଛି । ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୫୫ ମିମି ରେକର୍ଡ କରାଯାଇଥିବା ବେଳେ ୧୯ ଟି ଜିଲ୍ଲାରେ ତାପମାତ୍ରା ୨୦ ଡିଗ୍ରୀ ତଳେ ରହିଛି। ଅନ୍ୟପଟେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ଉତ୍ତର ତାମିଲନାଡୁ ଉପକୂଳରେ ସ୍ଥଳଭାଗ ଛୁଇଁବ । ସିଧାସଳଖ ଏହାର ପ୍ରଭାବ ଓଡ଼ିଶା ଉପରେ ନ ଥିବା ବେଳେ କିଛି ଜିଲ୍ଲାରେ ବର୍ଷା ହୋଇପାରେ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ହେରାପଞ୍ଚମୀ: ଅଭିମାନରେ ଲକ୍ଷ୍ମୀ ସାଆନ୍ତାଣୀ ଭାଙ୍ଗିବେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୨୦ ତାରିଖରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ପରିମାଣ ବଢ଼ିପାରେ। ସେହିଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଅନୁଗୋଳ ଗଣଦୁଷ୍କର୍ମ ମାମଲା: ୪ ଅଭିଯୁକ୍ତଙ୍କୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଲେ ସ୍ୱତନ୍ତ୍ର କୋର୍ଟ

19 Nov 2021 By The Sakala

୨ ଦିନ ପରେ ବଢ଼ିବ ଶୀତ

ଭୁବନେଶ୍ୱର: ଆସନ୍ତା ୨ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ । ତେଣୁ ଏହି ସମୟ ମଧ୍ୟରେ ଥଣ୍ଡା ବଢ଼ିବ ନାହିଁ । ତେବେ ଦୁଇ ଦିନ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖୁଲା ରହିଛି ଏହା ସହିତ ରାଜ୍ୟରେ କିଛି ସ୍ଥାନରେ ତାପମାତ୍ରା ସାମାନ୍ୟ ହ୍ରାସ ହୋଇଛି । ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୫୫ ମିମି ରେକର୍ଡ କରାଯାଇଥିବା ବେଳେ ୧୯ ଟି ଜିଲ୍ଲାରେ ତାପମାତ୍ରା ୨୦ ଡିଗ୍ରୀ ତଳେ ରହିଛି। ଅନ୍ୟପଟେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ଉତ୍ତର ତାମିଲନାଡୁ ଉପକୂଳରେ ସ୍ଥଳଭାଗ ଛୁଇଁବ । ସିଧାସଳଖ ଏହାର ପ୍ରଭାବ ଓଡ଼ିଶା ଉପରେ ନ ଥିବା ବେଳେ କିଛି ଜିଲ୍ଲାରେ ବର୍ଷା ହୋଇପାରେ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୨୦ ତାରିଖରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ପରିମାଣ ବଢ଼ିପାରେ। ସେହିଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର