ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହେଲା କନ୍ଧମାଳ: ମୁଖ୍ଯମନ୍ତ୍ରୀ ବାଣ୍ଟିଲେ BSKY, ଉପକୃତ ହେଲେ ୧ ଲକ୍ଷ ୬୭ ହଜାର ହିତାଧିକାରୀ

The Sakala Picture
Published On

ଫୁଲବାଣୀ: କନ୍ଧମାଳ ଲେଖିଲା ବିକାଶ ନୂଆ କାହାଣୀ । ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହୋଇଛି କନ୍ଧମାଳ ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଫୁଲବାଣୀ ଗସ୍ତ କରିବା ସହ କନ୍ଧମାଳ ଜିଲ୍ଲାରେ BSKY ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୧ ଲକ୍ଷ ୬୭ ହଜାର ହିତାଧିକାରୀ BSKY ସ୍ମାର୍ଟକାର୍ଡରେ ଯୋଡ଼ି ହୋଇଛନ୍ତି । ଏଥିସହ ଜିଲ୍ଲାର ପ୍ରାୟ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ […]

ଫୁଲବାଣୀ: କନ୍ଧମାଳ ଲେଖିଲା ବିକାଶ ନୂଆ କାହାଣୀ । ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହୋଇଛି କନ୍ଧମାଳ ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଫୁଲବାଣୀ ଗସ୍ତ କରିବା ସହ କନ୍ଧମାଳ ଜିଲ୍ଲାରେ BSKY ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୧ ଲକ୍ଷ ୬୭ ହଜାର ହିତାଧିକାରୀ BSKY ସ୍ମାର୍ଟକାର୍ଡରେ ଯୋଡ଼ି ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଏଥିସହ ଜିଲ୍ଲାର ପ୍ରାୟ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ଫୁଲବାଣୀ ମିନି ଷ୍ଟାଡିୟମରେ ପହଞ୍ଚିବା ସହ ହିତାଧିକାରୀଙ୍କୁ ପ୍ରଦାନ କରିଥିଲେ BSKY ସ୍ମାର୍ଟକାର୍ଡ । ପରେ ପରେ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ଯର ଭିତ୍ତିପ୍ରସ୍ତର ସ୍ଥାପନ, ଶିଳାନ୍ୟାସ ଏବଂ ଉଦଘାଟନ କରିଥିଲେ । ଯଦ୍ୱାରା ଆଗାମୀ ଦିନରେ କନ୍ଧମାଳ ଜିଲ୍ଲା ଉପାନ୍ତରୁ ବିକାଶର ଦ୍ୱାର ଦେଶରେ ପହଁଚିବ ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ସେହିପରି ମୁଖ୍ୟମନ୍ତ୍ରୀ ଉଦବୋଧନ ପ୍ରଦାନ କରିଥିଲେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ଭଳି ଏକ ଜନମଙ୍ଗଳକାରୀ କାର୍ଡକୁ ସାଧାରଣ ଲୋକଙ୍କ ସେବାରେ ନିୟୋଜିତ କରିଥିବା ଯୋଜନାର ସଫଳ ରୂପାୟନ ବିଷୟରେ ବାର୍ତ୍ତା ରଖିଥିଲେ ମୁଖ୍ୟମନ୍ତ୍ରୀ । କନ୍ଧମାଳ ଜିଲ୍ଲା ଆଗାମୀ ଦିନରେ ଏକ ପ୍ରଗତିଶୀଳ ଜିଲ୍ଲାରେ ପରିଣତ ହେବ । ସାଧାରଣ ଲୋକଙ୍କ ଜୀବନଯାପନ ପକ୍ରିୟାରେ ପରିବର୍ତ୍ତନ ହୋଇଛି । କନ୍ଧମାଳ ହଳଦୀ ସମଗ୍ର ବିଶ୍ୱରେ ପରିଚୟକୁ ପ୍ରତିପାଦିତ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ଜିଲ୍ଲାର ୧ ଲକ୍ଷ ୬୭ ହଜାର ହିତାଧିକୀରୀ ସଭିଏଁ ସ୍ମାର୍ଟ ସ୍ୱାସ୍ଥ୍ୟକାର୍ଡରେ ଚିକିତ୍ସା ହୋଇପାରିବେ । ସାଧାରଣ ଗରିବୀ ଲୋକଟିଏ ଯେପରି ଉନ୍ନତ ଚିକିତ୍ସା ପାଇ ପାରିବ, ତାହା ହିଁ ସରକାରର ମୁଖ୍ୟ ଲକ୍ଷ୍ୟ । ସ୍ୱାସ୍ଥ୍ୟ ପାଇଁ ଜମି, ଅଳଙ୍କାର ଆଦି ବିକ୍ରୟ କରିବାକୁ ପଡ଼ୁଥିଲା । ତାହା ମୁଖ୍ୟମନ୍ତ୍ରୀଙ୍କୁ ବ୍ୟଥିତ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ଯେଉଁଥିପାଇଁ ଏଭଳି ଏକ ଅଭିନବ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ସରକାର ପହଁଚାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମଞ୍ଚରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଓ କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ ଉପସ୍ଥିତ ରହିବା ସହ ସାଧାରଣ ଲୋକଙ୍କୁ ଉଦବୋଧନ ପ୍ରଦାନ କରିଥିଲେ । ସେପଟେ ସ୍ଥାନୀୟ ବିଧାୟକ ତଥା ଫୁଲବାଣୀ ବିଧାୟକ ଅଙ୍ଗଦ କଅଁର ଏବଂ ପର୍ୟ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମଧ୍ୟ ସଭାରେ ଉପସ୍ଥିତ ରହିଛନ୍ତି । ସୁରକ୍ଷାକୁ ନଜରରେ ରଖି ୧୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

22 Nov 2021 By The Sakala

ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହେଲା କନ୍ଧମାଳ: ମୁଖ୍ଯମନ୍ତ୍ରୀ ବାଣ୍ଟିଲେ BSKY, ଉପକୃତ ହେଲେ ୧ ଲକ୍ଷ ୬୭ ହଜାର ହିତାଧିକାରୀ

ଫୁଲବାଣୀ: କନ୍ଧମାଳ ଲେଖିଲା ବିକାଶ ନୂଆ କାହାଣୀ । ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହୋଇଛି କନ୍ଧମାଳ ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଫୁଲବାଣୀ ଗସ୍ତ କରିବା ସହ କନ୍ଧମାଳ ଜିଲ୍ଲାରେ BSKY ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୧ ଲକ୍ଷ ୬୭ ହଜାର ହିତାଧିକାରୀ BSKY ସ୍ମାର୍ଟକାର୍ଡରେ ଯୋଡ଼ି ହୋଇଛନ୍ତି ।

ଏଥିସହ ଜିଲ୍ଲାର ପ୍ରାୟ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ଫୁଲବାଣୀ ମିନି ଷ୍ଟାଡିୟମରେ ପହଞ୍ଚିବା ସହ ହିତାଧିକାରୀଙ୍କୁ ପ୍ରଦାନ କରିଥିଲେ BSKY ସ୍ମାର୍ଟକାର୍ଡ । ପରେ ପରେ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ଯର ଭିତ୍ତିପ୍ରସ୍ତର ସ୍ଥାପନ, ଶିଳାନ୍ୟାସ ଏବଂ ଉଦଘାଟନ କରିଥିଲେ । ଯଦ୍ୱାରା ଆଗାମୀ ଦିନରେ କନ୍ଧମାଳ ଜିଲ୍ଲା ଉପାନ୍ତରୁ ବିକାଶର ଦ୍ୱାର ଦେଶରେ ପହଁଚିବ ।

ସେହିପରି ମୁଖ୍ୟମନ୍ତ୍ରୀ ଉଦବୋଧନ ପ୍ରଦାନ କରିଥିଲେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ଭଳି ଏକ ଜନମଙ୍ଗଳକାରୀ କାର୍ଡକୁ ସାଧାରଣ ଲୋକଙ୍କ ସେବାରେ ନିୟୋଜିତ କରିଥିବା ଯୋଜନାର ସଫଳ ରୂପାୟନ ବିଷୟରେ ବାର୍ତ୍ତା ରଖିଥିଲେ ମୁଖ୍ୟମନ୍ତ୍ରୀ । କନ୍ଧମାଳ ଜିଲ୍ଲା ଆଗାମୀ ଦିନରେ ଏକ ପ୍ରଗତିଶୀଳ ଜିଲ୍ଲାରେ ପରିଣତ ହେବ । ସାଧାରଣ ଲୋକଙ୍କ ଜୀବନଯାପନ ପକ୍ରିୟାରେ ପରିବର୍ତ୍ତନ ହୋଇଛି । କନ୍ଧମାଳ ହଳଦୀ ସମଗ୍ର ବିଶ୍ୱରେ ପରିଚୟକୁ ପ୍ରତିପାଦିତ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଜିଲ୍ଲାର ୧ ଲକ୍ଷ ୬୭ ହଜାର ହିତାଧିକୀରୀ ସଭିଏଁ ସ୍ମାର୍ଟ ସ୍ୱାସ୍ଥ୍ୟକାର୍ଡରେ ଚିକିତ୍ସା ହୋଇପାରିବେ । ସାଧାରଣ ଗରିବୀ ଲୋକଟିଏ ଯେପରି ଉନ୍ନତ ଚିକିତ୍ସା ପାଇ ପାରିବ, ତାହା ହିଁ ସରକାରର ମୁଖ୍ୟ ଲକ୍ଷ୍ୟ । ସ୍ୱାସ୍ଥ୍ୟ ପାଇଁ ଜମି, ଅଳଙ୍କାର ଆଦି ବିକ୍ରୟ କରିବାକୁ ପଡ଼ୁଥିଲା । ତାହା ମୁଖ୍ୟମନ୍ତ୍ରୀଙ୍କୁ ବ୍ୟଥିତ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ଯେଉଁଥିପାଇଁ ଏଭଳି ଏକ ଅଭିନବ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ସରକାର ପହଁଚାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମଞ୍ଚରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଓ କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ ଉପସ୍ଥିତ ରହିବା ସହ ସାଧାରଣ ଲୋକଙ୍କୁ ଉଦବୋଧନ ପ୍ରଦାନ କରିଥିଲେ । ସେପଟେ ସ୍ଥାନୀୟ ବିଧାୟକ ତଥା ଫୁଲବାଣୀ ବିଧାୟକ ଅଙ୍ଗଦ କଅଁର ଏବଂ ପର୍ୟ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମଧ୍ୟ ସଭାରେ ଉପସ୍ଥିତ ରହିଛନ୍ତି । ସୁରକ୍ଷାକୁ ନଜରରେ ରଖି ୧୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

https://www.thesakala.in/latest-odisha-news/cm-naveen-patnaik-bsky-distributes-in-kandhamal/article-7047
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର