ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରଶାସନିକ ପ୍ରସ୍ତୁତି, ୨ ସୁଦ୍ଧା ମତ୍ସ୍ୟଜୀବୀଙ୍କୁ କୂଳକୁ ଫେରିବାକୁ ପରାମର୍ଶ

The Sakala Picture
Published On

ଭୁବନେଶ୍ୱର : ବାତ୍ୟା ରାଜ୍ୟର ଯେ କୌଣସି ଉପକୂଳବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗ ଅତିକ୍ରମ କରିପାରେ। ମାତ୍ର ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା ହେବା ଆପାତତଃ ନିଶ୍ଚିତ ବୋଲି ପାଣିପାଗବିଜ୍ଞାନୀମାନେ ମତ ଦେଉଛନ୍ତି। ସମ୍ଭାବ୍ୟ ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ଏସ୍‍ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷା ଯୋଗୁଁ ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ୨ ତାରିଖରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା […]

ଭୁବନେଶ୍ୱର : ବାତ୍ୟା ରାଜ୍ୟର ଯେ କୌଣସି ଉପକୂଳବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗ ଅତିକ୍ରମ କରିପାରେ। ମାତ୍ର ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା ହେବା ଆପାତତଃ ନିଶ୍ଚିତ ବୋଲି ପାଣିପାଗବିଜ୍ଞାନୀମାନେ ମତ ଦେଉଛନ୍ତି। ସମ୍ଭାବ୍ୟ ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ଏସ୍‍ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷା ଯୋଗୁଁ ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ୨ ତାରିଖରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼଼ାରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

ସେହିପରି ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ୨ ତାରିଖ ପୂର୍ବରୁ ସମୁଦ୍ରରୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ବାତ୍ୟା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ପରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ତେଣୁ ୩୦ ତାରିଖରୁ ୨ ତାରିଖ ମଧ୍ୟରେ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗର, କେନ୍ଦ୍ରୀୟ ବଙ୍ଗୋପସାଗର ମଧ୍ୟକୁ ନ ଯିବା ପାଇଁ କୁହାଯାଇଛି। ସେହିପରି ୨ ତାରିଖଠାରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ବଙ୍ଗୋପସାଗର ଅଶାନ୍ତ ରହିବ। ତେଣୁ ୩-୫ ତାରିଖ ପର୍ଯ୍ୟନ୍ତ ଏହି ସବୁ ଅଞ୍ଚଳକୁ ନ ଯିବା ପାଇଁ ଆଇଏମଡି ପରାମର୍ଶ ଦେଇଛି। ସେହିପରି ଦୁଇ ତାରିଖ ସୁଦ୍ଧା ଅମଳକ୍ଷମ ଫସଲକୁ ଅମଳ କରି ଏସବୁକୁ ସୁରକ୍ଷିତ ସ୍ଥାନରେ ରଖିଦେବା ଉଚିତ ବୋଲି ଆଇଏମଡି କହିଛି। ଏହି ସମସ୍ତ ପରାମର୍ଶ ମାନିବା ସହିତ ଆବଶ୍ୟକ ପଡ଼ିଲେ ଏସ୍‍ଆରସିଙ୍କ କାର୍ଯ୍ୟାଳୟକୁ ରିପୋର୍ଟ କରିବାକୁ ଚିଠିରେ କୁହାଯାଇଛି।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର