କରୋନା ସ୍ଥିତି ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କୋଭିଡ୍ ନିୟମ କଡ଼ାକଡ଼ି କରିବାକୁ ଡିଜିପିଙ୍କୁ ଦେଲେ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର : ଭୟ ବଢାଉଛି କରୋନାର ନୂଆ ଭ୍ୟାରିଆଣ୍ଟ ‘ଓମିକ୍ରନ୍’। ଦକ୍ଷିଣ ଆଫ୍ରିକାରୁ ମିଳିଥିବା ଏହି ନୂଆ ଭାରିଏଣ୍ଟକୁ ନେଇ ବିଶ୍ୱରେ ବାଜିଛି ସତର୍କ ଘଣ୍ଟି । ଏହା ସାରା ବିଶ୍ବ ପାଇଁ ଘାତକ ହେବାର ସମ୍ଭାବନା ଯଥେଷ୍ଟ ଅଧିକ ବୋଲି ସୋମବାର ବିଶ୍ବ ସ୍ବାସ୍ଥ୍ୟ ସଂଗଠନ(ହୁ) ପକ୍ଷରୁ ଚେତାବନୀ ଦିଆଯାଇଛି। କରୋନାର ନୂଆ ଭ୍ୟାରିଆଣ୍ଟ ‘ଓମିକ୍ରନ୍’ କରୋନାର ତୃତୀୟ ଲହର ଭାବେ ମାଡି ଆସୁଛି। ଯାହାକୁ ନେଇ ଆଗୁଆ ସତର୍କ ହୋଇଯାଇଛନ୍ତି ରାଜ୍ୟ ସରକାର। ରାଜ୍ୟରେ […]

ଭୁବନେଶ୍ବର : ଭୟ ବଢାଉଛି କରୋନାର ନୂଆ ଭ୍ୟାରିଆଣ୍ଟ ‘ଓମିକ୍ରନ୍’। ଦକ୍ଷିଣ ଆଫ୍ରିକାରୁ ମିଳିଥିବା ଏହି ନୂଆ ଭାରିଏଣ୍ଟକୁ ନେଇ ବିଶ୍ୱରେ ବାଜିଛି ସତର୍କ ଘଣ୍ଟି । ଏହା ସାରା ବିଶ୍ବ ପାଇଁ ଘାତକ ହେବାର ସମ୍ଭାବନା ଯଥେଷ୍ଟ ଅଧିକ ବୋଲି ସୋମବାର ବିଶ୍ବ ସ୍ବାସ୍ଥ୍ୟ ସଂଗଠନ(ହୁ) ପକ୍ଷରୁ ଚେତାବନୀ ଦିଆଯାଇଛି। କରୋନାର ନୂଆ ଭ୍ୟାରିଆଣ୍ଟ ‘ଓମିକ୍ରନ୍’ କରୋନାର ତୃତୀୟ ଲହର ଭାବେ ମାଡି ଆସୁଛି। ଯାହାକୁ ନେଇ ଆଗୁଆ ସତର୍କ ହୋଇଯାଇଛନ୍ତି ରାଜ୍ୟ ସରକାର। ରାଜ୍ୟରେ ବର୍ତ୍ତମାନ କରୋନାର ସ୍ଥିତି ଏବଂ ଆଗାମୀ ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସମୀକ୍ଷା ବୈଠକ କରିଛନ୍ତି।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ମୁଖ୍ୟମନ୍ତ୍ରୀ ଏହି ସମୀକ୍ଷା ବୈଠକରେ ରାଜ୍ୟବାସୀଙ୍କ ସତର୍କ କରିବା ସହ କହିଛନ୍ତି ଯେ କରୋନାର ନୂଆ ଭାରିଆଣ୍ଟ ନେଇ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ସତର୍କ କରାଇଛି। ଏଣୁ ଆମକୁ ଏବେଠୁ ସତର୍କ ହେବାକୁ ପଡିବ। ଆଗୁଆ ସଚେତନତା କାରଣକୁ ଓଡ଼ିଶା ପ୍ରଥମ ଓ ଦ୍ୱିତୀୟ ଲହରକୁ ସଫଳତାର ସହ ସାମ୍ନା କରିପାରିଛି। ଏଣୁ ବର୍ତ୍ତମାନଠୁ କରୋନା ବିରୋଧରେ ସଚେତନତା ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥି ସହିତ ପୂର୍ବଭଳି ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କୋଭିଡ ନିୟମକୁ ନିବେଦନ କରିଥିବା ବେଳେ କରୋନା ବିରୋଧରେ ସଚେତନତା ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।କୋଭିଡ ମୁକାବିଲା ପାଇଁ ଆମର ଥିବା ପ୍ରସ୍ତୁତିକୁ ପୁଣି ଥରେ ପୁନଃ ସକ୍ରିୟ କରିବା ସହିତ ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀଙ୍କ ସମତେ ଏଥିରେ ସଂଶ୍ଲିଷ୍ଟ ସବୁ ଅଧିକାରୀ ମାନଙ୍କୁ ଜାଗତିଆର ରଖିବା ପାଇଁ ପରାମର୍ଶ ଦେଇଥିଲେ । ଏହାସହିତ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା ଆଦି କୋଭିଡ ନିୟମ ସଂପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ପଞ୍ଚାୟତ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ମିଶନ ଶକ୍ତି ଗ୍ରୁପ ପର୍ଯ୍ୟନ୍ତ ସମାଜର ସବୁ ବର୍ଗର ଲୋକଙ୍କୁ ସାମିଲ କରି ସଚେତନତା ତଥା କୋଭିଡ ନିୟମ ଅନୁପାଳନକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ରାଜ୍ୟରେ ଯେପରି କୋଭିଡ୍ ନିୟମକୁ ପୂର୍ବଭଳି କଡ଼ାକଡ଼ି ପାଳନ ହେବ ତାହା ଉପରେ ଦୃଷ୍ଟି ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ  ସୁରେଶ ମହାପାତ୍ର କହିଲେ ଯେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ପୁରାପୁରି ସତର୍କ ଅଛନ୍ତି । କୋଭିଡ ଭିତ୍ତିଭୂମିକୁ ସୁଦୃଢ ରହିଛି ଏବଂ ତାକୁ ଆହୁରି ଅଧିକ ଜୋରଦାର କରିବା ପାଇଁ ପଦକ୍ଷେପ ନିଆଯାଉଛି । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା କୋଭିଡ ମୁକାବିଲା ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ସେ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ଟେଷ୍ଟ ପଜିଟିଭ ହାର ମାତ୍ର ୦.୪୪ ପ୍ରତିଶତ ରହିଛି । ଚାରୋଟି ଜିଲ୍ଲା ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ସମ୍ବଲପୁରର କିଛି ଅଂଚଳରେ ଅପେକ୍ଷାକୃତ ଅଧିକ କେସ୍ ବାହାରିଥିଲେ ମଧ୍ୟ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି । ନୂଆ ରୋଗୀ ମାନଙ୍କର Genome Sequencing ପାଇଁ ମଧ୍ୟ ନମୁନା ପଠାଯାଉଛି । ରାଜ୍ୟରେ ପ୍ରଥମ ଡୋଜ ଟୀକାକରଣ ୮୫.୬ ପ୍ରତିଶତ ଥିବାବେଳେ ଦ୍ବିତୀୟ ଡୋଜ ଟୀକାକରଣ ୪୮.୪ ପ୍ରତିଶତ ରହିଛି, ଯାହା କି ଜାତୀୟ ହାର ଠାରୁ ଉନ୍ନତ ରହିଛି । ଘରକୁ ଘର ବୁଲି ଟୀକାକରଣ କାର୍ଯ୍ୟକୁ ତ୍ବରାନ୍ବିତ କରାଯାଉଛି ।

ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କୋଭିଡରୁ ମୁକାବିଲା ପାଇଁ ପ୍ରସ୍ତୁତିକୁ ଆହୁରି ଉନ୍ନତ କରିବା, Oxygen Supply chainକୁ ଆହୁରି ମଜବୁତ କରିବା ଏବଂ ଘରୋଇ ହସ୍‌ପିଟଲଗୁଡିକୁ କୋଭିଡ ଚିକିତ୍ସା ପାଇଁ ପ୍ରସ୍ତୁତି ରଖିବା ଉପରେ ଗୁରୁତ୍ବ ଦେଇଥିଲେ । ବୈଠକରେ ପୁଲିସ ମହାନିର୍ଦ୍ଦେଶକ  ଅଭୟ, ପୁଲିସ କମିଶନରଙ୍କ ସମେତ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ମହାନଗର ନିଗମ ଗୁଡିକର କମିଶନର ଏବଂ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ ।

01 Dec 2021 By The Sakala

କରୋନା ସ୍ଥିତି ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କୋଭିଡ୍ ନିୟମ କଡ଼ାକଡ଼ି କରିବାକୁ ଡିଜିପିଙ୍କୁ ଦେଲେ ନିର୍ଦ୍ଦେଶ

ଭୁବନେଶ୍ବର : ଭୟ ବଢାଉଛି କରୋନାର ନୂଆ ଭ୍ୟାରିଆଣ୍ଟ ‘ଓମିକ୍ରନ୍’। ଦକ୍ଷିଣ ଆଫ୍ରିକାରୁ ମିଳିଥିବା ଏହି ନୂଆ ଭାରିଏଣ୍ଟକୁ ନେଇ ବିଶ୍ୱରେ ବାଜିଛି ସତର୍କ ଘଣ୍ଟି । ଏହା ସାରା ବିଶ୍ବ ପାଇଁ ଘାତକ ହେବାର ସମ୍ଭାବନା ଯଥେଷ୍ଟ ଅଧିକ ବୋଲି ସୋମବାର ବିଶ୍ବ ସ୍ବାସ୍ଥ୍ୟ ସଂଗଠନ(ହୁ) ପକ୍ଷରୁ ଚେତାବନୀ ଦିଆଯାଇଛି। କରୋନାର ନୂଆ ଭ୍ୟାରିଆଣ୍ଟ ‘ଓମିକ୍ରନ୍’ କରୋନାର ତୃତୀୟ ଲହର ଭାବେ ମାଡି ଆସୁଛି। ଯାହାକୁ ନେଇ ଆଗୁଆ ସତର୍କ ହୋଇଯାଇଛନ୍ତି ରାଜ୍ୟ ସରକାର। ରାଜ୍ୟରେ ବର୍ତ୍ତମାନ କରୋନାର ସ୍ଥିତି ଏବଂ ଆଗାମୀ ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସମୀକ୍ଷା ବୈଠକ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଏହି ସମୀକ୍ଷା ବୈଠକରେ ରାଜ୍ୟବାସୀଙ୍କ ସତର୍କ କରିବା ସହ କହିଛନ୍ତି ଯେ କରୋନାର ନୂଆ ଭାରିଆଣ୍ଟ ନେଇ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ସତର୍କ କରାଇଛି। ଏଣୁ ଆମକୁ ଏବେଠୁ ସତର୍କ ହେବାକୁ ପଡିବ। ଆଗୁଆ ସଚେତନତା କାରଣକୁ ଓଡ଼ିଶା ପ୍ରଥମ ଓ ଦ୍ୱିତୀୟ ଲହରକୁ ସଫଳତାର ସହ ସାମ୍ନା କରିପାରିଛି। ଏଣୁ ବର୍ତ୍ତମାନଠୁ କରୋନା ବିରୋଧରେ ସଚେତନତା ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥି ସହିତ ପୂର୍ବଭଳି ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କୋଭିଡ ନିୟମକୁ ନିବେଦନ କରିଥିବା ବେଳେ କରୋନା ବିରୋଧରେ ସଚେତନତା ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।କୋଭିଡ ମୁକାବିଲା ପାଇଁ ଆମର ଥିବା ପ୍ରସ୍ତୁତିକୁ ପୁଣି ଥରେ ପୁନଃ ସକ୍ରିୟ କରିବା ସହିତ ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀଙ୍କ ସମତେ ଏଥିରେ ସଂଶ୍ଲିଷ୍ଟ ସବୁ ଅଧିକାରୀ ମାନଙ୍କୁ ଜାଗତିଆର ରଖିବା ପାଇଁ ପରାମର୍ଶ ଦେଇଥିଲେ । ଏହାସହିତ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା ଆଦି କୋଭିଡ ନିୟମ ସଂପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ପଞ୍ଚାୟତ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ମିଶନ ଶକ୍ତି ଗ୍ରୁପ ପର୍ଯ୍ୟନ୍ତ ସମାଜର ସବୁ ବର୍ଗର ଲୋକଙ୍କୁ ସାମିଲ କରି ସଚେତନତା ତଥା କୋଭିଡ ନିୟମ ଅନୁପାଳନକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ରାଜ୍ୟରେ ଯେପରି କୋଭିଡ୍ ନିୟମକୁ ପୂର୍ବଭଳି କଡ଼ାକଡ଼ି ପାଳନ ହେବ ତାହା ଉପରେ ଦୃଷ୍ଟି ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ  ସୁରେଶ ମହାପାତ୍ର କହିଲେ ଯେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ପୁରାପୁରି ସତର୍କ ଅଛନ୍ତି । କୋଭିଡ ଭିତ୍ତିଭୂମିକୁ ସୁଦୃଢ ରହିଛି ଏବଂ ତାକୁ ଆହୁରି ଅଧିକ ଜୋରଦାର କରିବା ପାଇଁ ପଦକ୍ଷେପ ନିଆଯାଉଛି । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା କୋଭିଡ ମୁକାବିଲା ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ସେ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ଟେଷ୍ଟ ପଜିଟିଭ ହାର ମାତ୍ର ୦.୪୪ ପ୍ରତିଶତ ରହିଛି । ଚାରୋଟି ଜିଲ୍ଲା ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ସମ୍ବଲପୁରର କିଛି ଅଂଚଳରେ ଅପେକ୍ଷାକୃତ ଅଧିକ କେସ୍ ବାହାରିଥିଲେ ମଧ୍ୟ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି । ନୂଆ ରୋଗୀ ମାନଙ୍କର Genome Sequencing ପାଇଁ ମଧ୍ୟ ନମୁନା ପଠାଯାଉଛି । ରାଜ୍ୟରେ ପ୍ରଥମ ଡୋଜ ଟୀକାକରଣ ୮୫.୬ ପ୍ରତିଶତ ଥିବାବେଳେ ଦ୍ବିତୀୟ ଡୋଜ ଟୀକାକରଣ ୪୮.୪ ପ୍ରତିଶତ ରହିଛି, ଯାହା କି ଜାତୀୟ ହାର ଠାରୁ ଉନ୍ନତ ରହିଛି । ଘରକୁ ଘର ବୁଲି ଟୀକାକରଣ କାର୍ଯ୍ୟକୁ ତ୍ବରାନ୍ବିତ କରାଯାଉଛି ।

ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କୋଭିଡରୁ ମୁକାବିଲା ପାଇଁ ପ୍ରସ୍ତୁତିକୁ ଆହୁରି ଉନ୍ନତ କରିବା, Oxygen Supply chainକୁ ଆହୁରି ମଜବୁତ କରିବା ଏବଂ ଘରୋଇ ହସ୍‌ପିଟଲଗୁଡିକୁ କୋଭିଡ ଚିକିତ୍ସା ପାଇଁ ପ୍ରସ୍ତୁତି ରଖିବା ଉପରେ ଗୁରୁତ୍ବ ଦେଇଥିଲେ । ବୈଠକରେ ପୁଲିସ ମହାନିର୍ଦ୍ଦେଶକ  ଅଭୟ, ପୁଲିସ କମିଶନରଙ୍କ ସମେତ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ମହାନଗର ନିଗମ ଗୁଡିକର କମିଶନର ଏବଂ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ ।

https://www.thesakala.in/latest-odisha-news/cm-naveen-patnaik-reviewing-corona-situation-and-directed-the-dgp-to-tighten-the-covid-rule/article-7293
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର