ସମ୍ଭାବ୍ୟ ବାତ୍ୟା ପାଇଁ ରାଜ୍ୟର ୧୪ ଉପକୂଳ ଜିଲ୍ଲାକୁ ସର୍ତକ ସୂଚନା

The Sakala Picture
Published On

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲାକୁ ସର୍ତକ ସୂଚନା ଜାରି କରିଛନ୍ତି ଏସଆରସି। ଏ ନେଇ ପ୍ରେସମିଟ୍ କରିଛନ୍ତି ଏସଆରସି ପ୍ରଦୀପ ଜେନା । ଆସନ୍ତାକାଲି ନେଇପାରେ ସାମୁଦ୍ରିକ ବାତ୍ୟାର ରୂପ । ୪ ତାରିଖ ସକାଳେ ବାତ୍ୟା ଉତ୍ତର-ଉତ୍ତରପୂର୍ବ ଦିଗକୁ ରିକର୍ଭ କରିପାରେ । ତେବେ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ । ଉପକୂଳବର୍ତ୍ତୀ ଜିଲ୍ଲାରେ ପବନର ବେଗ ସର୍ବାଧିକ ୯୦ରୁ ୧୦୦ କିଲୋମିଟର ଘଣ୍ଟା ପ୍ରତି ରହିବ […]

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲାକୁ ସର୍ତକ ସୂଚନା ଜାରି କରିଛନ୍ତି ଏସଆରସି। ଏ ନେଇ ପ୍ରେସମିଟ୍ କରିଛନ୍ତି ଏସଆରସି ପ୍ରଦୀପ ଜେନା । ଆସନ୍ତାକାଲି ନେଇପାରେ ସାମୁଦ୍ରିକ ବାତ୍ୟାର ରୂପ । ୪ ତାରିଖ ସକାଳେ ବାତ୍ୟା ଉତ୍ତର-ଉତ୍ତରପୂର୍ବ ଦିଗକୁ ରିକର୍ଭ କରିପାରେ । ତେବେ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ । ଉପକୂଳବର୍ତ୍ତୀ ଜିଲ୍ଲାରେ ପବନର ବେଗ ସର୍ବାଧିକ ୯୦ରୁ ୧୦୦ କିଲୋମିଟର ଘଣ୍ଟା ପ୍ରତି ରହିବ । ୩ ତାରିଖ ରାତିରୁ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି ।

ଆହୁରି ପଢ଼ନ୍ତୁ: ହିଟୱେଭ ପାଇଁ SOP: ଅଧିକ ଖରା ହେଉଥିବା ଜାଗାରେ ଆଶ୍ରୟସ୍ଥଳୀ ନିର୍ମାଣ, ଡ୍ରାଇଭରଙ୍କ ପାଇଁ ORS ଓ ପିଇବା ପାଣି ବ୍ୟବସ୍ଥା

ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୪ ଓ ୫ ତାରିଖରେ ଉପକୂଳବର୍ତ୍ତୀ ଜିଲ୍ଲାରେ ମଧ୍ୟମ ଧରଣରୁ ପ୍ରବଳ ବର୍ଷା ହୋଇପାରେ । ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ୧୪ ଗୋଟି ଉପକୂଳବର୍ତ୍ତୀ ଜିଲ୍ଲାକୁ ସଜାଗ କରିଛନ୍ତି ସରକାର । ମତ୍ସ୍ୟ ସମ୍ପଦ ଓ କୃଷି ବିଭାଗକୁ ସତର୍କ କରାଯାଇଛି । ମାଛ ଧରିବା ପାଇଁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ମାଛ ଧରିବାକୁ ଯାଇଛନ୍ତି ସେମାନଙ୍କୁ ଫେରାଇ ଆଣିବାକୁ ନିର୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ସିଂହଦ୍ୱାର ଗୁମୁଟରେ ‘ଦଶାବତାର ମୂର୍ତ୍ତି’ ପୁନଃ ସଂସ୍ଥାପନ ପ୍ରସ୍ତାବ: ଜଗଦ୍‌ଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

02 Dec 2021 By The Sakala

ସମ୍ଭାବ୍ୟ ବାତ୍ୟା ପାଇଁ ରାଜ୍ୟର ୧୪ ଉପକୂଳ ଜିଲ୍ଲାକୁ ସର୍ତକ ସୂଚନା

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲାକୁ ସର୍ତକ ସୂଚନା ଜାରି କରିଛନ୍ତି ଏସଆରସି। ଏ ନେଇ ପ୍ରେସମିଟ୍ କରିଛନ୍ତି ଏସଆରସି ପ୍ରଦୀପ ଜେନା । ଆସନ୍ତାକାଲି ନେଇପାରେ ସାମୁଦ୍ରିକ ବାତ୍ୟାର ରୂପ । ୪ ତାରିଖ ସକାଳେ ବାତ୍ୟା ଉତ୍ତର-ଉତ୍ତରପୂର୍ବ ଦିଗକୁ ରିକର୍ଭ କରିପାରେ । ତେବେ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ । ଉପକୂଳବର୍ତ୍ତୀ ଜିଲ୍ଲାରେ ପବନର ବେଗ ସର୍ବାଧିକ ୯୦ରୁ ୧୦୦ କିଲୋମିଟର ଘଣ୍ଟା ପ୍ରତି ରହିବ । ୩ ତାରିଖ ରାତିରୁ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି ।

ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୪ ଓ ୫ ତାରିଖରେ ଉପକୂଳବର୍ତ୍ତୀ ଜିଲ୍ଲାରେ ମଧ୍ୟମ ଧରଣରୁ ପ୍ରବଳ ବର୍ଷା ହୋଇପାରେ । ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ୧୪ ଗୋଟି ଉପକୂଳବର୍ତ୍ତୀ ଜିଲ୍ଲାକୁ ସଜାଗ କରିଛନ୍ତି ସରକାର । ମତ୍ସ୍ୟ ସମ୍ପଦ ଓ କୃଷି ବିଭାଗକୁ ସତର୍କ କରାଯାଇଛି । ମାଛ ଧରିବା ପାଇଁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ମାଛ ଧରିବାକୁ ଯାଇଛନ୍ତି ସେମାନଙ୍କୁ ଫେରାଇ ଆଣିବାକୁ ନିର୍ଦେଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର