ସିଡିଏସଙ୍କ ହେଲିକପ୍ଟର କ୍ରାସ୍‌ : ୧୩ ସହିଦଙ୍କ ମଧ୍ୟରେ ଥିଲେ ଜଣେ ଓଡ଼ିଆ

The Sakala Picture
Published On

ନୂଆଦିଲ୍ଲୀ: ତାମିଲନାଡୁ କୁନ୍ନୁରରେ ସେନା ହେଲିକପ୍ଟର ଦୁର୍ଘଟଣାରେ  ସିଡିଏସ୍ ଜେନେରାଲ୍ ବିପିନ୍ ରାୱତଙ୍କ ସହ ୧୩ଜଣଙ୍କ ମୃତ୍ୟୁ ହୋଇଛି। ଏମାନଙ୍କ ଭିତରେ ଅଛନ୍ତି ଜଣେ ଓଡ଼ିଆ ଯବାନ। ସହିଦ ଯବାନ ହେଉଛନ୍ତି ଅନୁଗୁଳ ତାଳଚେରର ରାଣା ପ୍ରତାପ ଦାସ। ସେ ଜୁନିଅର ୱରେଣ୍ଟ ଅଫିସର ଭାବେ କାର୍ୟ୍ୟରତ ଥିଲେ। ଏନେଇ ତାଙ୍କ ତାଙ୍କ ଭିଣୋଇ ସଂକଳ୍ପ ଦାସ ସୂଚନା ଦେଇଛନ୍ତି। ତାଙ୍କର ମୃତ୍ୟୁ ନେଇ ତାଙ୍କର ଭିଣୋଇ କହିଛନ୍ତି ଯେ, ସେ ଦୀର୍ଘ ୧୫ ବର୍ଷ ହେବ […]

ନୂଆଦିଲ୍ଲୀ: ତାମିଲନାଡୁ କୁନ୍ନୁରରେ ସେନା ହେଲିକପ୍ଟର ଦୁର୍ଘଟଣାରେ  ସିଡିଏସ୍ ଜେନେରାଲ୍ ବିପିନ୍ ରାୱତଙ୍କ ସହ ୧୩ଜଣଙ୍କ ମୃତ୍ୟୁ ହୋଇଛି। ଏମାନଙ୍କ ଭିତରେ ଅଛନ୍ତି ଜଣେ ଓଡ଼ିଆ ଯବାନ। ସହିଦ ଯବାନ ହେଉଛନ୍ତି ଅନୁଗୁଳ ତାଳଚେରର ରାଣା ପ୍ରତାପ ଦାସ। ସେ ଜୁନିଅର ୱରେଣ୍ଟ ଅଫିସର ଭାବେ କାର୍ୟ୍ୟରତ ଥିଲେ। ଏନେଇ ତାଙ୍କ ତାଙ୍କ ଭିଣୋଇ ସଂକଳ୍ପ ଦାସ ସୂଚନା ଦେଇଛନ୍ତି। ତାଙ୍କର ମୃତ୍ୟୁ ନେଇ ତାଙ୍କର ଭିଣୋଇ କହିଛନ୍ତି ଯେ, ସେ ଦୀର୍ଘ ୧୫ ବର୍ଷ ହେବ ବାୟୁସେନାରେ କାର୍ୟ୍ୟରତ ଥିଲେ। ସେ ପରିବାରର ଏକାମାତ୍ର ପୁଅ ଥିଲେ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ଅନ୍ୟପଟେ ରାଣାପ୍ରତାପଙ୍କ ମୃତ୍ୟୁ ନେଇ ଜିଲ୍ଲା ପ୍ରଶାସନ ତରଫରୁ କୌଣସି ସୂଚନା ପ୍ରଦାନ କରାଯାଇନି। ରାଣାପ୍ରତାପଙ୍କ ମୃତ୍ୟୁ ଖବର ଗତକାଲି ତାଙ୍କ ପତ୍ନୀ ପରିବାର ଲୋକଙ୍କୁ ଜଣାଇଥିଲେ। ଆଜି ରାତିରେ ମୃତଦେହ ତାଳଚେରରେ ପହଞ୍ଚିବ ବୋଲି ଜଣାଯାଇଛି । ରାଣାପ୍ରତାପ ପତ୍ନୀ ଓ ଏକ ବର୍ଷର ଶିଶୁପୁତ୍ର ସହ ଦିଲ୍ଲୀରେ ରହୁଥିଲେ। ତାଙ୍କ ବାପାମା ଗାଁରେ ରହୁଛନ୍ତି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

ସୂଚନାଯୋଗ୍ୟ ଗତକାଲି ତାମିଲନାଡୁ କୁନ୍ନୁରରେ ସେନାର Mi-17V5 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗତକାଲି ମଧ୍ୟାହ୍ନରେ ସିଡିଏସ୍ ବିପିନ ରାୱତ, ତାଙ୍କ ପତ୍ନୀଙ୍କ ସମେତ ୯ ଜଣ ସଦସ୍ୟ ଓ ୪ ଜଣ କ୍ରିଉ ମେମ୍ବର ୱେଲିଂଟନ୍ ଯାଉଥିବା ବେଳେ ହେଲିକପ୍ଟରଟି କ୍ରାସ୍ ହୋଇ ଯାଇଥିଲା । ୧୪ ଜଣଙ୍କ ମଧ୍ୟରୁ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ବାୟୁ ସେନା ଟ୍ୱିଟ୍ କରି ସୂଚନା ଦେଇଥିଲା।ତେବେ ଏହି ହେଲିକପ୍ଟରରେ ଚିଫ୍ ଡିଫେନ୍ସ ଷ୍ଟାଫ ବିପିନ୍ ରାଓ୍ୱତଙ୍କ ସହ ତାଙ୍କ ପତ୍ନୀ ମଧୁଲିକା ରାଓ୍ୱତ, ବ୍ରିଗେଡିଅର ଏଲଏସ ଲିଦର, ଲେପ୍ଟନାଣ୍ଟ କର୍ଣ୍ଣେଲ ହରଜିନ୍ଦର ସିଂ, ନାୟକ ଗୁରୁସେବକ ସିଂହ, ନାୟକ ଜିତେନ୍ଦ୍ର କୁମାର, ଲାନ୍‌ସ ନାୟକ ବିବେକ କୁମାର, ଲାନ୍‌ସ ନାୟକ ବି. ସାଇତେଜା ଏବଂ ହାବିଲଦାର ସତପାଲ ଥିଲେ । ଏମାନଙ୍କ ବ୍ୟତୀତ ଦୁଇ ଜଣ ପାଇଲଟ ଏବଂ ହେଲିକପ୍ଟରର ଟେକ୍ନିକାଲ ଷ୍ଟାଫ୍ ଉପସ୍ଥିତି ଥିଲେ। ଦେଶର ପ୍ରଥମ ସିଡିଏସ୍ ଜେନେରାଲ୍ ବିପିନ ରାଓ୍ୱତଙ୍କ ଅକାଳ ବିୟୋଗରେ ସ୍ତବ୍ଧ ହୋଇ ପଡିଛି ସାରା ଦେଶ। ଆସନ୍ତାକାଲି ହେବ ଜେନେରାଲ ବିପିନ ରାଓ୍ୱତଙ୍କ ଅନ୍ତିମ ସଂସ୍କାର। ଦିଲ୍ଲୀ କ୍ୟାଣ୍ଟନମେଣ୍ଟରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ବିପିନ ରାଓ୍ୱତଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର