ବିଧାନସଭାରେ ପସିଲା କରୋନା : ସଚିବ ଓ ତାଙ୍କ ଡ୍ରାଇଭର କୋଭିଡ୍‌ ପଜିଟିଭ୍ ଚିହ୍ନଟ

The Sakala Picture
Published On

ଭୁବନେଶ୍ବର : ବିଧାନସଭାରେ ପସିଲା କରୋନା । ବିଧାନସଭା ସଚିବ କରୋନା ପଜିଟିଭ୍ ହୋଇଛନ୍ତି । ସଚିବ ଦାଶରଥୀ ଶତପଥୀ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଛି । ସଚିବଙ୍କ ଡ୍ରାଇଭର ମଧ୍ୟ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଛି । ବୁଧବାର ବିଧାନସଭାର ଜଣେ କର୍ମଚାରୀ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ବିଧାନସଭା ସଚିବଙ୍କ ପିଏସ୍ ଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା । ବିଧାନସଭା ସଚିବଙ୍କ ପିଏସ୍ ଥଣ୍ଡାରେ ଆକ୍ରାନ୍ତ ହେବା ପରେ ତାଙ୍କର […]

ଭୁବନେଶ୍ବର : ବିଧାନସଭାରେ ପସିଲା କରୋନା । ବିଧାନସଭା ସଚିବ କରୋନା ପଜିଟିଭ୍ ହୋଇଛନ୍ତି । ସଚିବ ଦାଶରଥୀ ଶତପଥୀ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଛି । ସଚିବଙ୍କ ଡ୍ରାଇଭର ମଧ୍ୟ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ, ହେଲା 'ଆଞ୍ଚଳିକ ବିଦ୍ୟାଳୟ ଶିକ୍ଷା ନିର୍ଦ୍ଦେଶାଳୟ'

ବୁଧବାର ବିଧାନସଭାର ଜଣେ କର୍ମଚାରୀ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ବିଧାନସଭା ସଚିବଙ୍କ ପିଏସ୍ ଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା । ବିଧାନସଭା ସଚିବଙ୍କ ପିଏସ୍ ଥଣ୍ଡାରେ ଆକ୍ରାନ୍ତ ହେବା ପରେ ତାଙ୍କର ଆରଟିପିସିଆର ଟେଷ୍ଟ କରାଯାଇଥିଲା । ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା । ତାଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ କର୍ମଚାରୀଙ୍କ କୋଭିଡ୍‌ ଟେଷ୍ଟ କରାଯାଇଥିଲା । ପରେ ବିଧାନସଭା ସଚିବ ଏବଂ ତାଙ୍କ ଡ୍ରାଇଭରଙ୍କ ରିପୋର୍ଟ ପଜିଟିଭ୍ ଆସିଛି ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୩ ରୁ ୫ ଯାଏଁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଅନ୍ୟପଟେ  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଏଥିସହିତ ୨ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି । ନୂଆ ୧୯୫ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୧୫ ଓ ସ୍ଥାନୀୟ ସଂକ୍ରମିତ ୮୦ ଜଣ ଅଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୨୪ ଜଣ ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ  ୫୦ ହଜାର ୯୫୫ରେ ପହଞ୍ଚିଛି । ଏଥି ମଧ୍ୟରୁ ୨୦୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୦୪୦୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୨୪୧୬୯୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆହୁରି ପଢ଼ନ୍ତୁ: ମାଲକାନଗିରି ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ, ସର୍ଚ୍ଚ ଅପରେସନ ଜୋରଦାର

09 Dec 2021 By The Sakala

ବିଧାନସଭାରେ ପସିଲା କରୋନା : ସଚିବ ଓ ତାଙ୍କ ଡ୍ରାଇଭର କୋଭିଡ୍‌ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ବିଧାନସଭାରେ ପସିଲା କରୋନା । ବିଧାନସଭା ସଚିବ କରୋନା ପଜିଟିଭ୍ ହୋଇଛନ୍ତି । ସଚିବ ଦାଶରଥୀ ଶତପଥୀ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଛି । ସଚିବଙ୍କ ଡ୍ରାଇଭର ମଧ୍ୟ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଛି ।

ବୁଧବାର ବିଧାନସଭାର ଜଣେ କର୍ମଚାରୀ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ବିଧାନସଭା ସଚିବଙ୍କ ପିଏସ୍ ଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା । ବିଧାନସଭା ସଚିବଙ୍କ ପିଏସ୍ ଥଣ୍ଡାରେ ଆକ୍ରାନ୍ତ ହେବା ପରେ ତାଙ୍କର ଆରଟିପିସିଆର ଟେଷ୍ଟ କରାଯାଇଥିଲା । ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା । ତାଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ କର୍ମଚାରୀଙ୍କ କୋଭିଡ୍‌ ଟେଷ୍ଟ କରାଯାଇଥିଲା । ପରେ ବିଧାନସଭା ସଚିବ ଏବଂ ତାଙ୍କ ଡ୍ରାଇଭରଙ୍କ ରିପୋର୍ଟ ପଜିଟିଭ୍ ଆସିଛି ।

ଅନ୍ୟପଟେ  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଏଥିସହିତ ୨ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି । ନୂଆ ୧୯୫ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୧୫ ଓ ସ୍ଥାନୀୟ ସଂକ୍ରମିତ ୮୦ ଜଣ ଅଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୨୪ ଜଣ ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ  ୫୦ ହଜାର ୯୫୫ରେ ପହଞ୍ଚିଛି । ଏଥି ମଧ୍ୟରୁ ୨୦୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୦୪୦୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୨୪୧୬୯୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର