ଫେବ୍ରୁଆରୀ ପ୍ରଥମ ସପ୍ତାହରେ ହୋଇପାରେ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ

The Sakala Picture
Published On

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଯାଇଛି। ଫେବ୍ରୁଆରୀ ପ୍ରଥମ ସପ୍ତାହରେ ହେବ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ । ଚଳିତ ମାସ ଶେଷ ସପ୍ତାହରେ ଘୋଷଣା ହେବ ତାରିଖ । ଆଉ ୩ ଦିନ ପରେ ପ୍ରକାଶ ପାଇବ ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ଯାଳୟ ସୂତ୍ରରୁ ସୂଚନା ମିଳିଛି । ପାଖାପାଖି ୬ ହଜାର ୭୯୪ ସରପଞ୍ଚ ଓ ସମିତି […]

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଯାଇଛି। ଫେବ୍ରୁଆରୀ ପ୍ରଥମ ସପ୍ତାହରେ ହେବ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ । ଚଳିତ ମାସ ଶେଷ ସପ୍ତାହରେ ଘୋଷଣା ହେବ ତାରିଖ । ଆଉ ୩ ଦିନ ପରେ ପ୍ରକାଶ ପାଇବ ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ଯାଳୟ ସୂତ୍ରରୁ ସୂଚନା ମିଳିଛି । ପାଖାପାଖି ୬ ହଜାର ୭୯୪ ସରପଞ୍ଚ ଓ ସମିତି ସଭ୍ୟ, ୯୨ ହଜାର ୱାର୍ଡ ମେମ୍ବର, ୮୫୩ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ହେବ ନିର୍ବାଚନ ।

ଆହୁରି ପଢ଼ନ୍ତୁ: ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ: ପଟ୍ଟାମୁଣ୍ଡାଇ ଅବକାରୀ SI ଛାୟାକାନ୍ତ ନାୟକଙ୍କ ନାଁରେ ରୁଜୁ ହେଲା ମାମଲା

ରାଜ୍ୟ ନିର୍ବାଚନ କମିଶନ ଚଳିତ ବର୍ଷ ୱାର୍ଡ ସଦସ୍ୟଙ୍କ ଠାରୁ ଆରମ୍ଭ କରି ଜିଲ୍ଲା ପରିଷଦ ସଦସ୍ୟଙ୍କ ପର୍ୟ୍ୟନ୍ତ ଖର୍ଚ୍ଚ ସୀମା ବୃଦ୍ଧି କରିଛନ୍ତି । ୨୦୨୨ ଜାନୁଆରୀ ସୁଦ୍ଧା ୧୮ ବର୍ଷ ହୋଇଥିବା ସମସ୍ତ ନୂଆ ଭୋଟରଙ୍କୁ ଭୋଟର ତାଲିକାରେ ସାମିଲ୍ କରାଯାଇଛି । ଆସନ୍ତା ନିର୍ବାଚନରେ ଅଧାରୁ ଅଧିକ ସରପଞ୍ଚ ହେବେ ମହିଳା । ମୋଟ ଆସନ ମଧ୍ୟରୁ ୩ ହଜାର ୫ ଶହ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି । ପଛୁଆବର୍ଗ ମହିଳାଙ୍କ ପାଇଁ ୪୨୯ଟି ଆସନ ସଂରକ୍ଷିତ ଥିବା ବେଳେ, ଅନୁସୂଚିତ ଜାତିର ମହିଳାଙ୍କ ପାଇଁ ୫୨୫ ଓ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ୧୩୭୬ ଆସନ ସଂରକ୍ଷିତ ରହଛି ।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ଏହା ସହିତ ୧୧୭୦ଟି ଆସନ କେବଳ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି । ସେହିପରି ସମିତି ସଭ୍ୟ ପ୍ରାର୍ଥୀ ପାଇଁ ୩ ହଜାର ୫୩୮ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି । ଜିଲ୍ଲା ପରିଷଦରେ ୪୩୩ଟି ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ହୋଇଛି । ଏଥିପାଇଁ ତିନି ଦଳ ଆରମ୍ଭ କରିଛନ୍ତି ସଜବାଜ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

13 Dec 2021 By The Sakala

ଫେବ୍ରୁଆରୀ ପ୍ରଥମ ସପ୍ତାହରେ ହୋଇପାରେ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଯାଇଛି। ଫେବ୍ରୁଆରୀ ପ୍ରଥମ ସପ୍ତାହରେ ହେବ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ । ଚଳିତ ମାସ ଶେଷ ସପ୍ତାହରେ ଘୋଷଣା ହେବ ତାରିଖ । ଆଉ ୩ ଦିନ ପରେ ପ୍ରକାଶ ପାଇବ ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ଯାଳୟ ସୂତ୍ରରୁ ସୂଚନା ମିଳିଛି । ପାଖାପାଖି ୬ ହଜାର ୭୯୪ ସରପଞ୍ଚ ଓ ସମିତି ସଭ୍ୟ, ୯୨ ହଜାର ୱାର୍ଡ ମେମ୍ବର, ୮୫୩ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ହେବ ନିର୍ବାଚନ ।

ରାଜ୍ୟ ନିର୍ବାଚନ କମିଶନ ଚଳିତ ବର୍ଷ ୱାର୍ଡ ସଦସ୍ୟଙ୍କ ଠାରୁ ଆରମ୍ଭ କରି ଜିଲ୍ଲା ପରିଷଦ ସଦସ୍ୟଙ୍କ ପର୍ୟ୍ୟନ୍ତ ଖର୍ଚ୍ଚ ସୀମା ବୃଦ୍ଧି କରିଛନ୍ତି । ୨୦୨୨ ଜାନୁଆରୀ ସୁଦ୍ଧା ୧୮ ବର୍ଷ ହୋଇଥିବା ସମସ୍ତ ନୂଆ ଭୋଟରଙ୍କୁ ଭୋଟର ତାଲିକାରେ ସାମିଲ୍ କରାଯାଇଛି । ଆସନ୍ତା ନିର୍ବାଚନରେ ଅଧାରୁ ଅଧିକ ସରପଞ୍ଚ ହେବେ ମହିଳା । ମୋଟ ଆସନ ମଧ୍ୟରୁ ୩ ହଜାର ୫ ଶହ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି । ପଛୁଆବର୍ଗ ମହିଳାଙ୍କ ପାଇଁ ୪୨୯ଟି ଆସନ ସଂରକ୍ଷିତ ଥିବା ବେଳେ, ଅନୁସୂଚିତ ଜାତିର ମହିଳାଙ୍କ ପାଇଁ ୫୨୫ ଓ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ୧୩୭୬ ଆସନ ସଂରକ୍ଷିତ ରହଛି ।

ଏହା ସହିତ ୧୧୭୦ଟି ଆସନ କେବଳ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି । ସେହିପରି ସମିତି ସଭ୍ୟ ପ୍ରାର୍ଥୀ ପାଇଁ ୩ ହଜାର ୫୩୮ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି । ଜିଲ୍ଲା ପରିଷଦରେ ୪୩୩ଟି ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ହୋଇଛି । ଏଥିପାଇଁ ତିନି ଦଳ ଆରମ୍ଭ କରିଛନ୍ତି ସଜବାଜ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର